-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନାବାଳକର ତଣ୍ଟି କାଟିଥିବା ଅଭିଯୁକ୍ତକୁ ଗିରଫ କଲା ସଇଁତଲା ପୋଲିସ

09-Jul-2024



ବଲାଙ୍ଗିର ଜିଲା ସଇଁତଲା,  ମାମୁଁଘରେ ରହି ପାଠ ପଢ଼ୁଥିବା ବାଳକକୁ ପଡେ଼ାଶୀ ଯୁବକ ଜଣକ ମିଠା ଖାଇବାକୁ ଦେବି କହି ଡାକିନେଲା । ମିଠା ଖାଇବା ଲୋଭରେ ବାଳକ ପଡେ଼ାଶୀ ଘରକୁ ଯିବା ବେଳକୁ ବୁନ୍ଦି ଲଡ଼ୁ ଖାଇବାକୁ ଦେଇ ଆକସ୍ମିକ ଦା’ରେ ବାଳକର ତଣ୍ଟି କାଟିଦେଲା ଯୁବକ । ରକ୍ତ ଜୁଡ଼ୁବୁଡ଼ୁ ହୋଇ ବାଳକ ନୃଶଂସ ଯୁବକର କବଳରୁ ନିଜକୁ ବଂଚାଇ ମାମୁଁଘରକୁ ଜୀବନ ବିକଳରେ ଧାଇଁ ଆସିଥିଲା ଏବଂ ସବୁ ଘଟଣା କହିଥିଲା । ଗୁରୁତର ଅବସ୍ଥାରେ ବାଳକକୁ ପରିବାର ଲୋକେ ସଇଁତଲା ଡାକ୍ତରଖାନାକୁ ନେଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ୍‌ କଲେଜ ଓ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ଅନ୍ୟପଟେ ସଇଁତଲା ପୋଲିସ ଅଭିଯୁକ୍ତ ଯୁବକକୁ ଗିରଫ୍‌ କରି କୋର୍ଟ ଚାଲାଣ କରିଥିବା ସୂଚନା ରହିଛି । ମିଳିଥିବା ସୂଚନା ଅନୁସାରେ ସୋନପୁର ଜିଲ୍ଲାର ରାନିସର୍‌ଡ଼ା ଗାଁର ଡୋଳାମଣି ଦୀପଙ୍କ ପୁଅ ମିଲନ୍‌ ଦୀପ(୧୩) ଗତ ୩ ମାସ ହେଲା ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ୍‌ର ଭୋଇର୍‌ପଡ଼ାରେ ଥିବା ତାଙ୍କ ମାମୁଁ ନୀଳକାନ୍ତ ନାଗଙ୍କ ଘରେ ରହୁଥିଲେ । ଗତକାଲି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ମିଲନ୍‌କୁ ମାମୁଁଘର ପଡେ଼ାଶୀ ସୁରଂଚି ଭୋଇ(୪୫) ମିଠା ଖାଇବାକୁ ଦେବ କହି ଘରକୁ ଡାକି ନେଇଥିଲା । ବୁନ୍ଦି ଲଡ଼ୁ ଖାଇବାକୁ ଦେବା ବାହାନାରେ ଧାରୁଆ ଦା’ରେ ମିଲନ୍‌ଙ୍କ ତଣ୍ଟି କାଟି ଦେଇଥିଲା । ତତ୍‌କ୍ଷଣାତ ମିଲନ୍‌ ଅଭିଯୁକ୍ତ ସୁରଂଚିକୁ ଠେଲି ଦେଇ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମାମୁଁ ଘରକୁ ଦୌଡ଼ି ଦୌଡ଼ି ପହଂଚିଥିଲା । ଏହାପରେ ମାମୁଁଘର ଲୋକେ ପୋଲିସକୁ ଖବର ଦେବା ସହ ମିଲନ୍‌କୁ ସଇଁତଲା ଡାକ୍ତରଖାନାକୁ ଆଣିଥିଲେ । ବେକରେ ଗଭୀର ଆଘାତ ଲାଗିଥିବାରୁ ସଇଁତଲା ଡାକ୍ତରଖାନାରୁ ମିଲନ୍‌ଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ୍‌ କଲେଜ ଓ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ଅଭିଯୋଗକୁ ଭିତ୍ତି କରି ସଇଁତଲା ପୋଲିସ ମାମଲା ରୁଜ୍ଜୁ କରିବା ସହିତ ଅଭିଯୁକ୍ତ ସୁରଂଚି ଭୋଇକୁ ଗିରଫ୍‌ କରିଥିଲା । ଟିଟିଲାଗଡ଼ ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର, ଥାନା ଅଧିକାରୀ ସୁଶାନ୍ତ ପଧାନ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିଥିବା ଜଣାପଡ଼ିଛି । ତେବେ କେଉଁ କାରଣରୁ ମିଲନ୍‌ଙ୍କ ତଣ୍ଟି କାଟିଲା ସୁରଂଚି, ତାହା ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ । ସୁରଂଚିର ମାନସିକ ଅବସ୍ଥା ଠିକ୍‌ ନଥିବା କିଛି ଲୋକ କହୁଥିବା ବେଳେ ଜମିବାଡ଼ି କନ୍ଦଳକୁ ନେଇ ଏଭଳି କାଣ୍ଡ ଘଟାଇଛି ଯୁବକ ସୁରଂଚି ବୋଲି କହୁଛନ୍ତି । ଅନ୍ୟପକ୍ଷରେ ଗୁଣି ଗାରେଡ଼ି ଆଧାରରେ ବଳି ଦେବା ଉଦ୍ଦେଶ୍ୟରେ ମିଲନଙ୍କ ତଂଟି କାଟିଥାଇପାରେ ସୁରଂଚି ବୋଲି ମଧ୍ୟ ଅଂଚଳରେ ଚର୍ଚ୍ଚା ହେଉଛି । ତେବେ ଘଟଣାର ଅସଲ କାରଣ ଖୋଜିବାକୁ ଏବେ ବି ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି । ତଦନ୍ତ ପରେ ସ୍ପଷ୍ଟ ଜଣାପଡ଼ିବ ଏହି ଘଟଣାର କାରଣ ବୋଲି କୁହାଯାଉଛି ।
(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ୍)


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like