-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

୧୦ ବଲାଙ୍ଗୀର ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ରାଜନ ଭିଶାଲ, ଆଇ.ଏ .ଏସ ଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ପରିଚାଳନା ଓ ସମ୍ବେଦନଶୀଳ ବୁଥ ର ସମୀକ୍ଷା:-

16-May-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୧୦- ବଲାଙ୍ଗୀର ଲୋକସଭା ସଂସଦ ଏବଂ ୬୪- ବୀରମହାରାଜପୁର ଓ ୬୫- ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ  ନିର୍ବାଚନ ପରିଚାଳନା କୁ ନିରପେକ୍ଷ, ସ୍ୱଚ୍ଛ ଓ ବ୍ୟବସ୍ଥିତ ଭାବେ ସମାହିତ କରିବା ପାଇଁ ଭାରତ ନିର୍ବାଚନ କମିଶନ ଙ୍କ ଦ୍ୱାରା ନିଯୁକ୍ତ ପର୍ଯ୍ୟବେକ୍ଷକ ରାଜନ ଭିଶାଲ, ଆଇଏଏସ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ସାମଗ୍ରିକ ନିର୍ବାଚନ ପରିଚାଳନା ତଥା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍ ଗୁଡିକର ପରିଚାଳନା ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l  ପର୍ଯ୍ୟବେକ୍ଷକ ଜିଲ୍ଲା ପାଇଁ ନିୟୋଜିତ ବିଭିନ୍ନ କମିଟିର ନୋଡାଲ ଅଧିକାରୀ ତଥା ସଦସ୍ୟ ସଦସ୍ୟା ଙ୍କ ସହ ଆଗାମୀ ନିର୍ବାଚନ ପରିଚାଳନା ଉପରେ ବିସ୍ତୃତ ଆଲୋଚନା କରିବା ସହ ବିଶେଷତଃ ସ୍ପର୍ଶକାତର ବୁଥ୍ ପରିଚାଳନା ସହ ମତଦାନ ଓ ମତଦାତାର ନିରାପତ୍ତା ଉପରେ ସମୀକ୍ଷା କରିଛନ୍ତି l ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ ଅନ୍ୟା ଦାସ  ଜିଲ୍ଲାରେ ନିର୍ବାଚନ  ସୁପରିଚାଳନା ନିମନ୍ତେ ନିଆଯାଇଥିବା  ପ୍ରସ୍ତୁତି ଉପରେ  ପର୍ଯ୍ୟବେକ୍ଷକ ଙ୍କୁ ଅବଗତ କରାଇଥିଲେ l ବୈଠକରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟସ ପ୍ରତାପ ଶ୍ରୀମଲ ନିର୍ବାଚନ କୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳା ର ସହ ସମାପନ ନିମନ୍ତେ ବିଭିନ୍ନ ମୋବାଇଲ୍ ପାର୍ଟିଙ୍କ ଦାୟିତ୍ଵ ବଣ୍ଟନ ଏବଂ ସ୍ପର୍ଶକାତର ବୁଥ୍ ପରିଚାଳନା ପାଇଁ ନିଆଯାଇଥିବା ବ୍ୟବସ୍ଥା ଉପରେ ପାୱାର ପଏଣ୍ଟ ମାଧ୍ୟମରେ ଅବଗତ କରାଇଥିଲେ l ଜିଲ୍ଲାର ଉତ୍ତେଜନା