-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
10-Jul-2024
ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ସୋନପୁର ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ଚତୁ୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଜି ବାମନ ଓ ପର୍ଶୁରାମ ବେଶରେ ଦର୍ଶନ ଦେଇଛନ୍ତି। କଥାରେ ଅଛି ଆଡପ ମଣ୍ଡପରେ ପ୍ରଭୁଙ୍କୁ ବିଭିନ୍ନ ବେଶ ଦର୍ଶନ ମହାପୁଣ୍ୟ ଓ ଅନେକ ଫଳ ପ୍ରାପ୍ତି ହୁଏ । ଏହି ଅବସରରେ ବଡ଼ବଜାର 'ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟି' ପକ୍ଷରୁ ଗୁଣ୍ଡିଚା ମନ୍ଦିର ଠାରେ ସନ୍ଧ୍ୟା ସମୟରୁ ରାତି ପର୍ଯ୍ୟନ୍ତ ପ୍ରତ୍ୟହ ସୁନ୍ଦର ଓ ଆକର୍ଷଣୀୟ ଭଜନ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି l ଆଜି ପାତାଳୀ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା କାର୍ଯ୍ଯକ୍ରମ ରେ ଏଠି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଦର୍ଶନ ସହିତ ଭଜନ କାର୍ଯ୍ୟକ୍ରମର ମଜା ନେଇଥିଲେ। ଆଜି ର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅତିଥି ରୂପେ ସୋନପୁର ବ୍ୟବସାୟୀ ସଂଘ ଓ ବସ୍ ଆସୋସିଏସନ୍ କର୍ମକର୍ତା ଯୋଗ ଦେଇ ଏହାକୁ ଶୁଭ ଉଦ୍ଘାଟନ କରିଥିଲେ l ସେହିପରି ଆଜି ବୃନ୍ଦାବନ ମନ୍ଦିରରେ ମଧ୍ୟ ପ୍ରଭୁ ଜଗନ୍ନାଥ ବାମନ ଅବତାର ରେ ଭକ୍ତମାନଙ୍କୁ ଦର୍ଶନ ଦେଉଥିବା ବେଳେ ବଡ଼ଠାକୁର ପ୍ରଭୁ ଦଧିବାମନ ମଝିପଡା ଠାରେ ବାମନ ଓ ପର୍ଶୁରାମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଓ ଥନାପତି ପଡାରେ ମଧ୍ୟ ଶ୍ରଦ୍ଧାଳୁ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଲୀଳା ଦର୍ଶନ ଲାଭ କରୁଛନ୍ତି l ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିବା ଜଣା ଯାଇଛି l