-+91-9937148622 |
prerana_bgr@rediffmail.com |
Tuesday 29th September 2026 |
R.N.I. Regd No. ODIODI/2010/46693
Breaking News
29-Jun-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଧାନ ମଣ୍ଡିରେ ଲାଗିବ ସିସିଟିଭି। ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ କିଛି ଏଭଳି ଢଙ୍ଗରେ ତତ୍ପର ହେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କହିବା ମୁତାବକ, ଏଣିକି ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଜିପିଏସ୍ ଲଗାଯିବ। ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରାଯାଇ ଦୁର୍ନୀତିକୁ ରୋକାଯିବ ବୋଲି ସେ କହିଛନ୍ତି। ଖାଲି ସେତିକି ନୁହେଁ, ଏନେଇ ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଦୁଇ ମାସ ଭିତରେ ନୂଆ ବ୍ୟବସ୍ଥା ଆରମ୍ଭ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।