-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ପାଲା ପରିବେଷଣ : ଭକ୍ତ ଅଭିଭୂତ

12-Jul-2024



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ ): ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସର୍ବ ବୃହତ ଜଗନ୍ନାଥ ମନ୍ଦିରଠାରେ ଗତ ୭ତାରିଖ ରଥଯାତ୍ରା ଠାରୁ ଆରମ୍ଭ କରି ଆଗାମୀ ୧୭ତାରିଖର ସୁନା ବେଶ ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହେଉଥିବା ଜଣାଯାଇଛି। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ଆନୁକୂଲ୍ୟରେ ଆୟୋଜନ କରାଯାଉଥିବା ଏହି ଭବ୍ୟ କାର୍ଯ୍ୟକ୍ରମ ଅଧିନରେ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ଓଡ଼ିଶା ଓ ଭାରତବର୍ଷର  ବହୁ ଖ୍ୟାତାନାମା କଳାକାର ସେମାନଙ୍କର ଅନନ୍ୟ ଓ ଅନୁପମ କଳା ଚାତୁର୍ଯ୍ୟ ପ୍ରଦର୍ଶନ କରି

ଦର୍ଶକମାନଙ୍କୁ ବିମୋହିତ କରୁଥିବା ଲକ୍ଷ୍ୟ କରାଯାଉଛି। ମନ୍ଦିରର ବେସମେଣ୍ଟସ୍ଥିତ ଆଡପ ମଣ୍ଡପରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ପରିବେଷିତ ହେଉଥିବା ଏହି ଦିବ୍ୟ ଓ ଭବ୍ୟ ପ୍ରସ୍ତୁତି ଗୁଡ଼ିକୁ ଦେଖିବା ପାଇଁ ଏଠାରେ ପ୍ରତ୍ୟହ ସହସ୍ରାଧିକ ଶ୍ରଦ୍ଧାଳୁ ମାନଙ୍କର ସମାଗମ ହେଉଥିବା ଦେଖାଯାଉଛି।

ସାଂସ୍କୃତିକ ସମାରୋହର ବିଶେଷ ଆକର୍ଷଣ ପ୍ରସିଦ୍ଧ ପାଲା ଗାୟିକା ସ୍ବର୍ଣ୍ଣପ୍ରଭା ଲେଙ୍କାଙ୍କର ଅଭିନବ ଧରଣର ପାଲା ପରିବେଷଣ ଥିଲା। "ସତୀ ତୁଳସୀ" ଶୀର୍ଷକ ପାଲା ଉପସ୍ଥାପନ କରୁଥିବା ସମୟରେ ଶ୍ରୀମତୀ ଲେଙ୍କାଙ୍କର ବୈଦ୍ୟୁତିକ ଢଙ୍ଗରେ ପଦ ଚାଳନା, ହୃଦୟସ୍ପର୍ଶୀ ଅଙ୍ଗଭଙ୍ଗୀ, ଉଚ୍ଚକୋଟିର ଉଚ୍ଚରାଣ ଶୈଳୀ ତଥା ସର୍ବୋପରି ସୁନ୍ଦର, ସୁମଧୁର ଓ ସୁଲଳିତ ଗାୟନକ୍ରମ ଦର୍ଶକମାନଙ୍କୁ ଅଭିଭୂତ କରିଦେଇଥିଲା। ସ୍ବର୍ଣ୍ଣପ୍ରଭାଙ୍କର ପ୍ରାଞ୍ଜଳ ଏବଂ ଜୀବନ୍ତ ଢଙ୍ଗରେ ପଦ୍ମ ପୁରାଣରେ ମା' ବୃନ୍ଦାବତୀଙ୍କର ବୈଶିଷ୍ଟ୍ୟ ବର୍ଣ୍ଣନା, ଭକ୍ତମାନଙ୍କୁ ଭଗବତ ସତ୍ତାର ଅନୁଭୂତି ପ୍ରଦାନ କରିବାର ସୁଯୋଗ ସୃଷ୍ଟି କରିଥିଲା। ନାରାୟଣଙ୍କର ମସ୍ତକରେ ରହି ତୁଳସୀ ପୂଜା ପାଇବାର ଉପାଖ୍ୟାନ ଉପସ୍ଥିତ ଶ୍ରୋତା ମାନଙ୍କୁ ଭାବବିହ୍ଵଳିତ କରି ଐଶ୍ଵରିକ ଆନନ୍ଦ ପ୍ରଦାନ କରୁଥିବା ଅନୁଭବ କରାଯାଇଥିଲା। 

ଏହି ସାଂସ୍କୃତିକ ଆସର ଅବସରରେ ବରିଷ୍ଠ ସାମ୍ବାଦିକ ଓ ୱାର୍ଲଡ୍ ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ବିବେଦୀ ଅତିଥିଭାବେ ଯୋଗ ଦେଇଥିଲେ। ଶ୍ରୀ ଦ୍ବିବେଦୀ ପାଲା ଗାୟିକା ସ୍ବର୍ଣ୍ଣପ୍ରଭା ଲେଙ୍କା ଏବଂ ତାଙ୍କର ସାଥି କଳାକାର ବୃନ୍ଦ ଯଥା ତପନ କୁମାର ପାଲ, ରତ୍ନାକର ଜେନା, ବିପିନ ପାଲ, ସୁଶାନ୍ତ

ପଢ଼ିଆରୀ ଓ ଅଭିମନ୍ୟୁ ଲେଙ୍କା ପ୍ରମୁଖଙ୍କୁ ମନ୍ଦିର ତରଫରୁ ଅଙ୍ଗବସ୍ତ୍ର ଓ ଫଳକ ପ୍ରଦାନ କରି ସମ୍ବର୍ଦ୍ଧନା ଜଣାଇଥିଲେ।  ମନ୍ଦିର ପରିଚାଳନା କମିଟିର ଯୁଗ୍ମ ସମ୍ପାଦକ ଦିଲ୍ଲୀପ ସ୍ୱାଇଁ ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ ଅଭିରାମ ସୁତାର ସମ୍ବର୍ଦ୍ଧନା ପ୍ରକ୍ରିୟାରେ ସହଯୋଗ କରିଥିଲେ।ସୁଦକ୍ଷ ଉପସ୍ଥାପିକା ସ୍ବର୍ଣ୍ଣପ୍ରଭା ପତି ସମଗ୍ର କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସଞ୍ଚାଳନା କରିଥିଲେ। ଚଳିତବର୍ଷର ସାଂସ୍କୃତିକ ସମାରୋହ ଅଭୂତପୂର୍ବ ସଫଳତା ହାସଲ କରିବା ପଛରେ ମୁଖ୍ୟ ସଂଗଠକ ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନଙ୍କର ଭୂମିକା ବେଶ ମହତ୍ୱପୂର୍ଣ୍ଣ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like