-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ୪ ଗ୍ରାମବାସୀଙ୍କୁ ପଟ୍ଟା ବଣ୍ଟନ

24-Dec-2020



ଭୁବନେଶ୍ୱର:(ଶୁଭାଶିଷ ନାଏକ)- କ୍ରମବର୍ଦ୍ଧିଷ୍ଣୁ ସହର ଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସଂପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରର ଗ୍ରାମବାସୀମାନଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରାଞ୍ଚଳ ବିକାଶରେ ନାଗରିକ ଓ ଗୋଷ୍ଠୀଗତ ଭାଗିଦାରୀ ଏକ ଗୁରୁତ୍ବପୂର୍ଣ୍ଣ ଆବଶ୍ୟକତା। ଲୋକଙ୍କ ସହଯୋଗରେ ସହରାଞ୍ଚଳରେ ଏହିଭଳି ଯୋଜନାବଦ୍ଧ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ରୋଲମଡେଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି  ସେ  କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭୁବନେଶ୍ବର କେବଳ ରାଜ୍ୟ ନୁହେଁ, ସାରା ଦେଶର ଏକ ଆକର୍ଷଣୀୟ ସହର । ଏହାର ଲୋକସଂଖ୍ୟା ଓ ପରିସୀମା କ୍ରମାଗତଭାବେ ବୃଦ୍ଧି ପାଉଛି ।ଏ ଦୃଷ୍ଟିରୁ ଏହାର ସାମଗ୍ରିକ (holistic) ବିକାଶ ପାଇଁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ ସହରର ଉପକଣ୍ଠରେ ଜନସାଧାରଣଙ୍କ ଭାଗିଦାରୀରେ ଟାଉନ ପ୍ଲାନିଂ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେଇଛନ୍ତି । ଏଥିପାଇଁ ସେ  ଗାଁର ଲୋକ ମାନଙ୍କୁ  ଧନ୍ୟବାଦ ଦେଇଥିଲେ କ୍ରମବର୍ଦ୍ଧିଷ୍ଣୁ ସହର ଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସଂପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସୂଚନାଯୋଗ୍ୟ ଯେ ଟାଉନ ପ୍ଲାନିଂ କାର୍ଯ୍ୟକ୍ରମରେ ଯୋଜନା ଅଞ୍ଚଳର ୪୦ ପ୍ରତିଶତ ଜମିକୁ ରାସ୍ତାଘାଟ ଆଦି ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ରଖାଯାଏ । ଭିତ୍ତିଭୂମି ବିକାଶ ସହିତ ଜମିର ଦର ବୃଦ୍ଧି ଯୋଗୁ ଜମି ମାଲିକମାନେ ଉପକୃତ ହୁଅନ୍ତି । ରାଜ୍ୟରେ ବର୍ତ୍ତମାନ ୫୮ଟି ରାଜସ୍ବ ଗ୍ରାମରେ ୪୫ଟି ଟାଉନ ପ୍ଲାନିଂ କରାଯାଇଛି ।ପ୍ରାଥମିକଭାବେ ୪ଟି ଗାଁର ଯୋଜନା ଅନୁମୋଦିତ ହୋଇଛି ।ଏଥିରେ ସମୁଦାୟ ୭୪୬ ଏକର ଜମିରେ ଭିତ୍ତିଭୂମିର ବିକାଶ କରାଯାଉଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୋଜନାବଦ୍ଧ ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।ଏହି କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହେବ ଏବଂ ଅନ୍ୟ ସହରମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।  ସହର ଗୁଡିକ ହେଉଛି ଅର୍ଥନୈତିକ ବିକାଶର ଇଞ୍ଜିନ । ଏହାର ନିରନ୍ତର, ସାମଗ୍ରିକ ବିକାଶ ପାଇଁ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଏକ ଆର୍ଥିକ ସୁରକ୍ଷାବଳୟ ସୃଷ୍ଟି ସହିତ ବିକାଶ ଯୋଜନା ଗୁଡିକୁ କାର୍ଯ୍ୟକାରୀ କରାଯିବା ଉଚିତ ବୋଲି  ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ରାଜ୍ୟରେ ପ୍ରଥମ ଥର ପାଇଁ ବିଡିଏ ପକ୍ଷରୁ ଭୁବନେଶ୍ବରରେ ଏଭଳି  ଅଭିନବ ଯୋଜନା କାର୍ଯ୍ୟକାରୀ କରାଯାଇଛି ୤ ସହରର ଭିତ୍ତିଭୂମି ବିକାଶ ପାଇଁ ଏହି ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା ପ୍ରକାଶ  କରିଥିଲେ ।ଏହି ଅବସରରେ ଯୋଜନା ସମ୍ପର୍କରେ  ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍, ରାଜସ୍ବ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଓ ପୂର୍ତ୍ତ ବିଭାଗର ସଚିବ ଶ୍ରୀ  କିଶନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ। ବିଡିଏ ଉପାଧ୍ୟକ୍ଷ ସ୍ୱାଗତ ଭାଷଣ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like