-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ପ୍ରେମବିବାହ ପାଇଁ ଶବକୁ ଜାତି ସମାଜ କରିଦେଲା ପର; ଅଛୁଆଁ ଶବ ଏବଂ ଅନ୍ୟ ଦୁଇ ଅପରିଚିତ ଶବକୁ ସସମ୍ମାନେ ସତ୍କାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ

21-May-2024



ବଲାଙ୍ଗିର: ଜାତିପ୍ରଥାର ଶିକାର ହୋଇଥିବା ଗୋଟିଏ ଶବ ଏବଂ ଦୁଇଟି ଅପରିଚିତ ଶବ ମିଶି ତିନୋଟି ଶବକୁ ଏକାସାଙ୍ଗରେ ସସମ୍ମାନେ ସତ୍କାର କରିଛି ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ। ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଭାଲୁମୁକୁନ୍ଦ ଗ୍ରାମର ବଶିଷ୍ଠ ଧରୁଆ ଅନ୍ୟ ଜାତିର ଝିଅକୁ ପ୍ରେମବିବାହ କରି ନିଜ ଗ୍ରାମରେ ରହିଆସୁଥିଲେ। ପାରିବାରିକ କାରଣରୁ ଗତକାଲି ନିଜ ଘରେ ସେ ଆତ୍ମହତ୍ୟା କରିଦେଇଥିଲେ। ତାଙ୍କ ସ୍ତ୍ରୀ ଝୁମି ଧରୁଆଙ୍କ କହିବାନୁଯାୟୀ ସେ ନିଜେ କେଉଁଟ ଜାତିର ଝିଅ ହୋଇଥିବା ବେଳେ ଗଣ୍ଡ ଜାତିର ପୁଅକୁ ପ୍ରେମବିବାହ କରିଥିବାରୁ ମୃତ୍ୟୁ ପରେ ଜାତି ସମାଜ ତାଙ୍କ ସ୍ବାମୀଙ୍କ ଶବକୁ ବାସନ୍ଦ କରିଦେଇଥିଲେ। ସ୍ୱାମୀଙ୍କ ଅସ୍ୱାଭାବିକ ମୃତ୍ୟୁ ପରେ ଅନେକ ଅନୁରୋଧ କରିବା ସତ୍ତ୍ୱେ ମଧ୍ୟ ଗାଁରେ ଜାତି ଭାଇମାନେ ଶବକୁ ଛୁଇଁବେ ନାହିଁ କି ଦାହ କରିବେ ନାହିଁ ବୋଲି ରୋକଠୋକ ମନା କରିଦେଇଥିଲେ। ଫଳରେ ହତଭାଗା ସ୍ତ୍ରୀ ଜଣକ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନକୁ ଯୋଗାଯୋଗ କରିବା ସହିତ ନିଜ ଛୋଟ ଛୋଟ ଦୁଇ ପୁଅଝିଅଙ୍କୁ ଧରି ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପହଞ୍ଚିଥିଲେ। ସ୍ଥାନୀୟ ପୋଲିସକୁ ଖବର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବା ପରେ ପୋଲିସ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇ ସ୍ତ୍ରୀଙ୍କୁ ହସ୍ତାନ୍ତର କରଯାଇଥିଲା। ପରେ ଶବ ସତ୍କାର ପାଇଁ ମୃତକଙ୍କ ସ୍ତ୍ରୀ ଝୁମି ଧରୁଆ ନିଜକୁ ଅସହାୟ ମଣିବାରୁ ସ୍ୱାମୀଙ୍କ ଶବକୁ ସ୍ଥାନୀୟ ପୋଲିସ ଉପସ୍ଥିତିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନକୁ ଲିଖିତ ହସ୍ତାନ୍ତର କରିଦେଇଥିଲେ। ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟମାନେ ମହାପ୍ରୟାଣ ଗାଡିରେ ଶବକୁ ସ୍ଥାନୀୟ ବିଭୁତିପଡା ଶ୍ମଶାନକୁ ନେଇ ସସମ୍ମାନେ ସତ୍କାର କରି ଫେରିଥିଲେ। ଏହାସହ ଟିଟିଲାଗଡରୁ ଭିନ୍ନ ଭିନ୍ନ ସମୟରେ ସ୍ଥାନୀୟ ସ୍ବେଚ୍ଛାସେବୀ ମାନେ ଦୁଇଜଣ ବ୍ୟକ୍ତିଙ୍କୁ ଆଣି ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରି ଚାଲି ଯାଇଥିଲେ। କିଛିଦିନ ପରେ ଚିକିତ୍ସାଧିନ ଅବସ୍ଥାରେ ଭିନ୍ନ ଭିନ୍ନ ସମୟରେ ଉଭୟଙ୍କର ମୃତ୍ୟୁବରଣ ଘଟିଯାଇଥିଲା। ସ୍ଥାନୀୟ ପୋଲିସ ଶବ ଦ୍ୱୟକୁ ଜବତ କରି ବ୍ୟବଚ୍ଛେଦ କରିବା ପରେ ଔପଚାରିକତା ଦୃଷ୍ଟିରୁ ଶବ ଚିହ୍ନଟ ପାଇଁ ଶବ ସଂରକ୍ଷଣ କେନ୍ଦ୍ରରେ ସଂରକ୍ଷିତ ରଖିଥିଲା। କୌଣସି ପରିଚୟ ନ ମିଳିବାରୁ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନକୁ ଯୋଗାଯୋଗ

ପରେ ସଦସ୍ୟମାନେ ଶବ ଦ୍ୱୟକୁ ମହାପ୍ରୟାଣ ଗାଡିରେ ସ୍ଥାନୀୟ ବିଭୁତିପଡା ଶ୍ମଶାନକୁ ନେଇ ସମ୍ମାନର ସହ ସତ୍କାର କରି ଫେରିଥିଲେ। ଏହିପରି ଭାବରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା ଏକାସାଙ୍ଗରେ ତିନିଗୋଟି ଅସହାୟ ଶବ ସତ୍କାର ସମ୍ପନ୍ନ କରାଯାଇଥିଲା। ଏହି ଶବ ସତ୍କାରରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଗୋବିନ୍ଦ ଚନ୍ଦ୍ର ଶତପଥୀ, ରବୀନ୍ଦ୍ର ପ୍ରଧାନ, ଲିଙ୍କନ ସେଠ, ସୀମାଞ୍ଚଲ ସୁନା, ପ୍ରଦୀପ ଜୁଏଡ, ସୁବାଷ ବାଗ ଓ ତନ୍ମୟ ପୁଟେଲ ସାମିଲ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like