-+91-9937148622 |
prerana_bgr@rediffmail.com |
Friday 2nd October 2026 |
R.N.I. Regd No. ODIODI/2010/46693
Breaking News
27-Jun-2024
ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ପୁରୀ ରଥଯାତ୍ରାରେ ଯୋଗଦେଇପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୭ ତାରିଖରେ ଶ୍ରୀକ୍ଷେତ୍ରରେ ହେବାକୁ ଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥଯାତ୍ରାରେ ରାଷ୍ଟ୍ରପତି ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଭୁବନେଶ୍ଵର ଏବଂ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ଏ ସମ୍ପର୍କରେ ରାଷ୍ଟ୍ରପତି ଭବନରୁ କୌଣସି ବିଧିବଦ୍ଧ ସୂଚନା ପ୍ରଦାନ କରାଯାଇ ନାହିଁ।