-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ ଆନ୍ତର୍ଜାତିକ ନିଶାଦ୍ରବ୍ୟ ବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳନ

27-Jun-2024



 କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମହକୁମାରେ ଆନ୍ତର୍ଜାତିକ ନିଶାଦ୍ରବ୍ୟ ବ୍ୟବହାର ଏଵଂ ଅବୈଧ ଚୋରାଚାଲାଣ ନିରୋଧ ଦିବସ -୨୦୨୪  ଉପଳକ୍ଷେ ଏକ କର୍ମଶାଳା ସ୍ଥାନୀୟ ଟାଉନହଲ୍ ଠାରେ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଜିଲ୍ଲା ଅବକାରୀ ବିଭାଗ, ଜିଲ୍ଲା ଶିକ୍ଷା ବିଭାଗ ତଥା ଅନ୍ୟାନ୍ୟ ବିଭାଗର କର୍ମକର୍ତ୍ତା ତଥା ବିଭିନ୍ନ ଶିକ୍ଷା ଅନୁଷ୍ଠାନ ରୁ ଛାତ୍ରଛାତ୍ରୀ ତଥା ଶିକ୍ଷକ ଅଂଶଗ୍ରହଣ କରିଥିଲେ। ଉତ୍ସବର ପ୍ରାରମ୍ଭରେ ବିଭିନ୍ନ ବିଭାଗର କର୍ମକର୍ତ୍ତା, ପ୍ରଜାପିତା ବ୍ରହ୍ମ କୁମାରୀର ସଭ୍ୟା ତଥା ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଏକ ଶୋଭାଯାତ୍ରାକୁ  ଜିଲ୍ଲାପାଳ  ପି ଅନ୍ୱେଷା ରେଡ୍ଡି ପତାକା ଦେଖାଇ ଶୁଭାରମ୍ଭ କରିଥଲେ। ଶୋଭାଯାତ୍ରା ଜିଲ୍ଲାପାଳ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ଟାଉନ୍ ହଲ ଠାରେ ପହଞ୍ଚି ଥିଲା। ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ  ଚନ୍ଦନ କୁମାର ବାରିକ ଙ୍କ ପୌରହିତ୍ୟ ରେ ଆୟୋଜିତ ହୋଇଥିବା ଜିଲ୍ଲା ସ୍ତରୀୟ କର୍ମଶାଳା ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଭବାନୀପାଟଣା ବିଶ୍ଵବିଦ୍ୟାଳୟ ର ପ୍ରଧ୍ୟାପିକା  ପଲ୍ଲୀଶ୍ରୀ ପଟ୍ଟନାୟକ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ  ମନୋଜ କୁମାର ବେହେରା,  ସହକାରୀ ଜିଲ୍ଲାପାଳ ଶ୍ରୀ ଅମର ପରାସେଠ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ  ଦୁଷ୍ମନ୍ତ ଶେଖର ପାଢ଼ୀ , ଅବକାରୀ ଇନ୍ସପେକ୍ଟର ହେମକାନ୍ତ ସୁନା ଓ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ର ସଂଚାଲିକା ଶଶୀ ଦେବୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ସଚେତନତା ଦ୍ଵାରା ହିଁ ନିଶା ଦ୍ରବ୍ୟ ବ୍ୟବହାର ଏଵଂ ଅବୈଧ ଚୋରାଚାଲାଣ ରୋକାଯାଇପାରିବ ବୋଲି ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମ ର ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ହାଇସ୍କୁଲ ଓ କଲେଜ ସ୍ତର ପ୍ରବନ୍ଧ , ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ନିଶା ଦ୍ରବ୍ୟ ସେବନ ରୁ ସମ୍ପୂର୍ଣ୍ଣ ମୁକ୍ତି ପାଇଥିବା ୪ ଜଣ ଆଶିଷ ମହାନ୍ତି,ପ୍ରଶାନ୍ତ ସେଠି, ଲହଦର ବିଭାର, ସୈରେନ୍ଦ୍ର ମାଝୀ ଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଥିଲା। କୁନି କୁନି କଳାକାର ମାନଙ୍କ ଦ୍ବାରା ପରିବେଷଣ କରାଯାଇଥିବା ସାଂସ୍କୃତିକ ନୃତ୍ୟ ଦର୍ଶକ ମାନଙ୍କ ମନକୁ ମୋହିତ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like