-+91-9937148622 |
prerana_bgr@rediffmail.com |
Wednesday 30th September 2026 |
R.N.I. Regd No. ODIODI/2010/46693
Breaking News
28-Jun-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ବି ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ୱମାନେ ମଧ୍ୟ ଉପସ୍ଥିତ ରହିବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି।