-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରେଢାଖୋଲରେ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ସାମିଲ

05-May-2024



 

 

 

ରେଢାଖୋଲ:(ସଂଜୀବପାଣିଗ୍ରାହୀ) –  ଓଡ଼ିଶା ସରକାର ସ୍କୁଲରେ ରଙ୍ଗ ମାରି ଶିକ୍ଷାର ବିକାଶ ହେଉଛି ବୋଲି ମିଛ ଡିଣ୍ଡିମ ପିଟୁଛନ୍ତି । ଶିକ୍ଷାର ମୂଳ ଦାୟିତ୍ୱ ରାଜ୍ୟ ସରକାରଙ୍କ ଉପରେ ନ୍ୟସ୍ତ ରହିଥିବା ବେଳେ ଓଡ଼ିଶାର ଅନେକ ସରକାରୀ ସ୍କୁଲରେ ଆବଶ୍ୟକ ଶିକ୍ଷକ ନାହାନ୍ତି । କ୍ଷମତାସୀନ ବିଜେଡି ସରକାର ମୂଳ ପ୍ରଶ୍ନର ଉତ୍ତର ନ ଦେଇ କେବଳ ଏଣେତେଣେ ଯୁକ୍ତି ବାଢୁଛନ୍ତି ବୋଲି ରବିବାର ରେଢାଖୋଲରେ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ଶୋଭାଯାତ୍ରାରେ ସାମିଲ ହେବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

 

ଶ୍ରୀ ପ୍ରଧାନ ଆଜି ରେଢାଖୋଲ ବିଧାୟକ ପ୍ରାର୍ଥୀ ଦେବେନ୍ଦ୍ର ମହାପାତ୍ରଙ୍କ ନାମାଙ୍କନ ଶୋଭାଯାତ୍ରାରେ ସାମିଲ ହେବା ସହ ତାଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଚଳିତ ନିର୍ବାଚନରେ ପିଇବା ପାଣି, ଜଳସେଚନ, ଚିକିତ୍ସାସେବା, ଶିକ୍ଷାର ସୁବ୍ୟବସ୍ଥା, ମହିଳାଙ୍କ ସୁରକ୍ଷା, ଓବିସିଙ୍କୁ ସାମ୍ବିଧାନିକ ଅଧିକାର ପ୍ରଦାନ, ଆଦିବାସୀଙ୍କ ଧନ ଜୀବନ ସୁରକ୍ଷା ଓ ବଞ୍ଚିତ ବର୍ଗକୁ ସମ୍ମାନ ମିଳିବା ବିଜେପିର ପ୍ରମୁଖ ପ୍ରସଙ୍ଗ ହୋଇଛି । ମୋଦି ସରକାର ଓଡ଼ିଶାକୁ ୧୮ ଲକ୍ଷ କୋଟି ଟଙ୍କାର ଦାୟିତ୍ୱ ନେଇଛନ୍ତି । ଏହା ପରେ ମଧ୍ୟ ଓଡ଼ିଶାରେ ସରକାରୀ ଡାକ୍ତରଖାନାରେ ଡାକ୍ତର ନାହାନ୍ତି । ସ୍କୁଲରେ ଶିକ୍ଷକ ନାହାନ୍ତି । ଅନେକ ବିଦ୍ୟାଳୟରେ ବିଜୁଳି, ଇଣ୍ଟରନେଟ୍, ଖେଳପଡ଼ିଆ ଓ ଶୌଚାଳୟର ସୁବିଧା ନାହିଁ । ଛାତ୍ରଛାତ୍ରୀଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ ।  ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ । କିନ୍ତୁ ଏ ସମସ୍ୟା ଉପରେ ପ୍ରଶ୍ନ କଲେ ସ୍ଥାନୀୟ ସରକାର ମୂଳ ପ୍ରଶ୍ନରୁ ବିଚ୍ୟୁତ ରହୁଛନ୍ତି ।

 

ଏବେ ସାରା ରାଜ୍ୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଆସ୍ଥା ବଢୁଛି ।  ରାଜ୍ୟରେ ପରିବର୍ତ୍ତନର ଲହର ଦେଖାଦେଇଛି । ୨୪ ବର୍ଷ ସରକାରର ଅପାରଗତା ଓ ଦୁର୍ନୀତି କରୁଥିବା ଲୋକ ମାନଙ୍କୁ ଶାସନ ଗାଦିରୁ ହଟାଇବା ପାଇଁ ଲୋକମାନେ ମନ ବନାଇ ସାରିଛନ୍ତି । ଓଡ଼ିଶାରେ ବିକଳ୍ପ ଭାବେ ବିଜେପି ଓଡ଼ିଶାର ସେବା କରିବାର ସୁଯୋଗ ପାଇବ । ବିଜେପିର ମୁଖ୍ୟମନ୍ତ୍ରୀ ଯିଏ ହେବ ତାହାକୁ ଓଡ଼ିଶାବାସୀ ନିର୍ଣ୍ଣୟ କରିବେ ।  ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ରେଢାଖୋଲ ସମେତ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ହେବ ।  ମୋଦୀଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ଓ ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶାକୁ ଏକ ନମ୍ବର କରିବା ସହ ଡବଲ ଇଞ୍ଜିନ ସରକାର ଆଣିବା ପାଇଁ ପଦ୍ମଫୁଲରେ ଭୋଟ ଦେବାକୁ କେନ୍ଦ୍ରମନ୍ତ୍ରୀ ନାଗରିକଙ୍କୁ ନିବେଦନ କରିଛନ୍ତି । 

 

ଏହାପୂର୍ବରୁ ଶ୍ରୀ ପ୍ରଧାନ ସମ୍ବଲପୁର ଠାରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ସ୍ୱାଭିମାନ ସମ୍ବଲପୁର' ଦ୍ଵାରା ଆୟୋଜିତ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ । ସେ କହିଥିଲେ ବିଶ୍ୱମ୍ଭର ବହିଦାରଙ୍କ ଭଳି ସମ୍ବଲପୁରର ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ରକ୍ତଦାନ ଭଳି ଏକ ମହତ କାର୍ଯ୍ୟରେ ସ୍ଥାନୀୟ ନାଗରିକ ବିଶେଷତଃ ଯୁବବର୍ଗଙ୍କ ନିଃସ୍ୱାର୍ଥପର ଯୋଗଦାନ ପ୍ରଶଂସନୀୟ । ମାନବ ସମାଜରେ ସ୍ୱାଭିମାନ ସହ ସେବା ମନୋଭାବ ତିଆରି କରିବାରେ ଆପଣଙ୍କ ସଂଗଠନ ପ୍ରେରଣାର ସ୍ରୋତ ହେଉ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like