-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜ୍ୟ

ଗଣତନ୍ତ୍ରର ଚତୁର୍ଥସ୍ତମ୍ଭ ଗଣମାଧ୍ୟମ ସରକାରଙ୍କ ଆଖି ଓ କାନ ହୋଇ ଥାଏ-କନକବର୍ଦ୍ଧନ ସିଂଦେଓ

12-Jul-2024



ବଲାଙ୍ଗୀର(ପ୍ରେରଣା ଖବର): ଗଣତନ୍ତ୍ରର ଚତୁର୍ଥସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ହିଁ ସରକାରଙ୍କ ଆଖି ଓ କାନ ହୋଇଥାଏ। ଗଣମାଧ୍ୟମ ସରକାରଙ୍କ କାର୍ଯ୍ୟକଳାପକୁ ତୀକ୍ଷ୍ମନଜର ରଖିଥାଏ ଓ ତୃଟିବିଚ୍ୟୁତି ହେଲେ ଲୋକ ଲୋଚନକୁ ଆଣିଥାଏ । ସେହି କାରଣରୁ ସରକାର ମଧ୍ୟ ସଚେତନ ହୋଇଥାନ୍ତି। ତେଣୁ ଜିଲ୍ଲା ତଥା ରାଜ୍ୟର ବିକାଶରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ  ଭୂମିକା ରହିଆସିଛି l ସେ ରାଜନୀତି କଲାଦିନ ଠାରୁ ବଲାଙ୍ଗୀର ଜିଲ୍ଲାର ଗଣମାଧ୍ୟମ ପ୍ରତିନିଧିମାନେ ସାଙ୍ଗରେ ରହିଆସିଛନ୍ତି ଓ ଆଗକୁ ମଧ୍ୟ ବଲାଙ୍ଗୀର ଜିଲ୍ଲାର ଓ ରାଜ୍ୟର ବିକାଶରେ ସହାୟକ ହେବେ ବୋଲି କହିଥିଲେ । ଏବେ ରାଜ୍ୟ ସରକାର ଜିଲ୍ଲାମାନଙ୍କର ସାମଗ୍ରୀକ ବିକାଶକୁ ଗୁରୁତ୍ୱ ଦେଉଛି। ଜିଲ୍ଲାମାନଙ୍କର ବିକାଶରେ ରାଜ୍ୟର ବିକାଶ ହେବ ଓ ରାଜ୍ୟର ବିକାଶ ହେଲେ ଦେଶର ମଧ୍ୟ ବିକାଶ ହେବ ବୋଲି ଗତକାଲି ସନ୍ଧ୍ୟାରେ ବଲାଙ୍ଗୀର ସାମ୍ବାଦିକ ଭବନ ଠାରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ପାଟଣାଗଡ ବିଧାୟକ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କୁ ସଂବର୍ଦ୍ଧନା ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମତବ୍ୟକ୍ତ କରିଛନ୍ତି । ସେହିପରି ସାଂସଦ ସଂଗୀତା ସିଂଦେଓ ତାଙ୍କ ବକ୍ତବ୍ୟରେ ଜିଲ୍ଲାର ସମସ୍ୟାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରିବା ସହିତ କେନ୍ଦ୍ର ଓ ରାଜ୍ୟସରକାରଙ୍କୁ ଅବଗତ କରି ସମାଧାନ କରିବାକୁ ଚେଷ୍ଟିତ ଅଛନ୍ତି ବୋଲି କହିଥିଲେ । ଲୋକମାନେ ଉଭୟ  କେନ୍ଦ୍ରରେ ଓ ରାଜ୍ୟରେ ଭାଜପାକୁ ବହୁମତ ଦେଇ ସରକାର ଗଢିବାକୁ ସୁଯୋଗ ଦେଇଥିବାରୁ ଲୋକଙ୍କୁ ସାଂସଦ ଧନ୍ୟବାଦ ଜଣାଇବା ସହିତ ତାଙ୍କର ଦାୟୀତ୍ୱ ଆହୁରି ବଢିଯାଇଛି ବୋଲି କହିଥିଲେ। ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶିବପ୍ରସାଦ ପରିଡାଙ୍କ ସଭାପତିତ୍ୱ ଓ ବରିଷ୍ଠ ସାମ୍ବାଦିକ ସତ୍ୟସୁନ୍ଦର ଭଞ୍ଜଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓ ଯୋଗଦେଇଥିଲେ । ସଂଘର ବରିଷ୍ଠ ସଦସ୍ୟ ଗୋପବନ୍ଧୁ ଶତପଥି ଓ ନବୀନ ପଶାୟତ ଉଭୟ ଅତିଥିଙ୍କୁ ଉପଢୌକନ, ପୁଷ୍ପଗୁଚ୍ଛ ଓ ମେମେଣ୍ଟୋ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂଘର ସାଧାରଣ ସଂପାଦକ ଶିଶିର କୁମାର ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନାଗରିକ କମିଟି, ବରିଷ୍ଠ ନାଗରିକ ମଞ୍ଚ,ଏଲଆଇସି କର୍ମଚାରୀ ସଂଘ ସମେତ ଅନ୍ୟାନ୍ୟ ବହୁଗୁଡିଏ ସଂଗଠନ ପକ୍ଷରୁ ଉପମୁଖ୍ୟମନ୍ତ୍ରୀ

କନକବର୍ଦ୍ଧନ ସିଂଦେଓ ଓ ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । କାର୍ଯ୍ୟକ୍ରମରେ ସାମ୍ବାଦିକ ଦିଲିପ ପୁରୋହିତ, ସୁଧିର ମିଶ୍ର, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଶରତ ମିଶ୍ର, ଶରତ ମହାକୁର, ଚିତ୍ତରଂଜନ ମିଶ୍ର, ସୁନିଳ ମହାନ୍ତି, ଚନ୍ଦ୍ରଭାନୁ ମୋଲାନା, ରଂଜିତ ବେହେରା, ପ୍ରଦୀପ୍ତ ମିଶ୍ର, ଋତୁରାଜ ସିଂ, ଅଭୟ ତ୍ରୀପାଠୀ, ସଂଜୟ ବେହେରା, ଅଶୋକ ତ୍ରୀପାଠୀ, ଭାଜପା ଦଳର ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ନିବୃତି କୁମାରୀ ସିଂଦେଓ, ଗୋପାଳଜୀ ପାଣିଗ୍ରାହୀ, ଅନନ୍ତ ଦାସ, କର୍ତ୍ତାରସିଂ କୁମ୍ଭାର, ଗିରିଶ ସିଂଦେଓ ପ୍ରମୁଖଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like