-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ସମରେନ୍ଦ୍ର ଙ୍କ ଭୋଟ ଭିକ୍ଷା, ପ୍ରଧାନମନ୍ତ୍ରୀ କି ମୁଖ୍ୟମନ୍ତ୍ରୀଙ୍କ ଫମ୍ପା ପ୍ରତିଶୃତିରେ ଲୋକେ ଭୋଟ ଦେବେ ନାହିଁ - ସମରେନ୍ଦ୍ର

11-May-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ଉଭୟ ବିଜେଡି ବିଜେପି ଦଳକୁ ବଲାଙ୍ଗିର ରେ ହାରିବା ଭୟ ଘାରିଲାଣି । କେତେବେଳେ ମୁଖ୍ୟମନ୍ତ୍ରୀ ତ କେତେବେଳେ ପ୍ରଧାନମନ୍ତ୍ରୀ ଆମ ଅଂଚଳକୁ ଆସି ସରଳ, ନିରିହ ବଲାଙ୍ଗିରବାସୀଙ୍କୁ ମିଛ ପ୍ରତିଶୃତି ଦେବା ସହ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ନାଁ ରେ ଭୋଟ ଦେବା ପାଇଁ କହୁଛନ୍ତି । କିନ୍ତୁ ସେ ଉଭୟ ଦଳ ଜାଣିବା ଦରକାର ଯେ ଆମ ଅଂଚଳରେ ଲୋକେ ଦୁଇ ଦୁଇ ଥର ଉଭୟ ଦଳକୁ ପ୍ରତ୍ୟାଖାନ କରିସାରିଲେଣି । ଆମ ପ୍ରୀୟ ବିଧାୟକ ନରସିଂହ ମିଶ୍ରଙ୍କ ପ୍ରତିଶୃତି ଓ ବିକାଶମୂଳକ କାର୍ଯ୍ୟରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ଅଛି । ତେଣୁ ବଲାଙ୍ଗିର ଲୋକେ ବଲାଙ୍ଗିର ର ବିକାଶ ସପକ୍ଷରେ କଂଗ୍ରେସ ଦଳର ହାତଚିହ୍ନ ରେ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରାଇବେ ବୋଲି ଆଜି ବଲାଙ୍ଗିର ବ୍ଲକ ସ୍ଥିତ କଂକରା, କର୍ଲାପିଟା, ସିଆଲବାହାଲି ଓ ବାନ୍ଧନଘୋର ଠାରେ ଆୟୋଜିତ ଜନ ଆଶିର୍ବାଦ ସଭାରେ ବଲାଙ୍ଗିର ବିଧାନସଭା ପାଇଁ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ଏହି ସଭାମାନଙ୍କରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ଯେ ଉଭୟ ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ ନିର୍ବାଚନରେ ଦେଇଥିବା ପ୍ରତିଶୃତି ଆଜି ପର୍ଯ୍ୟନ୍ତ ପାଳନ କରିନାହାନ୍ତି । ଉଭୟେ ଆମ ଅଂଚଳ ଲୋକଙ୍କୁ ଭକୁଆ ଭାବୁଛନ୍ତି । ସେମାନେ ଜାଣି ରଖିବା ଦରକାର ଯେ ଆମ ଯୁବକଙ୍କୁ ରୋଜଗାର ପ୍ରତିଶୃତି ଦେଇ ମିଛ କହିଥିବା ପ୍ରଧାନମନ୍ତ୍ରୀ ଓ ଆମ ଅଂଚଳ ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଆଗାମୀ ନିର୍ବାଚନରେ ଏ ଅଂଚଳର ଛାତ୍ର, ଯୁବକ, କୃଷକ, ଶ୍ରମିକ ଓ ମହିଳାମାନେ କେବେ ବି କ୍ଷମା କରିବେ ନାହିଁ । ଲୋକେ ତାଙ୍କ ବହୁମୁଲ୍ୟ ଭୋଟ ମାଧ୍ୟମରେ ଏମାନଙ୍କୁ ଉଚିତ ଜବାବ ଦେବେ ବୋଲି ସମରେନ୍ଦ୍ର କହିଛନ୍ତି । ଠିକ୍ ସେହିପରି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଆଜି କଂକରା, ଖର୍ଲିକାନି ଓ ଲୁଚକିବନ୍ଧ ଗାଁ ଠାରେ ଆୟୋଜିତ ନିର୍ବାଚନୀ ସଭାମାନଙ୍କରେ ଲୋକଙ୍କୁ କଂଗ୍ରେସ ଦଳ ତରଫରୁ ଦିଆ ଯାଇଥିବା ଗ୍ୟାରେଣ୍ଟି ଉପରେ ଅବଗତ କରାଇଥିଲେ । ବିଧାୟକ ଶ୍ରୀ ମିଶ୍ର କହିଥିଲେ ଯେ ଯଦି କଂଗ୍ରେସ ସରକାରକୁ ଆସେ ତେବେ ଗୃହ ଜ୍ୟୋତି ଯୋଜନାରେ ଘରେଇ ଉପଭୋକ୍ତଙ୍କ ପାଇଁ ୨୦୦ ୟୁନିଟ ବିଦ୍ୟୁତ ଦେୟ ମାଗଣା, ଯୁବ ବିକାଶ ଯୋଜନାରେ ପ୍ରତ୍ୟେକ ବର୍ଷ ୫ଲକ୍ଷ ଯୁବକ ଯୁବତିଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩ ହଜାର ଟଙ୍କା, କୃଷକମାନଙ୍କ ପାଇଁ ବୋନସ ସହ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କ୍ୱିଣ୍ଟାଲ ପ୍ରତି ୩ହଜାର ଟଙ୍କା, କୃଷିଋଣ ଛାଡ, କୃଷକମାନଙ୍କ ପାଇଁ ୨ହଜାର ଟଙ୍କା ପେନସନ ବ୍ୟବସ୍ଥା, ଗୃହଲକ୍ଷ୍ମୀ ଯୋଜନାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କ ବ୍ୟଙ୍କ ଋଣ ଛାଡ ଓ ପ୍ରତ୍ୟେକ ମହିଳାଙ୍କୁ ମାସିକ ୨ହଜାର ଟଙ୍କା ଭତ୍ତା, ଆଦିବାସୀ ଓ ଦଳିତ ମହିଳା ୩ହଜାର ଟଙ୍କା ଭତ୍ତା, ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ବ୍ୟବସ୍ଥା ସହ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମାଧ୍ୟମରେ ମାଗଣା ଚିକିତ୍ସା, ବାଦ୍ଧକ୍ୟ ବିକଳାଙ୍ଗ ଭତ୍ତା ମାସିକ ୨ ହଜାର ଟଙ୍କା ପ୍ରଦାନ, ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ପଛୁଆ ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ଏବଂ ୧୦୦ ଦିନ ଭିତରେ ପେଶା ଆଇନକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଜନସାଧାରଣଙ୍କୁ ନିଜ ବକ୍ତବ୍ୟରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like