ପ୍ରବଣ ଅଞ୍ଚଳରେ କେନ୍ଦ୍ରୀୟ ପୋଲିସ ବଳ ର ଫ୍ଳାଗ୍ ମାର୍ଚ ସମ୍ବନ୍ଧରେ ସୂଚନା ଦେବା ସହିତ ଯେକୌଣସି ପ୍ରତିକୂଳ ଆଇନ୍ ଶୃଙ୍ଖଳା ପରିସ୍ଥିତି କୁ ଜିଲ୍ଲା ପୋଲିସ ନିୟନ୍ତ୍ରଣ କରିବାକୁ ସକ୍ଷମ ବୋଲି ଜଣାଇଥିଲେ I  ବୈଠକରେ ଅତିରିକ୍ତ ଜିଲ୍ଲାପାଳ  ଅଞ୍ଜଳିନା ପ୍ରଧାନ, ଜିଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ନିର୍ବାଚନର ବିଭିନ୍ନ ବିଭାଗର ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ନିର୍ବାଚନ ସମ୍ପୃକ୍ତ ବିଭାଗ କାର୍ଯ୍ୟକାରିତା ର ତଥ୍ୟ ଉପସ୍ଥାପନ କରିଥିଲେ l ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ରାଜନ ଭିଶାଲ,  ନିର୍ବାଚନ ପରିଚାଳନା ରେ ସମ୍ପୃକ୍ତ  ପୋଲିସ  , ଅବକାରୀ, ଆୟକର, ବିକ୍ରିକର,  ଇତ୍ୟାଦି ବିଭାଗ ର  ପ୍ରସ୍ତୁତି ଉପରେ ସମୀକ୍ଷା କରିଥିଲେ l ଅବକାରୀ ବିଭାଗ ଜିଲ୍ଲା ର ସମସ୍ତ ଦେଶୀ ମଦଭାଟି ଏବଂ ବିଦେଶୀ ମଦଦୋକାନ ଉପରେ ତୀକ୍ଷ୍ଣ  ନଜର ରଖି ଏହାର ବେନିୟମ ଏବଂ ସମୟ ବାହାରେ ବିକ୍ରି ଉପରେ କଟକଣା ଲଗାଇବା ପାଇଁ କହିଥିଲେI 
ଖର୍ଚ୍ଚ ପରିଚାଳନା କମିଟି ସଦସ୍ୟ ତଥା ଅଧିକାରୀ ମାନଙ୍କୁ ପ୍ରାର୍ଥୀଙ୍କ ଖର୍ଚ୍ଚ ହିସାବ କଡ଼ାକଡ଼ି କରିବା ସହ ଶୂନ୍ୟ ପକ୍ଷପାତିତା ରେ ରେ ନିର୍ବାଚନ ପରିଚାଳନା କରିବାକୁ ନିର୍ଦେଶ ଦେଇଥିଲେ l ନିର୍ବାଚନରେ ନିଶା କାରବାର ଓ ଟଙ୍କାର ବେଆଇନ ବ୍ୟବହାର ରୋକିବାକୁ ବିଭିନ୍ନ ସ୍ଥାନରେ ପୁଲିସ ଓ ଅବକାରୀ ବିଭାଗ ପକ୍ଷରୁ ବେରିକେଡିଂ କରି ମିଳିତ ଯାଞ୍ଚ କରିବାକୁ ନିର୍ଦେଶ ଦେଇ ନିର୍ବାଚନ ଯେପରି ଶାନ୍ତି ଶୃଙ୍ଖଳାର ସହ ସମାପନ ହେବ ସେଥିପ୍ରତି ଯତ୍ନବାନ ହେବାକୁ ନିର୍ଦେଶ ପ୍ରଦାନ କରିଛନ୍ତି । ଏହା ସହ ପର୍ଯ୍ୟବେକ୍ଷକ ନିର୍ବାଚନ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକାରିତା, ସି-ଭିଜିଲ ଉପଯୋଗ, ଆଇନ୍ ଶୃଙ୍ଖଳା ଓ ସାମଗ୍ରିକ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ବିଭିନ୍ନ ଅଧିକାରୀ ମାନଙ୍କୁ ଉତ୍ସର୍ଗୀକୃତ ଭାବରେ କାମକରି ଜିଲ୍ଲାରେ ସଫଳ ନିର୍ବାଚନ କରିବା ପାଇଁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like