-+91-9937148622 |
prerana_bgr@rediffmail.com |
Thursday 1st October 2026 |
R.N.I. Regd No. ODIODI/2010/46693
Breaking News
27-Jun-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ଆଖି ବୁଜିଛି ବାଘୁଣୀ ସାରା। ଅସୁସ୍ଥ ବାଘୁଣୀ ‘ସାରା’ର ମୃତ୍ୟୁ ହୋଇଛି। ୧୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ୨୦୦୬ ମସିହାରେ ମଧ୍ୟପ୍ରଦେଶର ବାନ୍ଧବଗଡରୁ ସାରା ନନ୍ଦନକାନନ ଆସିଥିଲା। ସାରା ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ କିଛି ଦିନ ହେବ ଠିକ୍ ସେ ଖିଆ ପିଆ କରୁନଥିଲା। ପ୍ରାଣୀଉଦ୍ୟାନ ଚିକିତ୍ସକ ତା’ର ଚିିକିତ୍ସା କରୁଥିଲେ। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ସାରାର ମୃତ୍ୟୁ ହୋଇଛି। ସାରାର ମୃତ୍ୟୁ ପରେ ନନ୍ଦନକାନନରେ ବାଘ ସଂଖ୍ୟା ୨୬କୁ ହ୍ରାସ ପାଇଛି।