-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ଚାରଭାଟି ‘ଓଡ଼ିଆ ଅଭଡ଼ା’ ହୋଟେଲ ବିରୋଧରେ ପୁରୀରେ ଏତଲା

24-Dec-2020



ସମ୍ବଲପୁର-(ଦେବାଶିଷ ବେହେରାଙ୍କ ରିପୋର୍ଟ) - ଚାରଭାଟି ଛକରେ ଖୋଲିଥିବା ‘ଓଡ଼ିଆ ଅଭଡ଼ା’ ରେଷ୍ଟୁରାଣ୍ଟ ନାଁରେ ପୁରୀ ସିଂହଦ୍ବାର ଥାନାରେ ଏତଲା ଦିଆଯାଇଛି । ଏଥିସହ ପୁରୀ ଜିଲ୍ଲା ଯୁବ ଅଧିବକ୍ତା ସଂଘର ଆବାହକ ଆଇନଜୀବୀ ଅନୀଲ କୁମାର ସାହୁ ଏହି ଘଟଣାରେ ରେଷ୍ଟୁରାଣ୍ଟର ମାଲିକଙ୍କୁ ଏକ ଲିଗାଲ୍ ନୋଟିସ୍ ପଠାଇଛନ୍ତି । ଅବଢ଼ା (ଶ୍ରୀମନ୍ଦିରର ମହାପ୍ରସାଦ) ନାଁରେ ରେଷ୍ଟୁରାଣ୍ଟରେ ଟେବୁଲ ଉପରେ ଖାଦ୍ୟ ବିକ୍ରି ମହାପ୍ରସାଦ ଓ ଶ୍ରୀଜଗନ୍ନାଥଙ୍କ ପ୍ରତି ଅସମ୍ମାନ ବୋଲି ଦର୍ଶାଇ ଏହି ରେଷ୍ଟୁରାଣ୍ଟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସଂଘ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରାଯାଇଛି।ତେବେ ଏହି ବିବାଦକୁ ନେଇ ରେଷ୍ଟୁରାଣ୍ଟ ମାଲିକ ଅଜିତ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ଜଗନ୍ନାଥଙ୍କ ମହାପ୍ରସାଦ କିମ୍ବା ଜଗନ୍ନାଥଙ୍କୁ ଅବମାନନା କି ଅପମାନ କରିବା ଆଦୌ ତାଙ୍କ ଉଦ୍ଦେଶ୍ୟ ନୁହେଁ ବୋଲି ସେ କହିଛନ୍ତି। ସମ୍ବଲପୁର ଗ୍ରାହକଙ୍କୁ ନିଆରା ଢଙ୍ଗରେ ଶୁଦ୍ଧ ନିରାମିଷ ବ୍ୟଞ୍ଜନ ପରଷିବା ତାଙ୍କର ଉଦ୍ଦେଶ୍ୟ ଥିଲା । ଏହି ରେଷ୍ଟୁରାଣ୍ଟ ପାଇଁ ତାଙ୍କୁ ଖାଦ୍ୟ ସୁରକ୍ଷା ଲାଇସେନ୍ସ ମିଳିଥିବା ଶ୍ରୀ ମହାନ୍ତି କହିଛନ୍ତି। ତଥାପି ଯଦି କାହାରି ଧର୍ମୀୟ ଭାବନା ପ୍ରତି ଆଘାତ ଆସିଥିବ, ତେବେ ସେ ନାମ ପରିବର୍ତ୍ତନ ପାଇଁ ଚିନ୍ତା କରିବେ ବୋଲି ଆମ ପ୍ରତିନିଧିଙ୍କୁ କହିଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ମହାପ୍ରସାଦ, ନିର୍ମାଲ୍ୟ ନାଁରେ ହୋଟେଲ ଚାଲୁଥିବାର ମଧ୍ୟ ସେ କହିଛନ୍ତି ।

ସେପଟେ ପୁରୀ ଯୁବ ଅଧିବକ୍ତା ସଂଘ ଅଭିଯୋଗ କରିଛି ଯେ, ମହାପ୍ରଭୁଙ୍କ ଅବଢ଼ାର ଅସମ୍ମାନ କରି ହୋଟେଲର ଡାଇନିଂ ଟେବୁଲ ଉପରେ କଦଳୀ ପତ୍ର ପକାଇ ଲୋକଙ୍କୁ ଅବଢ଼ା ନାଁରେ ଭାତ, ଡାଲି, ବେସର ପରଷାଯାଉଛି। ଏହାଦ୍ବାରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦକୁ ଅବମାନନା କରାଯାଇଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦକୁ ତଳେ ବସି ଖାଇବାର ପ୍ରଥା ରହିଛି । କିନ୍ତୁ ଟଙ୍କା ଉପାର୍ଜନ ପାଇଁ କୋଟି କୋଟି ଓଡ଼ିଆଙ୍କ ଭାବନା ସହ ଖେଳ ଖେଳାଯାଉଛି ଓ ଅବଢ଼ା ନାମରେ ଭ୍ରମ ସୃଷ୍ଟି କରି କୁଡୁଆରୁ ଭାତ, ଡାଲି, ବେସର ପରସା ଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଜିଲାପାଳଙ୍କୁ ଅବଗତ କରାଯିବା ସହିତ ଅବଢ଼ା ପ୍ରତି ଏପରି ଅପମାନକୁ ସହ୍ୟ କରାଯିବ ନାହିଁ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଗଣମାଧ୍ୟମକୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like