-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ – ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

11-Jun-2024



ବଲାଙ୍ଗିର(ପ୍ରେରଣା ଖବର ): ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ ଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ , ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର , ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି

ଦିନେଶ ଶର୍ମା, ଆସିଷ୍ଟାଣ୍ଟ କଲେକ୍ଟର (ଜରୁରୀକାଳିନ ବିଭାଗ) ସସ୍ମିତା ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ଅଗ୍ନିଶମ ଏବଂ ଓଡ୍ରାଫ ର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବ୍ଲକ ମୁଖ୍ୟାଳୟ ଓସ୍ୱାନ ହଲ ଠାରେ ସମ୍ପୃକ୍ତ ଉପ ଜିଲ୍ଲାପାଳ ,ପଞ୍ଚାୟତ ସମିତି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ପୌର ପରିଷଦ ଓ ଏନଏସି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ବିଡିଓ ,ତହସିଲଦାର ତଥା ବିଭିନ୍ନ ବିଭାଗର ଅଧିକାରୀ ମାନେ ଅଭାଷୀ ମାଧ୍ୟମରେ ଏହି ବୈଠକରେ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଓଡ଼ିଶା ବିପର୍ଯ୍ୟୟ ମୁକାବିଲା କ୍ଷେତ୍ର ରେ ଶ୍ରେଷ୍ଠ ଥିବା ଜଣେଇଥିଲେ । ତେଣୁ ଏହା କିପରି ବଳବତ୍ତର ରହିବ ସେଥିପାଇଁ ସମସ୍ତ ବିଭାଗ ସମନ୍ବୟ ରକ୍ଷା କରି କାମ କରିବାକୁ ନିର୍ଦେଶ ଦେଇଥିଲେ । ବୈଠକରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ତଥା କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା ଓ ବାତ୍ୟା ର ମୁକାବିଲା ନିମନ୍ତେ ଜିଲ୍ଲାରେ ପ୍ରାକ ପ୍ରସ୍ତୁତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ବୈଠକରେ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଜିଲ୍ଲା କାର୍ଯ୍ୟାଳୟ ,ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକରେ କଣ୍ଟ୍ରୋଲ ରୁମ ଖୋଲାଯିବ । ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ପାଣି ଜମିରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ,ବର୍ଷା ପୂର୍ବରୁ ସମସ୍ତ ନାଲା ଗୁଡିକୁ ସଫା କରିବା ,ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଲକ୍ଷ୍ମୀଜୋର ର ସଫେଇ କାର୍ଯ୍ୟ କୁ ତ୍ୱରାନ୍ୱିତ କରି ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜଳ ଯୋଗାଣ କୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନ ରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣ ର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ସାପ କାମୁଡା ଇଂଜେକସନ ଉପଲବ୍ଧ ଥିବା ସିଡିଏମଓ ଗୃହ କୁ ଜଣେଇଥିଲେ । ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା ସହ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ଔଷଧ ରଖିବା ଓ ଟୀକାକରଣ କରିବାକୁ ସିଡିଭିଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଚୂଡା ,ଚାଉଳ ,କିରୋସିନୀ, ଦିଆସିଲି ,ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ମହଜୁଦ କରି ରଖିବା, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ବିଶୁଦ୍ଧ

ପାନୀୟଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ,ପୌର ପରିଷଦ ଏବଂ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ, ବସ୍ତି ରେ ଥିବା ନାଳ ଗୁଡିକୁ ଯଥାଶୀଘ୍ର ସଫେଇ କରିବାକୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ,ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ବୈଠକ ଶେଷରେ ଜିଲ୍ଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like