-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ *ବିଜେପିର ସାମାଜିକ ନ୍ୟାୟ ଆନ୍ଦୋଳନ ବ୍ୟାପକ ହେବ - ଧର୍ମେନ୍ଦ୍ର ପ୍ରଧାନ*

29-Apr-2024



ସମ୍ବଲପୁର, (ସଂଜିବ ପାଣିଗ୍ରାହୀ )

• କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଯୋଗଦେଲେ ବିଜେଡିର ସମ୍ବଲପୁର ଏସଟି-ଏସସି ସେଲ୍ ସଭାପତି  ମୋତିଲାଲ ତନ୍ତୀ ଏବଂ ବିଜେଡି ନେତ୍ରୀ ରୀନା ତନ୍ତୀ 

• ଭାରତୀୟ ହକି ଟିମ୍‌ର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ ବିଜେପିରେ ସାମିଲ ହେବାରୁ ଧନ୍ୟବାଦ 

• ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି

• ସମ୍ବଲପୁର, ସୁନ୍ଦରଗଡ଼, ଆଠମଲ୍ଲିକ, ବରଗଡ଼, ଦେବଗଡ଼, ରେଢାଖୋଲ, ନାକଟିଦେଉଳ, ରେଙ୍ଗାଳି ଆଦି ଅଞ୍ଚଳରେ ଯୁବକମାନଙ୍କ ମଧ୍ୟରେ ଥିବା ପ୍ରବୋଧଙ୍କ ଆକର୍ଷଣ ଦଳକୁ ଲାଭ ଦେବ 

• ଏହି ରାଜନୀତି ବ୍ୟକ୍ତିବିଶେଷଙ୍କ ଅନୁଭବ ବିଜେପିର ଜନଜାତି ସଂଗଠନକୁ ଅଧିକ ସୁଦୃଢ କରିବ

• ରେଙ୍ଗାଳି ସମେତ ସମ୍ବଲପୁରରେ ଗରିବ ଲୋକଙ୍କ ଅପେକ୍ଷା ଓ ଆକାଂକ୍ଷାକୁ ପୂରଣ କରାଯିବ

• ସମ୍ବଲପୁର ଜିଲ୍ଲା ସଭାପତି ଗିରିଶ ପଟେଲ, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ରେଙ୍ଗାଳି ବିଧାୟକ ନାଉରୀ ନାଏକ ପ୍ରମୁଖ ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ 

 

ସମ୍ବଲପୁରରେ ରବିବାର ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ  ବିଜେଡିର ସମ୍ବଲପୁର ଜିଲ୍ଲା ଏସଟି-ଏସସି ସେଲ୍ ସଭାପତି ମୋତିଲାଲ ତନ୍ତୀ ଓ ତାଙ୍କ ଧର୍ମପତ୍ନୀ ତଥା ବିଜେଡି ନେତ୍ରୀ ରୀନା ତନ୍ତୀ ଦଳରେ ଯୋଗଦେଇଛନ୍ତି । 

ଏହି ଅବସରରେ କିଛି ଦିନ ପୂର୍ବରୁ ସୋନପୁର ବିଜୟ ସଂକଳ୍ପ ସଭାରେ ବିଜେପି ଯୋଗଦେଇଥିବା ଭାରତୀୟ ହକି ଟିମ୍‌ର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ ଉପସ୍ଥିତ ଥିଲେ । ଶ୍ରୀ ପ୍ରଧାନ ତାଙ୍କୁ ଦଳରେ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ଓଡ଼ିଶା ରାଜନୀତିରେ ଆଜି ନୂଆ ଅଧ୍ୟାୟ ଆରମ୍ଭ ହୋଇଛି । କଂଗ୍ରେସ କିଛି ଦିନ ପୂର୍ବେ ପ୍ରବୋଧ ତିର୍କୀଙ୍କୁ ତଳସରାରୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ଓ ପରେ ସେ ଜାଗାରେ ଅନ୍ୟ ଜଣଙ୍କୁ ପ୍ରାର୍ଥୀ କଲା । ତେବେ ଆନ୍ତର୍ଜାତିକ ସ୍ତରରେ ହକିକୁ ପ୍ରତିନିଧିତ୍ୱ କରୁଥିବା ତଥା ଓଡ଼ିଶାକୁ ଗୌରବ ଆଣିଥିବା ତୀର୍କି ନିଜର ସମ୍ମାନ ଓ ସ୍ୱାଭିମାନ ପାଇଁ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପ୍ରତି ପ୍ରବୋଧ ତିର୍କୀ ଦେଖାଇଥିବା ଆସ୍ଥା ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ସବ୍‌କା ସାଥ ସବକା ବିକାଶ’ ରାଜନୀତିର ବଡ଼ ପ୍ରତିଫଳନ ।  ସମ୍ବଲପୁର, ସୁନ୍ଦରଗଡ଼, ଆଠମଲ୍ଲିକ, ବରଗଡ଼, ଦେବଗଡ଼, ରେଢାଖୋଲ, ନାକଟିଦେଉଳ, ରେଙ୍ଗାଳି ଆଦି ଅଞ୍ଚଳରେ ଯୁବକମାନଙ୍କ ମଧ୍ୟରେ ଥିବା ପ୍ରବୋଧଙ୍କ ଆକର୍ଷଣ ଦଳକୁ ଲାଭ ଦେବ ବୋଲି କହିଛନ୍ତି ଶ୍ରୀ ପ୍ରଧାନ । 

