-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର (ପ୍ରେରଣା ଖବର): ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||     

HOME   ଜିଲ୍ଲା

ବାରମ୍ବାର ଜଲୁଛି ଜଙ୍ଗଲ ତଥାପି ବନବିଭାଗ ନିରବ

11-Apr-2024



ଡାବୁଗାଁ (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳ ଅଧିନ ଡାବୁଗାଁ ବନଖଣ୍ଡ ଅଧିନସ୍ଥ ବାଘବେଡା ବନରେ ନିଆଁ ଲାଗିଛି। ଫଳରେ ବହୁ ମୂଲ୍ୟବାନ ବନସ୍ପତି ଓ ଔଷଧୀୟ ଗଛ ପୋଡି ନଷ୍ଟ ହୋଇଯାଇଛି। ବୁଧବାର ସନ୍ଧ୍ୟାରେ କୌଣସି କାରଣରୁ ଜଙ୍ଗଲରେ ନିଆଁ ଲାଗିଥିଲା । ନିଆଁ କ୍ରମଶଃ ଅନିୟନ୍ତ୍ରିତ ହେବା ପରେ ମଧ୍ୟ  ଡାବୁଗାଁ ବନ ବିଭାଗର କୌଣସି କର୍ମଚାରୀ ନିଆଁ ଲାଗିଥିବା ସ୍ଥାନକୁ ଯାଇନଥିଲେ ସ୍ଥାନୀୟ ବସିନ୍ଧା ମାନେ ନିଆଁ କୁ  ଆୟତ୍ତ କରିବାକୁ ଉଦ୍ୟମ କରି ବିଫଳ ହୋଇ ଥିଲେ ।ବନ ବିଭାଗର କର୍ମଚାରୀ ମାନଙ୍କ ଅବହେଳା ଯୋଗୁଁ  ଡାବୁଗାଁ ଅଞ୍ଚଳରେ ଜଙ୍ଗଲ ସମ୍ପୂର୍ଣ୍ଣ ଧ୍ୱଂସ ହେବାକୁ ବସିଲାଣି । ଡାବୁଗାଁ ବନାଞ୍ଚଳ ର ଏକର ଏକର ଜଙ୍ଗଲ ନିଆଁ ଲାଗି ଧ୍ୱଂସ ହେବାକୁ ବସିଲାଣି ତଥାପି ନିଦ ଭାଙ୍ଗୁନି ବନବିଭାଗ କର୍ମଚାରୀ ମାନଙ୍କ। କିଛିଦିନ ପୂର୍ବେ ଚିକଲି ମସାଣିପଦା ପାଖ ଜଙ୍ଗଲରେ ନିଆଁ ଲାଗିଥିଲା କିନ୍ତୁ ଗ୍ରାମବାସି ମାନେ ସୂଚନାଦେବା ପରେ ମଧ୍ୟ ବନବିଭାଗ କର୍ମଚାରୀ ମାନେ ଘଟଣା ସ୍ଥଳକୁ ଯାଇନଥିଲେ, ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ଯାଇ ନିଆଁକୁ ଆୟତ୍ତ କରିଥିଲେ । ଖାଲି ଡାବୁଗାଁ ନୁହଁ ମୈଦଲପୁର ଅଂଚଳରେ ମଧ୍ୟ ବନ ବିଭାଗ କର୍ମଚାରୀ ମାନଙ୍କ ଅବହେଳା ଯୋଗୁଁ  ବହୁ ଔଷଧୀୟ ଗଛ, ବନ୍ୟା ପ୍ରାଣୀ ମଧ୍ୟ ଜଳି ପାଉଁଶ ହଇଯାଉ ଥାନ୍ତେ ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ । ଜଙ୍ଗଲ ସୁରକ୍ଷା ନେଇ ବନବିଭାଗ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ କେବଳ ନାମକୁ ମାତ୍ର ଡାବୁଗାଁ ବନପାଳ ଏଵଂ ମୈଦଲପୁର ବନପାଳ ଖାଲି କାଗଜପତ୍ର ରେ କାମ କରୁଥିବା ଜଣାପଡୁଛି ଜଙ୍ଗଳକୁ ଦେଖିବା ପରେ ।କାରଣ ଏହି କେତେ ବର୍ଷ ଭିତରେ ଡାବୁଗାଁ ବନାଞ୍ଚଳ ଅଧିନ ରେ ଥିବା ଜଙ୍ଗଲ ପ୍ରାୟତଃ ପତଳା ହୋଇ ଗଲାଣି ! ଡାବୁଗାଁ ବନାଞ୍ଚଳ ଅଧିକାରୀ ତଥା ରେଞ୍ଜେର ତଡିପା ସ୍ୱାଇଁ ମଧ୍ୟ ଏବିଷୟରେ ଧ୍ୟାନ ଦେଉ ନାହାନ୍ତି ଏଥିପ୍ରତି ଜିଲ୍ଲା ବନଖଣ୍ଡ ଅଧିକାରୀ ଏବଂ ଜିଲ୍ଲା ପ୍ରଶାସନ ବିଶେଷ ଦୃଷ୍ଟି ଦେବା ଆବଶ୍ୟକ ରହିଛି ଏବଂ ଡାବୁଗାଁ ବନବିଭାଗ ଦାଇତ୍ୱରେ ଥିବା କର୍ମଚାରୀ ଙ୍କ ବିରୁଦ୍ଧରେ ଦୃଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କଥା ବୋଲି ବିଭିନ୍ନ ସ୍ଥାନରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର (ପ୍ରେରଣା ଖବର): ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026

You Might Also Like