-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

୯ରେ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବା ତାରିଖ ଘୋଷଣା ହେବ: ଜଷ୍ଟିସ୍ ବିଶ୍ବନାଥ ରଥ

06-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ) କେବେ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବ, ସେନେଇ ନିଷ୍ପତ୍ତି ଆଗାମୀ ୯ ତାରିଖରେ ନିଆଯିବ। ଆଜିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ। ସେ କହିଛନ୍ତି, ଆଗାମୀ ୯ ତାରିଖରେ କମିଟିର ଦ୍ବିତୀୟ ବୈଠକ ସକାଳ ୧୦ଟାରେ ହେବ। ଡୁପ୍ଲିକେଟ୍ ଚାବି ଟ୍ରେଜେରିରେ ରହିଛି। ଦୁଇ ଦଶନ୍ଧି ହେଲାଣି, ତାଲା ଖୋଲାଯାଇନାହିଁ। ଏଣୁ ଯଦି ଉକ୍ତ ଚାବିରେ ରତ୍ନଭଣ୍ଡାର ଖୋଲିବ ନାହିଁ, ତେବେ ତାଲା ଭଙ୍ଗାଯିବ। ଏନେଇ ଏସଓପି ଜାରି କରାଯିବ। ୯ ତାରିଖରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଏହି ଚାବିକୁ କମିଟି ଆଗରେ ରଖିବେ। ଚାବି ଉପସ୍ଥାପନ ପରେ ରତ୍ନଭଣ୍ଡାର ଖୋଲାଯିବ ନିଷ୍ପତ୍ତି ହେବ।
ସେ ଆହୁରି କହିଛନ୍ତି, ‘ଶ୍ରୀଜଗନ୍ନାଥ ମନ୍ଦିର ସମ୍ମିଳନୀ କକ୍ଷରେ ବୈଠକରେ ୧୮ଜଣ ପ୍ରତ୍ୟକ୍ଷ ଉପସ୍ଥିତିରେ ରତ୍ନଭଣ୍ଡାର ସମ୍ପର୍କୀତ ସମସ୍ତ ଦିଗକୁ ଅନୁଧ୍ୟାନ କରାଯିବା ସହ ସମସ୍ତ ନଥିପତ୍ର ଯାଞ୍ଚ କରାଯାଇଛି। ଏହା କରାଯିବା ପରେ କମିଟି କିଛି ନିଷ୍ପତ୍ତିରେ ଉପନୀତ ହୋଇଛି। ରତ୍ନଭଣ୍ଡାରର ଡୁପ୍ଲିକେଟ୍ ଚାବି ଥିବା ସ୍ପଷ୍ଟ ହୋଇଛି। ଏହାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅନୁଧ୍ୟାନରେ ଅଣାଯିବ ଏବଂ ରତ୍ନଭଣ୍ଡାର ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ଯେହେତୁ ଚାବି ଦୀର୍ଘ ଦିନର ହେଲାଣି ତେଣୁ ଏଥିରେ ହୁଏତ କଳଙ୍କି ଲାଗିଥାଇପାରେ। ଯଦି ଏହି ଚାବିରେ ରତ୍ନଭଣ୍ଡାର ନଖୋଲେ ତାହେଲେ ତାଲା ଭଙ୍ଗାଯିବ। ଏନେଇ ସରକାରଙ୍କୁ ଜଣାଇଦେବା ପରେ ତାଙ୍କ ପକ୍ଷରୁ ଯେଉଁ ଏସଓପି ଜାରି କରାଯିବ, ଯାହାକୁ ନେଇ ନିଷ୍ପତ୍ତି କାର୍ଯ୍ୟକାରୀ ହେବ।
ଏହାପରେ ପ୍ରଥମ କାମ ଭାବେ ରତ୍ନଭଣ୍ଡାରର ମରାମତି କରାଯିବ। ଏହାପରେ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ମଣତି ଗଣତି କରାଯିବ। କିନ୍ତୁ ମରାମତି କାମ ପାଇଁ ଆବଶ୍ୟକ ପଡ଼ିଲେ ସୁନା ଅଳଙ୍କାରକୁ କେଉଁଠାରେ ସୁରକ୍ଷିତ ରଖାଯିବ ତାହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ତେବେ ମଣତି ଗଣତି ପାଇଁ ଜଣେ ଦକ୍ଷ ବଣିଆଙ୍କୁ ଅଣାଯିବ ଯିଏକି ଅଳଙ୍କାରଗୁଡ଼ିକର ସଠିକ ଓଜନ କରିବା ସହ ଅଳଙ୍କାର ଗୁଡ଼ିକର ଚରିତ୍ର ନିର୍ଦ୍ଧାରଣ କରିପାରିବେ।

ସୂଚନାଯୋଗ୍ୟ, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ନୂଆ କମିଟିର ସଦସ୍ୟ ଡା. ସି ବି କେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ପ୍ରକାଶ ମିଶ୍ର, ହରିହର ହୋତା, ଗଜପତି ମହାରାଜାଙ୍କ ପ୍ରତିନିଧି, ଏଏସ୍‌ଆଇ ପ୍ରତିନିଧି, ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦଲି, ପୁରୀ ଜିଲ୍ଲାପାଳ ସଦସ୍ୟ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆବାହକ ପ୍ରମୁଖ ଉପସ୍ଥିତ ରହିଥିଲେ। କେବଳ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବିଦେଶରେ ଥିବା କାରଣରୁ ବୈଠକରେ ଅନୁପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like