-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ର ଠାରେ ଶ୍ରୀ ଜୀଉ ଙ୍କ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି ବୈଠକ

02-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ପାତାଳି ଶ୍ରୀକ୍ଷେତ୍ର ଠାରେ ଶ୍ରୀ ଜୀଉ ଙ୍କ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବା ନିମନ୍ତେ ଉପ-ଜିଲ୍ଲାପାଳ ବୀରମହାରାଜପୁର ଶ୍ରୀ ଲଲାଟେନ୍ଦୁ ସି ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଐତିହାସିକ ତଥା ପୌରାଣିକ ପୃଷ୍ଠଭୂମି ସହ ଜଡିତ ଏହି ପବିତ୍ର ପାବନ ପାତାଳି ଶ୍ରୀକ୍ଷେତ୍ର ସ୍ଥିତ ଶ୍ରୀ ଜୀଉଙ୍କ ରଥଯାତ୍ରା ଆସନ୍ତା ମାସ ୦୭ ତାରିଖରେ ଅନୁଷ୍ଠିତ ହେବ l ଏହି ପରିପ୍ରେକ୍ଷୀରେ ଭୋର ୫ ଘଟିକା ରେ ନେତ୍ରୋତ୍ସବ ଓ ପ୍ରତିଷ୍ଠା କାର୍ଯ୍ୟକ୍ରମ, ସକାଳ ୮ ଘଟିକା ରେ ଠାକୁରଙ୍କୁ ବେଶ ଲାଗି, ସକାଳ ୯ ଘଟିକାରେ ଖେଚୁଡ଼ି ଭୋଗ ଓ ପୁଜା ନୀତି, ପୂର୍ବାହ୍ନ ୧୧ ଘଟିକାରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ୧ ଘଟିକାରେ ଛେରା ପହରା ଏବଂ ଅପରାହ୍ନ ୨ ଘଟିକା ସମୟ ରେ ରଥ ଟଣା ହେବ l ଚଳିତ ବର୍ଷ ଜନସମାଗମ କୁ ଦୃଷ୍ଟି ରେ ରଖି  ଜୀଉ ଙ୍କ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ତଥା ସମସ୍ତଙ୍କ ସହଯୋଗ ରେ ପାଳନ କରିବା ଉପରେ ବିଶେଷ ଆଲୋଚନା ପର୍ଯ୍ୟାଲୋଚନା କରାଯାଇଥିଲା l ଉପଜିଲ୍ଲାପାଳ ତଥା ଦେବୋତ୍ତର ଅଧିକାରୀ ବୀରମହାରାଜପୁର  ବୈଠକ ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିବା ସହିତ ଚଳିତ ରଥଯାତ୍ରା କୁ ଯେପରି ସରସ ସୁନ୍ଦର ତଥା ବ୍ୟବସ୍ଥିତ ଭାବରେ ଅନୁଷ୍ଠିତ କରାଯାଇପାରିବ ସେଥିପାଇଁ ଉପସ୍ଥିତ ସମସ୍ତ ଟ୍ରଷ୍ଟ କମିଟି ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ , ବୁଦ୍ଧିଜୀବୀ ଙ୍କ ମତାମତ ଆହ୍ୱାନ କରିଥିଲେ l ଏହି ପରିପ୍ରେକ୍ଷୀରେ ଶ୍ରୀଜୀଉ ଙ୍କ ରଥ ର ସ୍ଥିତି ଉପରେ ଆଲୋଚନା ହୋଇଥିବା ବେଳେ ରଥଯାତ୍ରା ଠାରୁ ବାହୁଡା଼ ଯାତ୍ରା ପର୍ଯ୍ୟନ୍ତ ଠାକୁରଙ୍କ ବିଭିନ୍ନ ନୀତିକାନ୍ତି ସହ ସମୟ ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା କରାଯାଇଥିଲା l ସମୟ ପୂର୍ବରୁ ସମସ୍ତ ରଥର ପ୍ରସ୍ତୁତି କୁ ସୁନିଶ୍ଚିତ କରାଯିବ ଉପରେ ନିଷ୍ପତି ଗ୍ରହଣ କରାଗଲା l ରଥର ଆବଶ୍ୟକ ମରାମତି ନିମନ୍ତେ ବନବିଭାଗ ଆବଶ୍ୟକ ସହଯୋଗ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ରଥଯାତ୍ରା ଦିନ ସହ ଅନ୍ୟାନ୍ୟ ଦିନଗୁଡ଼ିକରେ ଜନ ସମାଗମ କୁ ଦୃଷ୍ଟିରେ ରଖି ଆବଶ୍ୟକ ଗାଡି ପାର୍କିଙ୍ଗ ସ୍ଥାନ ନିରୂପଣ, ଜରୁରୀ ସ୍ୱାସ୍ଥ୍ୟ ସେବା ନିମନ୍ତେ ଅସ୍ଥାୟୀ ସ୍ୱାସ୍ଥ୍ୟ ସେବାକେନ୍ଦ୍ର ସହ ଅମୁଲେନ୍ସ ର ବ୍ୟବସ୍ଥା, ଅଗ୍ନିସମ ସେବା ଉପଲବ୍ଧ, ପାନୀୟ ଜଳ ବ୍ୟବସ୍ଥା ସହ ଆଇନ ଶୃଙ୍ଖଳା କୁ ସୁନିଶ୍ଚିତ କରିବାକୁ ଅଧ୍ୟକ୍ଷ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l  ଟ୍ରାଫିକ ସମସ୍ୟା ଦିଗରେ ବିଶେଷ ଯତ୍ନବାନ ହେବାକୁ ପୋଲିସ ବିଭାଗକୁ ବୈଠକରେ ଅନୁରୋଧ କରାଯାଇଛି l ଜନସାଧାରଣ ତଥା ଭକ୍ତ, ଶ୍ରଦ୍ଧାଳୁଙ୍କ ସୁବିଧା ଓ ଅବାଧ ଚଳପ୍ରଚଳ ନିମନ୍ତେ ବିଶେଷ ବ୍ୟବସ୍ଥା ସ୍ୱରୂପ ମୁଖ୍ୟ ପ୍ରବେଶ ଦ୍ୱାରରୁ ସମସ୍ତ ଯାନ ବାହନ ନିୟନ୍ତ୍ରଣ କରାଯିବ l ଯାତ୍ରୀ ଙ୍କ ସୁବିଧା ଦୃଷ୍ଟିରୁ ସମସ୍ତ ଚାରି ଚକିଆ ଯାନ ଡାକ୍ତରଖାନା ପାଖ ଖେଳ ପଡିଆରେ ରହିବ l ସେହିପରି ଦୁଇ ଚକିଆ ଯାନ ଉଲୁଣ୍ଡା ରାସ୍ତା ବାଏ ପାସ୍ ଦେଇ ନିର୍ଦ୍ଧାରିତ ପାର୍କିଙ୍ଗ ସ୍ଥାନରେ ରହିବ l ପୁନଶ୍ଚ ରାସ୍ତା ସହ ଯାତ୍ରା ପଡିଆ, ମନ୍ଦିର ସଂଲଗ୍ନ ଅଞ୍ଚଳ ରେ ପରିମଳ ବ୍ୟବସ୍ଥା କୁ ନିଶ୍ଚିତ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ରଥଯାତ୍ରା ଦିନ ଠାରୁ ବାହୁଡା଼ ଦିନ ପର୍ଯ୍ୟନ୍ତ ପ୍ରତ୍ୟକ ଶ୍ରୀଜୀଉଙ୍କ ଦଶ ଅବତାର ବେଶ ଲାଗି ଅନୁଷ୍ଠିତ ହେବ l ରଥଯାତ୍ରା