-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ନିଶା ଦ୍ରବ୍ୟର ବ୍ୟବହାର ଓ ବେଆଇନ ଚୋରା କାରବାର ନିଷିଦ୍ଧ ଦିବସ ପାଳନ

26-Jun-2024



ସୁବର୍ଣ୍ଣପୁର: (ମନୋରଞ୍ଜନ ତ୍ରିପାଠୀ )

ନିଶା ଦ୍ରବ୍ୟ କୁ ଅଭ୍ୟାସ ଓ ଅବୈଧ ତସ୍କରି କୁ ରୋକିବା ଦିଗରେ ସବୁ ସ୍ତର ରେ ଆନ୍ତରିକ ଉଦ୍ୟମ ଆବଶ୍ୟକ*-   - ମୁଖ୍ୟ ଅତିଥି -ଅତିରିକ୍ତ ଜିଲ୍ଲାପାଳ - 

ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ତରଫରୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ବିଶ୍ୱ ନିଶା ଦ୍ରବ୍ୟର ବ୍ୟବହାର ଓ ବେଆଇନ ଚୋରା କାରବାର ନିଷିଦ୍ଧ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ସକାଳେ ଏନ. ସି.  ସି. କେଡ଼େଟ ଓ ବିଭିନ୍ନ ସ୍ଵେଚ୍ଛାସେଵୀ ସଂଗଠନ ଦ୍ଵାରା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ  ପର୍ଯ୍ୟନ୍ତ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ  ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ସବୁଜ  ପତାକା ପ୍ରଦର୍ଶନ ପୂର୍ବକ ଆୟୋଜିତ ସଚେତନତା ରଥ ଓ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଶୋଭାଯାତ୍ରା ପରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସଭାଗୃହରେ ଦିବସ ଉପଲକ୍ଷେ ଅନୁଷ୍ଠିତ ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ନିଶା ଦ୍ରବ୍ୟ ର ଅପବ୍ୟବହାର ଓ ଅନୈତିକ ଚାଲାଣ ଦ୍ୱାରା ବ୍ୟକ୍ତି ତଥା ସମାଜରେ ଏହାର କୁପ୍ରଭାବ ଉପରେ ବକ୍ତବ୍ୟ ପ୍ରଦାନ କରି ନିଶା ଏକ ସାମାଜିକ ବ୍ୟାଧି ବୋଲି କହିଥିଲେ l ଏହାକୁ ସମାଜ ର ପ୍ରତ୍ୟକ ସ୍ତରରେ ପ୍ରତିରୋଧ କରିବାକୁ ପ୍ରଯତ୍ନ ହେବା ସହ ବିଶେଷ ଭାବେ ଯୁବ ଗୋଷ୍ଠୀ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ l ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ ସ୍ୱାଗତ ଅଭିଭାଷଣ ସହ ଦିବସ ପାଳନ ର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ । ସଭାରେ ସମ୍ମାନିତ ଅତିଥିଭାବେ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରବୀଣ ସାମଲ , ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ଉନ୍ନୟନ ଅଧିକାରୀ  ଅଶ୍ୱିନୀ କୁମାର ମେହେର ପ୍ରମୁଖ ଯୋଗଦାନ କରି ନିଶା ଦ୍ରବ୍ୟ ଅପବ୍ୟବହାର ଓ ବେଆଇନ ଚାଲାଣ ର କାରଣ, ନିରାକରଣ ତଥା ସମଗ୍ର ଜନ ଜୀବନରେ ଏହାର କୁ ପ୍ରଭାବ ଉପରେ ନିଜ ନିଜର ମନ୍ତବ୍ୟ ପ୍ରଦାନ କରିଥିଲେ l ସଭାରେ ସାଧନ କର୍ମୀ ଭାବେ ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ସୋନପୁର ର ଭଉଣୀ ଅର୍ପିତା ,ଏବଂ ସାମାଜିକ କର୍ମୀ ରାଜୀବ ଲୋଚନ ନାୟକ ନିଶା ନିବାରଣ ଉପରେ  ସଚେତନତା ବକ୍ତବ୍ୟ ପ୍ରଦାନ କରି ନିଶା ଅପବ୍ୟବହାର ଓ ଅନୈତିକ ଚାଲାଣ ର ଭୟାବହ ପରିଣାମ ଉପରେ ମତବ୍ୟକ୍ତ କରିଥିଲେ l ନିଶା ର ଅପବ୍ୟବହାର ପରୋକ୍ଷ  ଅବା ପ୍ରତ୍ୟକ୍ଷ ଭାବେ ସମାଜରେ ଅନୈତିକ କାର୍ଯ୍ୟ କଳାପ କୁ ଉତ୍ସାହିତ କରୁଥିବା ବେଳେ ଆମର ଦୃଢ଼ ମାନସିକତା ନିଶା ରୂପକ ରାକ୍ଷସ କୁ ପ୍ରତିହତ କରିପାରିବ ବୋଲି ମତବ୍ୟକ୍ତ କରିଥିଲେ l ନିଶା ସେବନ ଓ ଏହାର ଅପବ୍ୟବହାର କରି ପଥ ଭ୍ରଷ୍ଟ ହୋଇ ପରେ ନିଶା ନିବାରଣ କେନ୍ଦ୍ର ମାଟୁପାଲି ଓ ତରଭା ଦ୍ୱାରା ଲାଭାନ୍ୱିତ ୩ ଜଣବ୍ୟକ୍ତି , ଯେଉଁମାନେ  ସମାଜ ର ମୁଖ୍ୟ ସ୍ରୋତ ରେ ସାମିଲ ହୋଇଛନ୍ତି ସେମାନଙ୍କୁ ସଭାରେ ପ୍ରଶାସନ ତରଫରୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା। ଦିବସ ଉପଲକ୍ଷେ ଅନୁଷ୍ଠିତ ତର୍କ, ରଚନା ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ମାନଙ୍କୁ ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା l 
ଅନୁଷ୍ଠିତ ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ସାଧାରଣ ସମ୍ପାଦକ, ରେଆର ଅନଙ୍ଗ ନେଗୀ,ଭିନ୍ନକ୍ଷମ ଅଭିଭାବକ ସଂଘ  ଏବଂ ବିଭିନ୍ନ ସ୍ବେଛାସେବୀ ସଂଗଠନ ର କର୍ମକର୍ତା  ଏବଂ ସମସ୍ତ ବ୍ଲକ ର ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ, ଛାତ୍ର ଛାତ୍ରୀ ଯୋଗଦାନ କରିଥିଲେ l ସଭା ଶେଷରେ ସମସ୍ତେ ଏକଜୁଟ ହୋଇ ନିଶା ମୁକ୍ତ ସମାଜ ଗଠନ ପାଇଁ ଶପଥ ପାଠ କରିଥିଲେ । ସଭାକୁ ବିଦ୍ୟାପତି ପଣ୍ଡା ସଂଯୋଜନା କରିଥିବା ବେଳେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ପ୍ରଭାସ କୁମାର କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ l ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ସୁବର୍ଣ୍ଣପୁର ର କର୍ମଚାରି ରାକେଶ କୁମାର ମିଶ୍ର, ଜନ୍ମେଜୟ ମହାକୁର, ଉମାକାନ୍ତ ହୋତା, ସମୀକ୍ଷା  ପୁରୋହିତ, ସୋନିଆ ବରିହା  , ଗୁପ୍ତେଶ୍ୱର ପଧାନ ଏବଂ  ରେଆର , ରାଧା ଏବଂ ଏନ.ଆର.ଡି.ସି. ର ସ୍ଵେଚ୍ଛାସେବୀ ସଭାକୁ ସଫଳ କରିବାରେ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like