-+91-9937148622 |
prerana_bgr@rediffmail.com |
Tuesday 29th September 2026 |
R.N.I. Regd No. ODIODI/2010/46693
Breaking News
28-Jun-2024
ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଲୋକଙ୍କ ଅଭିଯୋଗ ଶୁଣିବେ, ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ଥିବା ସମୟରେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ର ସମାଧାନ ପାଇଁ ପଦକ୍ଷେପ ନେବେ। ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ସିଧାସଳଖ ଲୋକଙ୍କ ସହିତ ମିଶୁଛନ୍ତି, ଲୋକଙ୍କ ସହ ସୁଖ ଦୁଃଖ ହେଉଛନ୍ତି ଏବଂ ଲୋକଙ୍କୁ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ବର୍ତ୍ତମାନ ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ।