-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଜିଲ୍ଳାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ -

18-Jun-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ର ମୁକାବିଳା ପାଇଁ ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।  ଜିଲ୍ଲା  ଜରୁରୀକାଳୀନ ଶାଖା ଦ୍ଵାରା ଆହୂତ  ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଳା ପାଇଁ ବିଭାଗୀୟ ପ୍ରସ୍ତୁତି ଓ କାର୍ଯ୍ୟକାରିତା ଉପରେ ବିଭିନ୍ନ ବିଭାଗ ବନ୍ୟା ପୂର୍ବରୁ, ବନ୍ୟା ସମୟରେ ଓ ବନ୍ୟା ପରବର୍ତ୍ତୀ  ପଦକ୍ଷେପ ଉପରେ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ବିସ୍ତୃତ ତଥ୍ୟ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ଉପସ୍ଥାପନା କରାଯାଇଥିଲା l ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ପ୍ରଧାନ ବିଭାଗ ମାନଙ୍କ ଦ୍ୱାରା ପ୍ରସ୍ତୁତ କାର୍ଯ୍ୟକ୍ରମର ତଥ୍ୟ ଗୁଡିକର  ପ୍ରତ୍ୟେକଟି ବିନ୍ଦୁ ଉପରେ ବିଷଦ ଭାବରେ ଆଲୋଚନା କରି ସମ୍ଭାବ୍ୟ ବନ୍ୟା ର ସଠିକ ଓ ସଫଳ ମୁକାବିଳା ନିମନ୍ତେ ବିପର୍ଯ୍ୟୟ ର ଅତ୍ୟନ୍ତ ଗୁରୁତର ପ୍ରଭାବ କୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେଇ ବନ୍ୟା ଆଶ୍ରୟ ସ୍ଥଳୀ ମାନଙ୍କରେ ସମୟ ପୂର୍ବରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ସହିତ ବନ୍ୟା ସମ୍ୱନ୍ଧୀୟ ଯେ କୌଣସି ପୂର୍ବ ସୂଚନାର ବ୍ୟାପକ ଜନ ସଚେତନତା ଉପରେ  ଗୁରୁତ୍ୱାରୋପ କରିଛନ୍ତି I ସେ ଏହି ପରିପ୍ରେକ୍ଷୀରେ ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସୁ ସମ୍ପର୍କ ରକ୍ଷା ପୂର୍ବକ କାର୍ଯ୍ୟ କରି ଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଜିଲ୍ଲାର ସମ୍ପୃକ୍ତ ପ୍ରତ୍ୟେକ ଅଧିକାରୀ ତଥା କର୍ମଚାରୀ ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ସମ୍ପୂର୍ଣ ପ୍ରସ୍ତୁତ ରହି ସ୍ଥିତି ପରିସ୍ଥିତି କୁ ଦେଖି ତ୍ୱରିତ ପଦକ୍ଷେପ ପାଇଁ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l କାର୍ଯ୍ୟ ର ବ୍ୟବସ୍ଥିତ ପରିଚାଳନା ନିମନ୍ତେ ଜିଲ୍ଲାସ୍ତର, ଉପଖଣ୍ଡ ସ୍ତର ବ୍ଲକସ୍ତର ତଥା ସମ୍ପୃକ୍ତ ବିଭିନ୍ନ ବିଭାଗ କାର୍ଯ୍ୟାଳୟ ରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟକ୍ଷମ କୁ ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ଅଧିକାରୀ ତଥା ବିଡ଼ିଓ ମାନଙ୍କୁ ନିର୍ଦେଶ ଦେଇଛନ୍ତି l ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ବିଗତ ବର୍ଷର ଅଭିଜ୍ଞତା କୁ ନେଇ ନିଜ ବିଭାଗ ସମ୍ପୃକ୍ତ ସମ୍ବେଦନଶୀଳ କାର୍ଯ୍ୟକୁ ସମୟ ପୂର୍ବରୁ ବ୍ୟବସ୍ଥିତ କରିବାକୁ ନିର୍ଦେଶ ଦେଇଛନ୍ତି l କାର୍ଯ୍ୟକ୍ରମରେ  ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଓଡିଶା ରାଜ୍ୟ ବିପର୍ଯୟ ପରିଚାଳନା କର୍ତ୍ତୃପକ୍ଷ ର  ଆଶ୍ରୟସ୍ଥଳୀ ସଂଯୋଜକ ଶ୍ରୀ ସୁଦେଶ କୁମାର ସେଠୀ ଯୋଗଦାନ କରି ବିପର୍ଯ୍ୟୟ ର ମୁକାବିଳା ନିମନ୍ତେ ଓସଡ଼ମା ଓ ଏନଡିଆରଏଫ ର ଭୂମିକା ଉପରେ ଆଲୋକପାତ କରି ପ୍ରତ୍ୟେକ ବିଭାଗ ସଂଗଠିତ ହୋଇ ନିଜ ନିଜର ଦାୟିତ୍ୱ କୁ ନିଷ୍ଠା ର ସହ ସମ୍ପାଦନ କଲେ ଆମେ ନିଶ୍ଚିତ ସଫଳ ହେବା ବୋଲି କହିଥିଲେ l ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ବ୍ଲକ ସ୍ତର ସହ ମ୍ୟୁନିସିପାଲିଟି ସୋନପୁର, ଏନଏସି ବିନିକା ଓ ତରଭା ରେ ମଧ୍ୟ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା କାଲି
ତା ୧୯/0୬/୨୪ ପୂର୍ବାହ୍ନ ୯ ଘଟିକା ସମୟରେ ଜିଲ୍ଲାରେ ଥିବା ୬ ଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ମକ ଡ୍ରିଲ ଅନୁଷ୍ଠିତ ହେବ l ଅନୁଷ୍ଠିତ କାର୍ଯ୍ୟକ୍ରମରେ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ଉପ ଜିଲ୍ଲାପାଳ ସୋନପୁର ସୁରଜ କୁମାର ପଟ୍ଟନାୟକ, ପ୍ରମୁଖ ଯୋଗଦାନ କରି ନିଜ ନିଜର ସୁ ଚିନ୍ତିତ ମତବ୍ୟକ୍ତ କରି ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଳା ନିମନ୍ତେ ବିଭାଗ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଦୃଢ଼ ମାନସିକତା ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l ପ୍ରତ୍ୟେକ ବିଭାଗ ନିଜ ସ୍ତରରେ ମାଇକ୍ରୋ ପ୍ଲାନିଂ କରି ବିଭାଗୀୟ କାର୍ଯ୍ୟର ଦାୟିତ୍ୱ ବଣ୍ଟନ କୁ ନିଶ୍ଚିତ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ , ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର,
କାର୍ଯ୍ୟନିର୍ବାହୀ ଅଧିକାରୀ ମ୍ୟୁନିସିପାଲିଟି ସୋନପୁର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ଓ ତରଭା,ବିଭିନ୍ନ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିଲେ l ଜିଲ୍ଲା ଜରୁରୀ ଶାଖା ଅଧିକାରୀ ଶୁଭଶ୍ରୀ ରଥ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ l ଜିଲ୍ଲା ଜରୁରୀ ଶାଖାର ପ୍ରକଳ୍ପ ଅଧିକାରୀ ବିଶ୍ୱନାଥ ନାୟକ କାର୍ଯ୍ୟକ୍ରମ ର ରୂପରେଖ, ବ୍ୟବସ୍ଥିତ କାର୍ଯ୍ୟଖସଡ଼ା ଉପରେ ସୂଚନା ପ୍ରଦାନ କରିଥିଲେ l

:-  ବିପର୍ଯ୍ୟୟ ର ଅତ୍ୟନ୍ତ ଗୁରୁତର ପ୍ରଭାବ କୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ପରାମର୍ଶ - 
ଜିରୋ କାଜୁଆଲିଟି ଉପରେ  ଗୁରୁତ୍ୱାରୋପ -


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like