-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ତରଫରୁ ଲୟରସ ଡେ’ ପାଳିତ 

28-Apr-2024



ବଲାଙ୍ଗିର / ଆଜି ଏପ୍ରିଲ ୨୮ ତାରିଖ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଦିବସକୁ ସାରା ରାଜ୍ୟରେ ଓକିଲ ଦିବସ(ଲୟରସ୍ ଡେ’) ଭାବରେ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ତରଫରୁ ସ୍ଥାନୀୟ ସିଭିଲ କୋର୍ଟ  ଠାରେ ଲୟରସ ଡେ’ ପାଳନ କରାଯାଇଥିଲା । ପ୍ରଥମେ ମଧୁସୂଦନ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ସଂଘର ସଭାପତି ଅମରେଶ ତ୍ରିପାଠଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂଘର ସଂପାଦକ ପ୍ରମୋଦ ବହିଦାର ଓ ଅନ୍ୟ ମାନେ 

ଉପସ୍ଥିତ ରହି ଜଣେ ସଫଳ ଆଇନଜୀବୀ, ସ୍ଵାଧୀନଚେତା ସ୍ୱାଭିମାନୀ ମଣିଷ ତଥା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମୁଖ୍ୟ ଭୂମିକା ରହିଥିବା ମଧୁସୂଦନ ଦାସଙ୍କ ଜୀବନର ବିଭିନ୍ନ୍  ଦିଗ ଉପରେ ଆଲୋକପାତ କରିଥିଲେ । ପରେ ସ୍ଥାନୀୟ ଭାଗବତୀ ମନ୍ଦିର ପରିସରରେ ଜିଲ୍ଲା ଓକିଲ ସଂଘ ତରଫରୁ ଅନୁଷ୍ଠିତ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଆମନ୍ତ୍ରିତ ଅତିଥି ଭାବରେ ବଲାଙ୍ଗୀରର ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ ଯୋଗ ଦେଇ ଲୟରସ ଡେ’ ଅବସରରେ ସମସ୍ତ ଓକିଲ ଭାଇ ଭଉଣୀଙ୍କୁ ଅଭିନନ୍ଦନ ଜ୍ଞାପନ କରିବା ସହ ବଲାଙ୍ଗୀରକୁ ଏକ ବିକଶିତ ତଥା ଯୋଜନାବଦ୍ଧ ସହର କରି ଗଢ଼ି ତୋଳିବାରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଆଗକୁ ବଲାଙ୍ଗୀରରେ ଇଂଜିନିୟରିଂ, ମେଡିକାଲ, ଆଇଏଏସ୍ ପରୀକ୍ଷା ଓ ଜୁଡିସିଆଲ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଶିକ୍ଷାର୍ଥୀ ମାନଙ୍କ ପାଇଁ ଏକ ରାଜ୍ୟସ୍ତରୀୟ ଇନ୍‌ଷ୍ଟିଚ୍ୟୁଟ୍ ଖୋଲାଯିବାକୁ ପ୍ରତିଶୃତି ଦେଇଥିଲେ । ବିଗତ ୧୦ ବର୍ଷ ଭିତରେ ବଲାଙ୍ଗୀରରେ କୌଣସି ଆଖିଦୃଶିଆ ବିକାଶ ହୋଇପାରି ନାହିଁ । ବିରୋଧୀ ଦଳ ମାନେ କେବଳ ନିଜର ପରିବାରକୁ ଠିକା ବାଂଟିବା, ଚେକ୍ ଡେମ ନିର୍ମାଣ କରିବା ଆଦି କାମରେ ୧ଠ ବର୍ଷ ବିତାଇ ଦେଇଛନ୍ତି । ମେଡିକାଲ କଲେଜର କଥା ହେଉ କି ଲୋୟର ସୁକତେଲ ପ୍ରକଳ୍ପ କି ବଲାଙ୍ଗୀର ବସ ଟର୍ମିନାଲ,  ଜିଲ୍ଲାର ବିବିଧ ବିକଶନ୍ନୋମୁଖୀ ପ୍ରକଳ୍ପ ବିଜେଡି ସରକାରର ଦୃଢ଼ ନେତୃତ୍ୱ ଯୋଗୁଁ ସଫଳ ହୋଇ ପାରିଛି ବୋଲି ଶ୍ରୀ ସିଂଦେଓ କହିଥିଲେ । ଆମେ କଥାରେ ନୁହେଁ କାମ କରି ଦେଖାଉଁ ବୋଲି ଶ୍ରୀ ସିଂଦେଓ କହିଥିଲେ । ବଲାଙ୍ଗୀରର ତୁଷୁରା ଠାରେ ଏକ ଅତ୍ୟାଧୁନିକ ଏୟାରପୋର୍ଟ ନିର୍ମାଣ କାର୍ଯ୍ୟକୁ ସଂପୂର୍ଣ୍ଣ କରାଯିବା ଉପରେ ଶ୍ରୀ ସିଂଦେଓ ଗୁରୁତ୍ୱ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି  ଓ ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ ନିଜ ଅଭିଭାଷଣରେ 

ବଲାଙ୍ଗୀର ବାର୍ ଏସୋସିଏସନ୍‌ର ଭିତ୍ତିଭୂମିର ବିକାଶ ଦିଗରେ କଳିକେଶଙ୍କ ପିତା ତଥା ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓଙ୍କ ଅବଦାନ ଓ ବଳିଷ୍ଠ ପଦକ୍ଷେପକୁ ପ୍ରଶଂସା କରିଥିଲେ । ଏହି ସଭାରେ ଜିଲ୍ଲା ଓକିଲ ସଂଘର ବହୁ ସଭ୍ୟ ସଭ୍ୟା ଯୋଗ ଦେଇଥିଲେ । 
 ସେହିପରି ବଲାଙ୍ଗୀର ଯୁଧିଷ୍ଟିର ଆଇନ ମହାବିଦ୍ୟାଳୟ ଠାରେ ମଧ୍ୟ ଆଇନ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଲୟରସ ଡେ’ ପାଳିତ ହୋଇଯାଇଛି । ମଧୁସୂଦନ ଦାସଙ୍କ ଚିନ୍ତା, ଚେତନା, ଓଡ଼ିଆ ଅସ୍ମିତା କୁ ଏକ ବୃହତ୍ତର ଦୃଷ୍ଟିକୋଣରେ ଦେଖିବାର ଆବଶ୍ୟକତା ରହିଛି । ମଧୁସୂଦନଙ୍କ ଏକ ସଫଳ ଦାୟାଦ ଭାବେ ଆମେ ତାଙ୍କର ଆଦର୍ଶ କୁ ଅନୁସରଣ କରିବାର ସମୟ ଆସିଛି ବୋଲି ମତପ୍ରକାଶ ପାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like