-+91-9937148622 |
prerana_bgr@rediffmail.com |
Sunday 8th March 2026 |
R.N.I. Regd No. ODIODI/2010/46693
Breaking News
02-Jul-2024
ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ନିକୁଞ୍ଜ ବିହାରୀ ଧଳ। ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ୨୦୨୪ ଓଡିଶା ଲୋକସଭା ଓ ବିଧାନସଭା ନିର୍ବାଚନରେ ସୁଚାରୁ ରୁପରେ ନିଜର ଦୟିତ୍ଵ ତୁଲାଇଥିଲେ ନିକୁଞ୍ଜ ।
୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ହେଉଛନ୍ତି ନିକୁଞ୍ଜ ବିହାରୀ ଧଳ । ଗତ ମାର୍ଚ୍ଚ ୨୪ରେ ତାଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ନିଯୁକ୍ତି ଦେଇଥିଲେ ପୂର୍ବତନ ସରକାର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ ହେବା ପୂର୍ବରୁ ସେ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ଓ ଶକ୍ତି ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିଲେ ।
ସେପଟେ ଆଜି ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।