ସେହିପରି ଦଳରେ ସାମିଲ ହୋଇଥିବା ତନ୍ତୀ ଦମ୍ପତିଙ୍କୁ ସ୍ୱାଗତ କରି ଶ୍ରୀ ପ୍ରଧାନ କହିଛନ୍ତି, ମୋତିଲାଲ ତନ୍ତୀ ଜଣେ ସାମାଜିକ ନ୍ୟାୟ ଆନ୍ଦୋଳନର ଲଢୁଆ ସାଥୀ । ସେ ଛାତ୍ର ଅବସ୍ଥାରୁ ଦଳିତ, ଆସିବାସୀ, ଗରିବ, ଦୁଃଖୀ ବର୍ଗର ଲୋକଙ୍କ ପାଇଁ ସଂଘର୍ଷ କରି ଆସିଛନ୍ତି । ତାଙ୍କ ଧର୍ମପତ୍ନୀ ରୀନା ତନ୍ତୀ ଗତ ବିଧାନସଭାରେ ରେଙ୍ଗାଲି ବିଧାନସଭା କ୍ଷେତ୍ରରୁ ପ୍ରାର୍ଥୀ ହୋଇଥିଲେ । ଉଭୟେ ଏବେ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ସ୍ୱୀକାର କରି ବିଜେପିରେ ସାମିଲ ହୋଇଛନ୍ତି । ଆମ ଦଳ ଏହି ରାଜନୀତି ବ୍ୟକ୍ତିବିଶେଷଙ୍କ ଅନୁଭବକୁ ଉପଯୋଗ କରି ଜନଜାତି ସଂଗଠନକୁ ଅଧିକ ସୁଦୃଢ କରିବ । ସାମାଜିକ ନ୍ୟାୟ ଆନ୍ଦୋଳନକୁ ମଧ୍ୟ ବ୍ୟାପକ କରାଯିବ । ମୋଦୀ ଗ୍ୟାରେଣ୍ଟିରେ ରେଙ୍ଗାଳି ନିର୍ବାଚନମଣ୍ଡଳୀ ସମେତ ସମ୍ବଲପୁରରେ ଗରିବ ଲୋକଙ୍କ ଅପେକ୍ଷା ଓ ଆକାଂକ୍ଷାକୁ ପୂରଣ କରାଯିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଏହି ମିଶ୍ରଣ ପର୍ବରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ରେଙ୍ଗାଳି ବିଧାୟକ ନାଉରୀ ନାଏକ, ସମ୍ବଲପୁର ଜିଲ୍ଲା ସଭାପତି ଗିରିଶ ପଟେଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାମ ଚନ୍ଦ୍ର ମେହେର, ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ବେହେରା ଓ ଆଶିଷ ହୋତା, ଜିଲ୍ଲା ଉପସଭାପତି ଫଣୀ ଭୂଷଣ ମିଶ୍ର, ରାଜ୍ୟ ପେନାଲିଷ୍ଟ ମାନସ ରଞ୍ଜନ ବକ୍ସି, କୃଷକ ମୋର୍ଚ୍ଚା ସଭାପତି ସମୀର ରଞ୍ଜନ ବାବୁ, ଯୁବ ମୋର୍ଚ୍ଚା ସଭାପତି ଅଶ୍ୱିନୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like