-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
18-May-2024
କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ):କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଵିଅର ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣା ପଡ଼ିଛି | ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ଘଣ୍ଟାପଡ଼ା ଗ୍ରାମରେ ଚଢାଉ କରି ବିପୁଳ ଵିଅର ଜବତ କରିଥିବା ବେଳେ ଘଟଣାରେ ଜଣକୁ ଗିରଫ କରାଯାଇଛି | ଜବତ ବିଅର୍ ମଦର ପରିମାଣ ୧୨୪.୮୦୦ ଲିଟର ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ହେଲେ ଘଣ୍ଟାପଡ଼ା ଗ୍ରାମର ଦେବାଶିଷ ଦାସ (୨୩) ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି | ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୧୮/୨୪-୨୫ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତ ଦେବାଶିଷ କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି |