-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ଚଲାପଥ ସମ୍ମାନରେ ସମ୍ମାନିତ ହେଲେ ଡ. ହିମାଂଶୁ

23-Jun-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କୁ  ଚଲାପଥ ସମ୍ମାନ ରେ ସମ୍ମିଳିତ କରାଯାଇଛି।ଭୁବନେଶ୍ୱର ସ୍ଥିତ ପୁରାତନ ସାହିତ୍ୟିକ ଓ ସାଂସ୍କୃତିକ ଅନୁଷ୍ଠାନ ଚଲାପଥ ପକ୍ଷରୁ ପ୍ରବନ୍ଧ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କୃତିପାଇଁ ଜଣାଶୁଣା ସାହିତ୍ୟିକ, ସଂସ୍କୃତି ଗବେଷକ, ଜାତୀୟ ସ୍ତରରେ ପ୍ରତିଷ୍ଠିତ ପରିଭ୍ରମଣ ଲେଖକ ଶ୍ରୀ ପାଢୀଙ୍କୁ ଚଲାପଥ ସମ୍ମାନ ୨୦୨୪ ପ୍ରଦାନ କରାଯାଇଛି I  ଅନୁଷ୍ଠାନର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଜୟଦେବ ଭବନରେ ଅନୁଷ୍ଠିତ ଏକ ବର୍ଣାଧ୍ୟ ଉତ୍ସବରେ ତାଙ୍କର ସାମଗ୍ରିକ ପ୍ରତିଭାକୁ ସମ୍ମାନ ଜଣାଇ ତାଙ୍କୁ ଏହି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରାଯାଇଥିଲା I ଏହି ଉତ୍ସବରେ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡ଼. ଦେବୀପ୍ରସନ୍ନ ପଟ୍ଟନାୟକ ମୁଖ୍ୟ ଅତିଥି, ଲବ୍ଧପ୍ରତିଷ୍ଠିତ ପ୍ରବନ୍ଧିକା ଡ଼. ଅର୍ଚନା ନାୟକ ବିଶିଷ୍ଟ ଅତିଥି, ସାହିତ୍ୟିକା ଡ଼. ସଂଘମିତ୍ରା ଭଞ୍ଜ ସ୍ୱତନ୍ତ୍ର ଅତିଥି, କବି ଓ କଥାକାର ନିରାକାର ଦାସ ଏବଂ ସ୍ମୃତିଲିପିର ସମ୍ପାଦକ ଭୁବନ ମୋହନ ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ I ଡ଼. ଅର୍ଚନା ନାୟକ ହିମାଂଶୁଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ସମର୍ଦ୍ଧିତ କରିଥିଲେ I
ଏଠାରେ ଉଲ୍ଲେଖଯୋଗ୍ୟଯେ ଡ଼. ପାଢୀଙ୍କ ଶିକ୍ଷାଦାନ କ୍ଷେତ୍ରରେ ୩୩ ବର୍ଷର ଅଭିଜ୍ଞତା ରହିଛି I ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ତାଙ୍କର ତିନିଶହରୁ ଉର୍ଦ୍ଧ ପ୍ରବନ୍ଧ ରହିଛି I ଦେଶର ପ୍ରମୁଖ ସମ୍ବାଦପତ୍ର ଓ ପତ୍ରିକା ଦି ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସ, ଦି ଟେଲିଗ୍ରାଫ, ସାହାରା ଟାଇମ, ଦି ପାଓନିୟର, ଓଡିଶା ପୋଷ୍ଟ, ଇଷ୍ଟର୍ଣ ଟାଇମ୍ସ, ଓଡିଶା ରିଭିୟୁ, ଟୁରିଜମ ଆଣ୍ଡ ୱାଇଲଡଲାଇଫ, ଟୁରିଜମ ଇଣ୍ଡିଆ, ଟ୍ରାଭେଲ୍ଳେର୍ସ ଓଡିଶା, ଏଲିଭ, ୱମେନ୍ସ ଏରା ପ୍ରଭୁତି ସମ୍ବାଦପତ୍ର ଓ ପତ୍ରିକାମାନଙ୍କରେ ତାଙ୍କଦ୍ୱାରା ଲିଖିତ ଅନେକ ପ୍ରବନ୍ଧ ଓ ଫିଚର ପ୍ରକାଶିତ ହୋଇଛି। ବୀରମହାରାଜପୁର ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ ତରଫରୁ ସମ୍ବର୍ଦ୍ଧିତ ହୋଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like