-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଦେଶ ବିଦେଶ

ଦିଲ୍ଲୀରେ କବିସନ୍ଧି କାର୍ଯ୍ୟକ୍ରମରେ ପ୍ରତିଭା ଶତାପଥୀଙ୍କ କବିତା ପାଠ ମୋର କବିତାଗୁଡ଼ିକ ଶବ୍ଦରେ ପ୍ରକାଶିତ ଲୁହର ବୁନ୍ଦା : ପ୍ରତିଭା ଶତପଥୀ

22-May-2024



ନୂଆଦିଲ୍ଲୀ(ପ୍ରେରଣା ଖବର ): ‘ମୋର କବିତା ନିଜସ୍ବ ଅନୁଭୂତି, ଆନନ୍ଦ-ବିଷାଦ ତଥା ସମାଜର ବିକୃତ ବାସ୍ତବତାକୁ ପ୍ରତିଫଳିତ କରେ। ମୋର କବିତାଗୁଡ଼ିକ ଶବ୍ଦରେ ପ୍ରକାଶିତ ଲୁହର ବୁନ୍ଦା ପରି ମନେହୁଏ। ସେଗୁଡ଼ିକ କ୍ରମାଗତ ପରିବର୍ତ୍ତନର ପ୍ରତୀକ ପରି। ପ୍ରତ୍ୟେକ କବିଙ୍କ ପରି ମୋ ପାଇଁ ମଧ୍ୟ କବିତା ଏକ ଅନ୍ତହୀନ ପ୍ରୟାସ। ମୋ କବିତା ମାଧ୍ୟମରେ ମୁଁ ପୃଥିବୀ ସହିତ ସଂଯୁକ୍ତ ବୋଲି ଅନୁଭବ କରେ।’
ନୂଆଦିଲ୍ଲୀରେ ଆଜି ସନ୍ଧ୍ୟାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ଅନୁଷ୍ଠିତ ଏକ ସ୍ବତନ୍ତ୍ର କବିସନ୍ଧି କାର୍ଯ୍ୟକ୍ରମରେ ଅତିଥି  କବି ଭାବେ ଯୋଗଦେଇ ଏଭଳି ଭାବଭରା ବକ୍ତବ୍ୟ ରଖିଛନ୍ତି ବିଶିଷ୍ଟ ଓଡ଼ିଆ କବି ପ୍ରତିଭା ଶତପଥୀ। ସ୍ବରଚିତ କବିତାପାଠ ପୂର୍ବକ ନିଜ କାବ୍ୟଯାତ୍ରାର ଅନ୍ତରଙ୍ଗ ଅନୂଭୂତି ଗୁଡ଼ିକୁ ମନୋଲୋଭା ଶବ୍ଦ  ମାଧ୍ୟମରେ ପ୍ରକାଶ କରି ସେ ଉପସ୍ଥିତ ଶ୍ରୋତାଙ୍କୁ ବିମୁଗ୍ଧ କରିଥିଲେ। ସେ କହିଥିଲେ, ‘କବିତା ସହିତ ମୋର ଦୀର୍ଘ ଦିନର ସମ୍ପର୍କ। ପିଲାଦିନରେ ପ୍ରକୃତି ପ୍ରତି ମୋର ଭଲପାଇବା ହେତୁ ମୁଁ କବିତା ଲେଖିପାରିଛି। ପରବର୍ତ୍ତୀ କାଳରେ ସାରଳା ଦାସଙ୍କ ପରି ବହୁ ପ୍ରସିଦ୍ଧ କବି ଓ ଲେଖକଙ୍କ କୃତି ପଢ଼ି ମୋର କବିତା ମାର୍ଜିତ ହୋଇଛି।’ ସେ ତାଙ୍କର କେତେକ କବିତା ମୂଳ ଓଡିଆରେ ପାଠ କରିବା ସହିତ କେତେକ କବିତାର ହିନ୍ଦୀ ଏବଂ ଇଂରାଜୀ ଅନୁବାଦ ଶୁଣାଇଥିଲେ। ଇଂରାଜୀରେ ଅନୂଦିତ କବିତାର ଶିରୋନାମା ଥିଲା - ‘ଜଷ୍ଟ ଲାଇକ୍ ଆର୍ଥ’ ଏବଂ ‘ନୋ ୱାର୍ଡ୍ସ ଇନ ପର୍ଟିକୁଲାର’ ଇତ୍ୟାଦି। କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟରେ ଲୀଲାଧର ମାଣ୍ଡଲୋଇ, ରାଜେନ୍ଦ୍ର ପ୍ରସାଦ ମିଶ୍ର ଓ ପାରମିତା ଶତପଥୀ ତାଙ୍କ କବିତାର ହିନ୍ଦୀ ଅନୁବାଦ ଏବଂ ଯଶୋଧାରା ମିଶ୍ର ଓ ବି. ଭୁମା ଇଂରାଜୀ ଅନୁବାଦ ପାଠ କରିଥିଲେ।
କାର୍ଯ୍ୟକ୍ରମ ଆରମ୍ଭରେ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ଶ୍ରୀମତୀ ଶତପଥୀଙ୍କୁ  ଅଙ୍ଗବସ୍ତ୍ର ଏବଂ ସାହିତ୍ୟଏକାଡେମୀ ପ୍ରକାଶିତ ପୁସ୍ତକ ପ୍ରଦାନ ପୂର୍ବକ ସ୍ୱାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସୁରେଶ ଋତୁପର୍ଣ୍ଣା, ଦିବିକ୍ ରମେଶ, ଗିରିଶ୍ୱର ମିଶ୍ର, ଲକ୍ଷ୍ମୀ କନ୍ନନ୍ ଏବଂ ସୁମନ୍ୟୁ ଶତପଥୀ ପ୍ରମୁଖ ସୁପରିଚିତ ହିନ୍ଦୀ ଓ ଓଡ଼ିଆ ଲେଖକ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସଂଯୋଜନା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସାହିତ୍ୟ ଏକାଡେମୀର ଉପସଚିବ ଡକ୍ଟର ଦେବେନ୍ଦ୍ର କୁମାର ଦେବେଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like