ନିମନ୍ତେ ବିଶେଷ ନିୟୋଗୀ ବୃନ୍ଦ ନିଜ ନିଜର ଦାୟିତ୍ୱ କୁ ସୁ ସମ୍ପାଦନ କରିବାକୁ ବୈଠକରେ ଅନୁରୋଧ କରାଯାଇଛି l ରଥଯାତ୍ରା ପୂର୍ବରୁ ମନ୍ଦିର ଗୁଡିକରେ ଆବଶ୍ୟକ ରଙ୍ଗ ଲଗାଇବା ସହ ମରାମତି ପ୍ରଭୁତି କାର୍ଯ୍ୟକୁ ନିଶ୍ଚିତ କରିବା ଉପରେ ଆଲୋଚନା ହୋଇଥିଲା l ରଥଯାତ୍ରା ଓ ବାହୁଡା଼ ଦିନ ସହ ଅନ୍ୟାନ୍ୟ ନୀତିକାନ୍ତି ଦିନଗୁଡ଼ିକରେ ଶାନ୍ତି ଶୃଙ୍ଖଳା, ଆଲୋକୀକରଣ, ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଶ୍ରୀ ଜିଉଁଙ୍କ ନୀତି କାନ୍ତି କୁ ଵିଧି ମୁତାବକ ସମ୍ପାଦନ କରିବା ଉପରେ ବିଭିନ୍ନ ସମ୍ପୃକ୍ତ ଅଧିକାରୀ, ସେବାୟତ ମୁଖ୍ୟ, ପୂଜକ, ତଥା କମିଟି ସଦସ୍ୟ ସଦସ୍ୟା ପ୍ରଭୁତି ନିଜ ନିଜର ଦାୟିତ୍ୱ କୁ ସୁ ସମ୍ପାଦନ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ଏହି ବୈଠକରେ ବୀରମହାରାଜପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାସୁଦେବ ଛତ୍ରିଆ,ସ୍ୱାସ୍ଥ୍ୟ ଅଧିକାରୀ ଉଲୁଣ୍ଡା 
ସିଏଚସି ଡ଼. ମୁକେଶ କୁମାର ମେହେର,ଏ ସି ଏଫ. ଅଭିନାଶ ବରିହା,ରେଞ୍ଜ ଅଫିସର ଫରେଷ୍ଟ ସଂଜୀବ କୁମାର ରାଉତ, ଓ ଆଇ ସି ଉଲୁଣ୍ଡା ଫାୟାର ଷ୍ଟେସନ ସୁବାସ ଦେହୁରୀ,ତହସିଲଦାର ଉଲୁଣ୍ଡା ପ୍ରଶାନ୍ତ କୁମାର ମହାରଣା, ବି ଡି ଓ ଉଲୁଣ୍ଡା କରିସ୍ମା ବେସ୍ରା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ପାତାଳି ଟ୍ରଷ୍ଟ ସମ୍ପାଦକ ଉତ୍ତର କୁମାର ପାତ୍ର, ଟ୍ରଷ୍ଟି ସଦସ୍ୟ ପୂର୍ଣଚନ୍ଦ୍ର ପାଢ଼ୀ, ଜଗଦୀଶ କର୍ଣ୍ଣ,ଅନ୍ୟାନ୍ୟ ଟ୍ରଷ୍ଟ ସଦସ୍ୟ ଓ ରଥଯାତ୍ରା କମିଟିର ସଦସ୍ୟ ସଦସ୍ୟା, ଛତିଶ ନିୟୋଗ ସେବାୟତ ମୁଖ୍ୟ, ପୂଜକ ସମାଜ, ବୁଦ୍ଧିଜୀବୀ,ତଥା ସମ୍ପୃକ୍ତ ବିଭିନ୍ନ ଅଧିକାରୀ, ଅନୁଷ୍ଠାନ ର କର୍ମକର୍ତ୍ତା ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ଟ୍ରଷ୍ଟି ସଦସ୍ୟ ଶ୍ରୀ ପାଢ଼ୀ ବୈଠକ ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like