-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

ଖଳାଶୁନୀ ସଂରକ୍ଷିତ ଜଂଗଲରୁ ୧୧ କେଜି ସମ୍ବର ମାଂସ ସହ ଦେଶୀ ବନ୍ଧୁକ ଜବତ , ୬ ଗିରଫ

19-Jun-2024



ନାକଟିଦେଉଳ ( ଅନିଲ ପୃଷ୍ଟି ) ସମ୍ବଲପୁର ଜିଲା ଖଳାଶୁଣୀ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ପକ୍ଷରୁ ବନ୍ୟଜନ୍ତୁ ଶିକାର କରାଯାଇ ଅବାଧରେ ବାଇକ ଯୋଗେ ବାହାରକୁ ଚୋରା ଚାଲାଣ କରାଯାଉଥିବାବେଳେ ବନ୍ୟପ୍ରାଣୀ ଅଭୟାରଣ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏହି ସମୟରେ ୧୧କେଜି ସମ୍ବର ମାଂସ ସହିତ ଗୋଟିଏ ଦେଶୀ ବନ୍ଧୁକ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୬ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ବନ୍ୟପ୍ରାଣୀ ଶିକାର କରିବା ଏବଂ ତାର ମାଂସ ଚୋରା ଚାଲାଣ କରିବା ଅଭିଯୋଗରେ ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବାବରାକୋଟ ଗ୍ରାମର ବିଜୟ କୁମାର ବେହେରା ଏବଂ ଅବନୀ ସ୍ୱାଇଁଙ୍କୁ ଗିରଫ କରାଯାଇଥିବାବେଳେ ଏଥିରେ ସହଯୋଗ କରିଥିବା ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ଗ୍ରାମର ଚିତ୍ରସେନ ଦେହୁରୀ, ନୂତନ ମଣ୍ଡୁଆମ ଗ୍ରାମର ବସନ୍ତ କିସାନ, ମକୁନ୍ଦ ସିଂ ଏବଂ ଧନେଶ୍ୱର ସିଂଙ୍କୁ ଗିରଫ କରାଯାଇଛି। ଏଥି ସହିତ ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ସମେତ ୩ଟି ଅଫୁଟା ଗୁଳି, ୧ଟି ବାରୁଦ ଗୁଳା, ୩କେଜି ତାର, ୨୫ବଣ୍ଡଲ ଫାସ, ୨ଟି କଟୁରୀ ଜବତ କରିଯାଇଛି। ଅପରପକ୍ଷେ ଜନ୍ତୁ ମାଂସ ଚୋରା ଚାଲାଣରେ ବ୍ୟବହୃତ ଏକ ବାଇକ ମଧ୍ୟ ଜବତ କରାଯାଇଥିବା ଜଣାପଡ଼ିଛି।
ବାମରା ବନଖଣ୍ଡ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଜଙ୍ଗଲରୁ ଗତ ରବିବାର ଦିନ ସଂପୃକ୍ତ ଶିକାରୀମାନେ ଏକ ସମ୍ବରକୁ ଦେଶୀ ବନ୍ଧୁକରେ ଶିକାର କରିବା ପରେ ତାର ମାଂସକୁ କିସିଣ୍ଡା ଅଞ୍ଚଳରୁ ରିଆମାଳ ଅଞ୍ଚଳକୁ ବାଇକରେ ଚାଲାଣ କରାଯାଉଥିବା ସଂପର୍କରେ କୌଣସି ସୁତ୍ରରୁ ଖବର ପାଇ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ପକ୍ଷରୁ କିସିଣ୍ଡା-ଗୋଧିଢିପ ରାସ୍ତାର ବଳମ ନିକଟ ପିତାବଳୀଖମଣଠାରେ ଚଢାଉ କରିଥିଲେ। ତେବେ ଚଢାଉବେଳେ ବିଜୟ କୁମାର ବେହେରା ଏବଂ ଅବନୀ କୁମାର ସ୍ୱାଇଁଙ୍କ ସଂପୃକ୍ତ ବାଇକ ଡିକିରୁ ୧୧କେଜି ଜନ୍ତୁ ମାଂସ ଜବତ କରିବା ସହ ସେମାନଙ୍କୁ ଗିରଫ କରିଥିଲେ। ଗିରଫ ପରେ ସଂପୃକ୍ତ ୨ଜଣଙ୍କୁ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ କରିବା ସହ ପଚରା ଉଚରା କରିଥିଲେ। ତେବେ ତଦନ୍ତ ସମୟରେ ଏହି ୨ଜଣ ବ୍ୟକ୍ତି ଘଟଣା ସଂପର୍କରେ ସମସ୍ତ ତଥ୍ୟ ସ୍ୱୀକାର କରିବା ପରେ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀମାନେ ଏଥିରେ ସଂପୃକ୍ତ ଅନ୍ୟମାନଙ୍କୁ ଗିରଫ କରିଥିଲେ। ଗିରଫ ସଂପୃକ୍ତ ୬ଜଣ ଆସାମୀଙ୍କୁ ବନ୍ୟ ପ୍ରାଣୀ ସୁରକ୍ଷା ଆଇନ ୯,୩.୪୯,୪.୨୭ରେ ସୋମବାର ଦିନ ରେଢାଖୋଲ ଅଦାଲତ ଚାଲାଣ କରାଯାଇଥିବା ଜଣାପଡ଼ିଛି। ତେବେ ସଂପୃକ୍ତ ଆସାମୀମାନଙ୍କର ଜାମିନ ଆବେଦନକୁ କୋର୍ଟ ନାମଞ୍ଜୁର କରିଦେଇ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦେଇଥିବା ଜଣାପଡ଼ିଛି। କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ଅଧିକାରୀ ମହେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଫରେଷ୍ଟର ଅନୁରାଧା ଖର୍ସେଲ, ଭୁବନେଶ୍ୱର ପାଣି, ଫରେଷ୍ଟଗାର୍ଡ଼ ନିହାର ରଂଜନ ବଡ଼ପଣ୍ଡା ଏବଂ ଲିଲି ବିଶିଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ।l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like