-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଦେଶ ବିଦେଶ

ନୂଆ ଆଇନରେ ଗରିବଙ୍କୁ ଆଶ୍ବସ୍ତି, ବିନା ଓକିଲରେ ମିଳିପାରିବ ଜାମିନ

01-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଜୁଲାଇ ୧ ରେ ଲାଗୁ ହେବାକୁ ଯାଉଛି ତିନୋଟି ନୂଆ ଆଇନ । ଏହି ନୂଆ ଆଇନରେ ଗରିବଙ୍କୁ ମିଳିବ ଆଶ୍ବସ୍ତି । ଏବେ ବିନା ଓକିଲରେ ଜେଲରୁ ବାହାରି ପାରିବେ ଗରିବ ଲୋକେ । ତେବେ ବେଳେ ବେଳେ ଟଙ୍କା ଅଭାବରୁ ଜେଲରେ ରହିଥିବା ଗରିବ ଲୋକଟିଏ ନିଜର ପକ୍ଷ ପାଇଁ ଅର୍ଥାଭାବ କାରଣରୁ ଓକିଲ ନିୟୋଜିତ କରିପାରନ୍ତି ନାହିଁ । ଯେଉଁ କାରଣରୁ ତାଙ୍କର ପକ୍ଷ ନ ରଖିପାରି ସେମାନଙ୍କୁ ଜେଲରେ ହିଁ ଦିନ ବିତାଇବାକୁ ପଡିଥାଏ । ତେବେ ଏବେ ଗରିବ ଲୋକଟିକୁ ଏଭଳି ସବୁ ପରିସ୍ଥିତିର ଆଉ ସାମ୍ନା କରିବାକୁ ପଡିବ ନାହିଁ । କାରଣ ଏବେ ଗରିବ ଲୋକଙ୍କୁ ବିନା ଓକିଲରେ ଜାମିନ ମିଳିପାରିବ । ଲାଗୁ ହେବାକୁ ଯାଉଥିବା ନୂଆ ଆଇନରେ କିଛି ଏମିତି ଉଲ୍ଲେଖ ରହିଛି । ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ଜାମିନ ମିଳିପାରିବ। ଏଭଳି ଲୋକଙ୍କୁ ଜାମିନ ଦେବା ପାଇଁ ଅଦାଲତଙ୍କୁ ଜେଲ ଅଧୀକ୍ଷକ ଅବଗତ କରାଇପାରିବେ ।

ଜୁଲାଇ ୧ରୁ ଲାଗୁ ହେବାକୁ ଯାଉଥିବା ନୂଆ ଆଇନରେ ଏଭଳି କିଛି ବ୍ୟବସ୍ଥା କରାଯାଇଛି ବୋଲି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ନୂଆ ଆପରାଧିକ ଆଇନକୁ ନେଇ ସ୍ଥାନୀୟ ଏକ ହୋଟେଲରେ ଏକ ପ୍ରେସମିଟ୍ ଆୟୋଜିତ ହୋଇଥିଲା। ଯେଉଁଥିରେ ଡିଜି ସୁଧାଂଶୁ କହିଛନ୍ତି, ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ

ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ହେଉଛି ସ୍ବାଧୀନ ଭାରତର ନିଜସ୍ବ ଆଇନ। ଏଥିରେ ଦୁଇଟି ଭଲ ଦିଗ ରହିଛି। ପ୍ରଥମଟି ହେଲା ତଦନ୍ତ ଓ ନ୍ୟାୟ ପ୍ରଦାନ କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ କରିବ। ଦ୍ୱିତୀୟଟି ହେଲା ବିଭିନ୍ନ ମାମଲାରେ ସମାଧାନ ପାଇଁ ସମୟ ନିର୍ଦ୍ଧାରଣ କରିବା। ପୂର୍ବରୁ ଥିବା ବ୍ୟବସ୍ଥାରେ ନ୍ୟାୟ ପ୍ରଦାନରେ ବିଳମ୍ବ ହେଉଥିଲା। ତାରିଖ ପରେ ତାରିଖ ଗଡି ଚାଲିଥିଲା। କିନ୍ତୁ ନୂଆ ଆଇନରେ ମାମଲାର ତଦନ୍ତ ଓ ନ୍ୟାୟ ପ୍ରଦାନ ପାଇଁ ନିର୍ଦ୍ଦିଷ୍ଟ ସମୟ ନିର୍ଦ୍ଧାରଣ କରାଯାଇଛି, ଯାହା ନ୍ୟାୟ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବ। ତେବେ ନୂଆ ଆଇନକୁ ଭଲ ଭାବେ କାର୍ଯ୍ୟକାରୀ କରିବାକୁ ହେଲେ ଅଧିକ ମାନବ ସମ୍ବଳ ଆବଶ୍ୟକ ହେବ। ପୋଲିସ କର୍ମଚାରୀ ଓ ଆଇନଜୀବୀଙ୍କୁ ନୂଆ ଆଇନ ବିଷୟରେ ପ୍ରଶିକ୍ଷଣ ଦେବାକୁ ହେବ। ଫଳରେ କିଛି ମାସ ମଧ୍ୟରେ ନୂଆ ଆଇନ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇପାରିବ l ସେହିପରି ମାମଲାର ତଦନ୍ତ ପ୍ରକ୍ରିୟାକୁ ରେକର୍ଡିଂ କରିବାର ବ୍ୟବସ୍ଥା ଫଳରେ ତଦନ୍ତ ପ୍ରକ୍ରିୟା ଅଧିକ ପ୍ରଭାବୀ ହେବ। ୭ବର୍ଷରୁ କମ୍‌ ଦଣ୍ଡବିଧାନ ବ୍ୟବସ୍ଥା ରହିଥିବା ଛୋଟ ଅପରାଧ ସ୍ବୀକାର କରିବା କ୍ଷେତ୍ରରେ ଦୋଷୀଙ୍କ ଜେଲ ଦଣ୍ଡାଦେଶ ହ୍ରାସ କରିବା ଲାଗି ବ୍ୟବସ୍ଥା ହୋଇଛି। ମହିଳାଙ୍କୁ କାର୍ଯ୍ୟ କ୍ଷେତ୍ରରେ ଯୌନ ନିର୍ଯାତନା, ଶିଶୁ ଓ ମହିଳା ଚାଲାଣ, ଆତଙ୍କବାଦ, ଭିଡ଼ ହିଂସା, ଏସିଡ୍‌ ଆକ୍ରମଣ, ସାଇବର ଅପରାଧ, ବାଲି ମାଫିଆ, ପଥର ମାଫିଆ ଭଳି ସଂଗଠିତ ଅପରାଧ ଓ ଛିନତାଇ ବିରୋଧରେ ଆଇନକୁ କଠୋର କରାଯାଇଛି। ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥା ଦ୍ୱାରା ଯେକୌଣସି ଥାନାରେ ମାମଲା ରୁଜୁ କରାଯାଇପାରିବ।

