-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ l

14-Apr-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )  ଜିଲ୍ଲପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଡ଼ ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ  ରେ ପାଳିତ ହୋଇଯାଇଛି I ଏହି ଉପଲକ୍ଷେ ସକାଳ ୮ ଘଟିକା ସମୟରେ ସହରସ୍ଥିତ ଆମ୍ବେଦକର ଛକରେ ଥିବା ଭାରତ ରତ୍ନ ଡ଼ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶ ପ୍ରତାପ ଶ୍ରୀମଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଙ୍କ ସହ ପ୍ରଶାସନ ର ବରିଷ୍ଠ ଅଧିକାରୀ, ଜିଲ୍ଲା ଆମ୍ବେଦକର ସ୍ୱେଚ୍ଛାସେବୀ ସଂଗଠନ ର  କର୍ମକର୍ତ୍ତା, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ କମିଟି କର୍ମକର୍ତ୍ତା ତଥା ବିଭିନ୍ନ ସ୍ବେଛାସେବୀ, ଆମ୍ବେଦକର ପ୍ରେମୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ପ୍ରମୁଖ ପୁଷ୍ପମାଲ୍ଯ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ପରେ ପରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ କାର୍ଯ୍ୟାଳୟ ର ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା l ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଏବଂ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଯୋଗଦେଇଥିଲେ l ମୁଖ୍ୟ ବକ୍ତା ଭାବରେ  ଶ୍ରୀ ବିଶ୍ୱ ନାଗ, ଅଧ୍ୟାପକ ଇତିହାସ ବିଭାଗ ପି ଏସ ଡିଗ୍ରୀ ମହାବିଦ୍ୟାଳୟ ଉଲୁଣ୍ଡା ଯୋଗଦେଇ ସମାଜ ପ୍ରତି ବାବାସାହେବ ଡ଼ ଆମ୍ବେଦକରଙ୍କ ଯୋଗଦାନ ତଥା ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ I  ଜୟନ୍ତୀ ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଚିତ୍ରାଙ୍କନ, ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମାରୋହ ଅବସରରେ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I ଦିବସ ପରିପ୍ରେକ୍ଷୀରେ ଅନୁଷ୍ଠିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକୃତା  ପ୍ରତିଯୋଗିତରେ ଓମ ପ୍ରକାଶ ଦାଶ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସୋନପୁର -ପ୍ରଥମ, ଅଦ୍ୟା ଶ୍ରୀ ପାଣିଗ୍ରାହୀ ସାହାରା ଟ୍ରଷ୍ଟ ହାଇସ୍କୁଲ ଦ୍ଵିତୀୟ, ସୋନମ ମେହେର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୀରମହାରାଜପୁର ତୃତୀୟ, ଇଂରାଜୀ ବକୃତା ରେ ୟଶରାଜ ମହାକୁର, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଥମ, କାହ୍ନା ତରିଆ,ଏମ ଆର ହାଇସ୍କୁଲ ସୋନପୁର ଦ୍ଵିତୀୟ, ବିବେକ ମିଶ୍ର ଏମ ଆର ହାଇସ୍କୁଲ ସୋନପୁର ତୃତୀୟ ହୋଇଥିବା ବେଳେ ଚିତ୍ରାଙ୍କନ ପ୍ରତିଯୋଗିତା ରେ ବିଶ୍ୱରଂଜନ ରଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୀରମହାରାଜପୁର ପ୍ରଥମ, ମାନସ ମେହେର ଏମ ଆର  ହାଇସ୍କୁଲ ସୋନପୁର ଦ୍ଵିତୀୟ ଓ ଓମ ପ୍ରକାଶ କରଣ ଏସ ଏସ ଭି ଏମ ସୋନପୁର ତୃତୀୟ ହୋଇ ପୁରସ୍କୃତ ହୋଇଛନ୍ତି l ସେହିପରି ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଅନୁଷ୍ଠିତ ଓଡ଼ିଆ ବକୃତା ରେ ପ୍ରିୟଙ୍କା ପ୍ରିୟ ଦର୍ଶିନୀ ପ୍ରଧାନ ସାହାରା ଟ୍ରଷ୍ଟ ହାଇସ୍କୁଲ ପ୍ରଥମ,ନନ୍ଦିନୀ ମେହେର ୟୁ ଜି ହାଇସ୍କୁଲ କେନ୍ଦୁପାଲି ଦ୍ଵିତୀୟ, ମାନସୀ ମେହେର ପି ଏସ ସରକାରୀ ହାଇସ୍କୁଲ ବୀରମହାରାଜପୁର ଓ ଅର୍ଚ୍ଚନା ମହାନ୍ତି ଏସ ଏସ ଭି ଏମ ସୋନପୁର ଉଭୟେ ତୃତୀୟ ଭାବେ ପୁରସ୍କୃତ ହୋଇଛନ୍ତି l ସେହିପରି ଇଂରାଜୀ ବକୃତା ରେ ଶ୍ରୀୟା ପ୍ରିୟ ଦର୍ଶିନୀ ମେହେର ପି ଏସ ସରକାରୀ ହାଇସ୍କୁଲ ବୀରମହାରାଜପୁର ପ୍ରଥମ,ଅନ୍ୟାଷା ଦୀକ୍ଷିତ ଏସ ଏସ ଭି ଏମ ସୋନପୁର ଦ୍ଵିତୀୟ ଓ ଶ୍ରୀୟାଶ୍ରୀ ପ୍ରିୟଦର୍ଶିନୀ ଓଡିଶା ଆଦର୍ଶ ବିଦ୍ୟାଳୟ ରଥପୁର ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି l ସେହିପରି ଚିତ୍ରାଙ୍କନ ପ୍ରତିଯୋଗିତାରେ ଓମପ୍ରକାଶ ବାରିକ ଏମ ଆର ହାଇସ୍କୁଲ ସୋନପୁର, ମଧୁସ୍ମିତା ମେହେର, ଏସ ଏସ ଭି ଏମ ସୋନପୁର, ଓ ଜୋତ୍ସ୍ନା ରାଣୀ ସେଠ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଭାବରେ ଯୋଗ୍ୟ ବିବେଚିତ ହୋଇ ପୁରସ୍କୃତ ଅତିଥିଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ବାବା ସାହେବ ଆମ୍ବେଦକର ସ୍ବେଛାସେବୀ ଅନୁଷ୍ଠାନ ର ସଭାପତି ରବିନ୍ଦ୍ର କୁମ୍ଭାର ଧନ୍ୟବାଦ ପ୍ରଦାନ କରିଥିବା ବେଳେ ସଭାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଗ୍ରନ୍ଥାଗାରିକ ବିଦ୍ୟାପତି ପଣ୍ଡା ସଂଯୋଜନା କରିଥିଲେ I ଜୟନ୍ତୀ ସଭାରେ ଜିଲ୍ଲାର ବିଭିନ୍ନ  ବିଭାଗର ଅଧିକାରୀ , ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଠ ନାଗରିକ  ସମାଜର  ଗନ୍ୟମାନ୍ୟ  ବ୍ୟକ୍ତି, ବୁଦ୍ଧିଜୀବୀ ପ୍ରମୁଖଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ  ଶତାଧିକ ଛାତ୍ର ଛାତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ  ଏବଂ  ଗଣମାଧ୍ୟମର ପ୍ରତିନିଧି ଯୋଗଦେଇ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like