କଣ୍ଟାବାଞ୍ଜି (ଆନନ୍ଦ ମୋଟେ ):ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ।

ଆସନ୍ତାକାଲି ଏପ୍ରିଲ ୩୦ରେ ନବୀନ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ମଧ୍ୟ ଦାଖଲ କରିବେ। ତେବେ ନବୀନଙ୍କ ଗସ୍ତ ପୂର୍ବରୁ କଣ୍ଟାବାଞ୍ଜି ବିଜେଡିରେ ତୀବ୍ର ଗୋଷ୍ଠୀକନ୍ଦଳ ଏବେ ଦଳକୁ ଅଡ଼ୁଆରେ ପକାଇ ଦେଇଛି। ବିଜେଡି ସେଠାରେ ଯେତେ ତାଳି ପକା କାର୍ଯ୍ୟ କରିବାକୁ ଚାହିଁଲେ ବି ସ୍ଥାନୀୟ ନେତୃତ୍ୱଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ସାଧାରଣ କର୍ମୀଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଛି। ଗତକାଲି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ଖୋଲାଖୋଲି ଭାବେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା କଣ୍ଟାବାଞ୍ଜି ରାଜନୀତିକୁ ସରଗରମ କରିଛି।

ସୂଚନା ଅନୁସାରେ, ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନବୀନ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ । ନବୀନଙ୍କ ଗସ୍ତ ଓ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ନର୍ଲାରୁ ଟିକେଟ୍ ନପାଇ ନିରାଶ ହୋଇଥିବା ବରିଷ୍ଠ ନେତା ତଥା ବିଧାୟକ ଭୂପିନ୍ଦର ସିଂଙ୍କୁ କଣ୍ଟାବାଞ୍ଜି ବିଧାନସଭା ମଣ୍ଡଳୀର ମୁଖ୍ୟ ନିର୍ବାଚନ ସଂଯୋଜକ ଭାବେ ବିଜେଡି ନିଯୁକ୍ତି ଦେଇଛି । ତାଙ୍କୁ ନର୍ଲାରୁ ଦୂରେଇ ରଖିବା ପାଇଁ ବିଜେଡି ତାଙ୍କୁ କଣ୍ଟାବାଞ୍ଜି ପଠାଉଥିବା ଚର୍ଚ୍ଚା ହେଉଛି । ସେପଟେ କଣ୍ଟାବାଞ୍ଜିରେ ଟିକେଟ୍ ରେସରେ ରହି ନିରାଶ ହୋଇଥିବା ବିଜେଡି ନେତା ଆୟୁବ୍ ଖାନ, ଅଜୟ ଦାସ ଓ ହଂସରାଜ ଜୈନଙ୍କ ସମେତ ଗିରିରାଜ ସିଂ ମାଝୀଙ୍କ ମଧ୍ୟରେ ତୀବ୍ର ଗୋଷ୍ଠୀକନ୍ଦଳ ଏବେ ଦଳକୁ ଅଡ଼ୁଆରେ ପକାଇଛି । ସମସ୍ତେ ନବୀନ ପଟ୍ଟନାୟକଙ୍କୁ ନିଜର ନେତା ମାନି ତାଙ୍କ ସପକ୍ଷରେ କାର୍ଯ୍ୟ କରିବାର ସଙ୍କେତ ଦେଉଥିଲେ ମଧ୍ୟ ସ୍ଥାନୀୟ ନେତାମାନଙ୍କ ମଧ୍ୟରେ କନ୍ଦଳ ଯୋଗୁ ଏହାର ଫାଇଦା ସିଧାସଳଖ ବିରୋଧୀ ଦଳକୁ ମିଳିବାର ସମ୍ଭାବନା ରହିଛି।

"/>

-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ଜିଲ୍ଲା

ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିବେ ସି ଏମ୍ ନାମାଙ୍କନ ପତ୍ର ଦାଖଲ କରିବେ। ଆ

29-Apr-2024

କଣ୍ଟାବାଞ୍ଜି (ଆନନ୍ଦ ମୋଟେ ):ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ।

ଆସନ୍ତାକାଲି ଏପ୍ରିଲ ୩୦ରେ ନବୀନ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ମଧ୍ୟ ଦାଖଲ କରିବେ। ତେବେ ନବୀନଙ୍କ ଗସ୍ତ ପୂର୍ବରୁ କଣ୍ଟାବାଞ୍ଜି ବିଜେଡିରେ ତୀବ୍ର ଗୋଷ୍ଠୀକନ୍ଦଳ ଏବେ ଦଳକୁ ଅଡ଼ୁଆରେ ପକାଇ ଦେଇଛି। ବିଜେଡି ସେଠାରେ ଯେତେ ତାଳି ପକା କାର୍ଯ୍ୟ କରିବାକୁ ଚାହିଁଲେ ବି ସ୍ଥାନୀୟ ନେତୃତ୍ୱଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ସାଧାରଣ କର୍ମୀଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଛି। ଗତକାଲି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ଖୋଲାଖୋଲି ଭାବେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା କଣ୍ଟାବାଞ୍ଜି ରାଜନୀତିକୁ ସରଗରମ କରିଛି।

ସୂଚନା ଅନୁସାରେ, ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନବୀନ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ । ନବୀନଙ୍କ ଗସ୍ତ ଓ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ନର୍ଲାରୁ ଟିକେଟ୍ ନପାଇ ନିରାଶ ହୋଇଥିବା ବରିଷ୍ଠ ନେତା ତଥା ବିଧାୟକ ଭୂପିନ୍ଦର ସିଂଙ୍କୁ କଣ୍ଟାବାଞ୍ଜି ବିଧାନସଭା ମଣ୍ଡଳୀର ମୁଖ୍ୟ ନିର୍ବାଚନ ସଂଯୋଜକ ଭାବେ ବିଜେଡି ନିଯୁକ୍ତି ଦେଇଛି । ତାଙ୍କୁ ନର୍ଲାରୁ ଦୂରେଇ ରଖିବା ପାଇଁ ବିଜେଡି ତାଙ୍କୁ କଣ୍ଟାବାଞ୍ଜି ପଠାଉଥିବା ଚର୍ଚ୍ଚା ହେଉଛି । ସେପଟେ କଣ୍ଟାବାଞ୍ଜିରେ ଟିକେଟ୍ ରେସରେ ରହି ନିରାଶ ହୋଇଥିବା ବିଜେଡି ନେତା ଆୟୁବ୍ ଖାନ, ଅଜୟ ଦାସ ଓ ହଂସରାଜ ଜୈନଙ୍କ ସମେତ ଗିରିରାଜ ସିଂ ମାଝୀଙ୍କ ମଧ୍ୟରେ ତୀବ୍ର ଗୋଷ୍ଠୀକନ୍ଦଳ ଏବେ ଦଳକୁ ଅଡ଼ୁଆରେ ପକାଇଛି । ସମସ୍ତେ ନବୀନ ପଟ୍ଟନାୟକଙ୍କୁ ନିଜର ନେତା ମାନି ତାଙ୍କ ସପକ୍ଷରେ କାର୍ଯ୍ୟ କରିବାର ସଙ୍କେତ ଦେଉଥିଲେ ମଧ୍ୟ ସ୍ଥାନୀୟ ନେତାମାନଙ୍କ ମଧ୍ୟରେ କନ୍ଦଳ ଯୋଗୁ ଏହାର ଫାଇଦା ସିଧାସଳଖ ବିରୋଧୀ ଦଳକୁ ମିଳିବାର ସମ୍ଭାବନା ରହିଛି।

News Comment

Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like