-+91-9937148622 |
prerana_bgr@rediffmail.com |
Friday 6th March 2026 |
R.N.I. Regd No. ODIODI/2010/46693
Breaking News
07-Jun-2024
କଣ୍ଟାମାଳ,(ଜୟ କୁମାର ମହାରଣା)
କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣ ର ଚୋରା ମଦ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣା ପଡ଼ିଛି | ସୂଚନା ଅନୁସାରେ ଚୋରା. ମଦ କାରବାର ସମ୍ପର୍କରେ କଣ୍ଟାମାଳ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ କୌଣସି ସୂତ୍ରରୁ ଖବର ପାଇଥିଲେ l ଖବର ପାଇବାପରେ ଶ୍ରୀ ମଲିକଙ୍କ ନେତୃତ୍ୱରେ ଏକ ଟିମ୍ କଣ୍ଟାମାଳ ଥାନା ଅନ୍ତର୍ଗତ ଘୂଚାଙ୍ଗୀ ଗ୍ରାମ ରାସ୍ତା ନିକଟରେ ଚଢାଉ କରି ବିପୁଳ ମଦ ଜବତ କରିବା ସହ ଘଟଣା ରେ ସମ୍ପୃକ୍ତ ଜଣକୁ ଗିରଫ କରାଯାଇଛି | ଜବତ ଦେଶୀ ମଦର ପରିମାଣ ୨୦ ଲିଟର ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ହେଲେ ରଶିକାନ୍ତ ରଣା (୨୩) ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି | ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୨୬/୨୪-୨୫ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତ ରଶିକାନ୍ତ କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି |