-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ନିଷାନ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ *_ପରିବେଶ୍ ସୁରକ୍ଷା, ଜୀବନ୍ ରକ୍ଷା_* *ଶୀର୍ଷକ ଆଲୋଚନାଚକ୍ର ଓ କବିତା ଆସର ଅନୁଷ୍ଠିତ*

10-Jun-2024



ଗୁଡଭେଲା/ତୁଷୁରା- ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଗତ ରବିବାର ଅପରାହ୍ନ ପାଞ୍ଚଟା ସମୟରେ *ପରିବେଶ ସୁରକ୍ଷା, ଜୀବନ୍ ରକ୍ଷା* ଶୀର୍ଷକ ଦଶମ ଅଠାରି କବିତା ଆସର୍ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ସଂସଦର ସଭାପତି ଶ୍ରୀ ଶ୍ଯାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଞ୍ଚାଳନ କରିଥିଲେ। ଏଥିରେ କୋଶଳ ସାହିତ୍ୟ ଏକାଡେ଼ମୀ ର ସଭାପତି ଶ୍ରୀ ଦେବେନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରିବେଶ ସୁରକ୍ଷା ର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଭାବେ କୋଶଲି ଡେରା ର ସଂପାଦକ ଶ୍ରୀ ଲାଲଚନ୍ଦ ବଗର୍ତ୍ତୀ ଯୋଗ ଦେଇ ପରିବେଶ ସୁରକ୍ଷା ପାଇଁ କବିମାନେ ଲେଖନୀ ଚାଳନା କରି ସଚେତନ କରିବା ସହ ସମସ୍ତ ଜନସାଧାରଣ ସହ ମିଶି ବୃକ୍ଷ ରୋପଣ ପାଇଁ ଆଗଭର ହେବାକୁ ଆହ୍ଵାନ ଦେଇଥିଲେ। ବିଶିଷ୍ଟ କବି ଓ ଲେଖକ ଶ୍ରୀ ରାଜୀବ ପ୍ରସାଦ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜେ କାଲକୁଟ ଜଙ୍ଗଲରେ ପାଞ୍ଚ ହଜାର ଆମ୍ଵ ଗଛ ଜଗେଇଥିବା କଥା କହି ଅନ୍ୟ ମାନଙ୍କୁ ବୃକ୍ଷ ରୋପଣ କରିବା ପାଇଁ ଉତ୍ସାହିତ କରିଥିଲେ। ସଭାରେ ଉପସ୍ଥିତ ଶ୍ରୀ ନାଏକ, ଶ୍ରୀ ବାଗ ଓ ଶ୍ରୀ ଭୋଇ ସାହିତ୍ୟ ମାଧ୍ୟମରେ  ସମାଜକୁ ସୁଧୁରେଇବା ପାଇଁ ନିଷାନ୍ ର ଏଭଳି ଅଭିନବ ଉପାୟକୁ ଭୂୟସୀ ପ୍ରଶଂସା କରିଥିଲେ। ସଭା ପ୍ରାରମ୍ଭରେ କଣ୍ଠଶିଳ୍ପୀ ଶ୍ରୀ ଖଗେଶ୍ବର ବାଗ ଆବାହନୀ ସଂଗୀତ ପରିବେଷଣ କରିଥିବା ବେଳେ ସଭା ଶେଷରେ ବରିଷ୍ଠ କବି ଗୋପୀକୃଷ୍ଣ ପାଣ୍ଡିଆ ଧନ୍ୟବାଦ ଅର୍ପଣ କରିଥିଲେ। ନିଷାନ୍ ର ମୁଖ୍ୟ ଉପଦେଷ୍ଟା ଶ୍ରୀ ସୋମନାଥ ମିଶ୍ର ଓ ଯୁଗ୍ମ ସଂପାଦକ କୃଷ୍ଣେନ୍ଦୁ ହୋତା ସଭା ପରିଚାଳନା ରେ ସଂପୂର୍ଣ୍ଣ ସହଯୋଗ କରିଥିଲେ। ଏହି ଅବସରରେ ବିଶିଷ୍ଟ ଶିକ୍ଷାବିତ ପ୍ରାକ୍ତନ ପ୍ରଧାନ ଶିକ୍ଷକ ସ୍ଵର୍ଗତ ଡିଙ୍ଗର ଷଡ଼ଙ୍ଗୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ ଏବଂ  ବିଶିଷ୍ଟ କବି ଗୋପୀକୃଷ୍ଣ ପାଣ୍ଡିଆଙ୍କ ଜନ୍ମ ଦିନ ମହା ସମାରୋହରେ ପାଳିତ ହୋଇଥିଲା। ଦ୍ଵିତୀୟ ପର୍ଯ୍ୟାୟରେ ସଂଯୋଜିକା ବବିତା ନାୟକଙ୍କ ସୁନ୍ଦର ସଂଯୋଜନା ରେ କବିତା ଆସର ଅନୁଷ୍ଠିତ ହୋଇଥିଲା। ଏଥିରେ କବି ଅନିଲ କୁମାର ପଣ୍ଡା, ବୈରାଗୀ ସାହୁ, ଗୋପୀକୃଷ୍ଣ ପାଣ୍ଡିଆ, ଦେବେନ୍ଦ୍ର ନାଏକ, ସତ୍ୟ ନାରାୟଣ ମିଶ୍ର, ସୋମନାଥ ମିଶ୍ର, ନେପାଳ ଚନ୍ଦ୍ର ବାଗ, ରାଜୀବ ପ୍ରସାଦ ଭୋଇ, ଆଶୁକବି ହେମନ୍ତ ଦାଶ, ଚମ୍ପିୟାନ ଦାନୀ, ତରଣୀସେନ ନାଗ, କ୍ଷୀରୋଦ୍ର କୁମାର ସାହୁ, କବୟିତ୍ରୀ ସାବିତ୍ରୀ ସାହୁ, ତୃପ୍ତିମୟୀ ତ୍ରିପାଠୀ,ଜ୍ୟୋତିରାଣୀ ମିଶ୍ର, ରଶ୍ମି ପାତ୍ର, ବବିତା ନାୟକ ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like