-+91-9937148622 |
prerana_bgr@rediffmail.com |
Tuesday 6th October 2026 |
R.N.I. Regd No. ODIODI/2010/46693
Breaking News
22-Jun-2024
କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି। କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ ପୁଣି ଥରେ ପୋଷ୍ଟର ମାରି ନିଜର ସ୍ଥିତି ଜାହିର କରିଛନ୍ତି। ଏହି ପୋଷ୍ଟର ପଡିବା ପରେ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ଗତ ଫେବୃଆରୀ ୫ ତାରିଖ ଦିନ ଗୋଛାପଡା ଥାନା କଙ୍ଗେରିକିଆ ଗାଁରେ ପୋଲିସ ଗୁଳିରେ ମୃତ୍ୟୁବରଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଦଶରୁକୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଗତ ଫେବୃଆରୀ ୩ ତାରିଖ ଦିନ ମାଓବାଦୀ ଦଶରୁ ଏକ ଟିମ ସହ କଙ୍ଗେରିକିଆ ଗାଁକୁ ଆସିଥିବା ବେଳେ ଆଗରୁ ପ୍ରସ୍ତୁତ ଥିବା ପୁଲିସ ତା’କୁ ଜୀବନ୍ତ ଧରିଥିଲା ଓ ଫେବୃୟାରୀ ୫ ତାରିଖରେ ପୁଲିସ ତା’କୁ ହତ୍ୟା କରିଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଦଶରୁର ମାଓବାଦୀ ସଂଗଠନ ପ୍ରତି ଅବଦାନ ବ୍ୟର୍ଥ ଯିବନାହିଁ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି। ପୋଷ୍ଟର ପଡିବା ପରେ ଏହି ଅଞ୍ଚଳ ଗୁଡ଼ିକରେ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅଞ୍ଚଳବାସୀଙ୍କୁ ଭୟଭୀତ ନ ହେବା ପାଇଁ ଫିରିଙ୍ଗିଆ ଓ ଗୋଛାପଡା ପୁଲିସ ପକ୍ଷରୁ ନିବେଦନ କରାଯାଇଛି।