ପୂର୍ବରୁ ସିଆର୍‌ପିସିରେ ୪୮୪ଟି ଧାରା ରହିଥିଲାବେଳେ ନୂଆ ଆଇନର ଭାରତୀୟ ନାଗରିକ ସୁରକ୍ଷା ସଂହିତାରେ ୫୩୧ଟି ଧାରା ରହିଛି। ଆଇପିସିରେ ୫୧୧ଟି ଧାରାରୁ ଭାରତୀୟ ନ୍ୟାୟ ସଂହିତାରେ ୩୫୮ଟି ଓ ପୁରୁଣା ଇଣ୍ଡିଆନ ଏଭିଡେନ୍ସ ଆକ୍ଟରେ ୧୭୦ଟି ଧାରା ରହିଥିବାବେଳେ ଭାରତୀୟ ସାକ୍ଷ୍ୟ ଅଧିନିୟମରେ ୧୬୭ ଧାରା ରହିଛି। ଏଥିସହିତ ନୂଆ ଆଇନ ବିଷୟରେ ଅଧିକ ସଚେତନ ହେବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ ଡିଜି। ସେହିପରି ନୂଆ ଆଇନର ପ୍ରମୁଖ ଉଦ୍ଦେଶ୍ୟ ଦଣ୍ଡ ଦେବା ନୁହେଁ, ବରଂ ନ୍ୟାୟ ପ୍ରଦାନ କରିବା ବୋଲି ପିଆଇବି ନିର୍ଦ୍ଦେଶକ ଗିରିଶ ଚନ୍ଦ୍ର ଦାଶ କହିଥିଲେ।

ସୂଚନାଯୋଗ୍ୟ, ଜୁଲାଇ ୧ରୁ ଲାଗୁ ହେବ ତିନୋଟି ନୂଆ ଅପରାଧିକ ଆଇନ । ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ତିନୋଟି ବ୍ରିଟିଶ ଆଇନ ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଆଇନ ବଦଳରେ ଭାରତ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମକୁ ଜୁଲାଇ ୧ରୁ କାର୍ଯ୍ୟକାରୀ କରାଇବାକୁ ଯାଉଛନ୍ତି ସରକାର । ଏହି ନୂତନ ଆଇନ ବ୍ରିଟିଶ ସମୟଠାରୁ ପ୍ରଚଳିତ ହେଉଥିବା ଆଇନକୂ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିବା ସହ ଏହାଦ୍ବାରା ଆତଙ୍କବାଦ, ରାଜଦ୍ରୋହ ଏବଂ ଦେଶ ବିରୋଧରେ କାର୍ଯ୍ୟର ସଂଜ୍ଞାକୁ ଭଲ ଭାବେ ବାଖ୍ୟା କରିବାରେ ସକ୍ଷମ ହେବ। ତେବେ ଏହି ୩ଟି ନୂଆ ଆଇନକୁ ଗତ ବର୍ଷ ସେପ୍ଟେମ୍ବର ୨୧ରେ ସଂସଦରେ ପାରିତ କରାଯାଇଥିଲା । ଏହା ପରେ, ଡିସେମ୍ବର ୨୫ରେ ଏଥିରେ ରାଷ୍ଟ୍ରପତିଙ୍କ ମୋହର ବାଜି ଏହା ପୂର୍ଣ୍ଣାଙ୍ଗ ଆଇନରେ ପରିଣତ ହୋଇଥିଲା । ଯାହାକୁ ଆଗାମୀ ୧ ତାରିଖରୁ ଲାଗୁ କରାଯିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like