-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ପୁରୁଣା ଅଯୋଧ୍ୟା ସାଗର ହେବ ନବୀକରଣ; ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର,

20-Jul-2024



 


ସମ୍ୱଲପୁର : :(ସଂଜୀବପାଣିଗ୍ରାହୀ)    ଜିଲ୍ଲାର ପର୍ଯ୍ୟଟନକୁ ନୂଆ ରୂପ ଦେବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି । ଏହା ଦ୍ୱାରା ସମ୍ବଲପୁରରେ ଥିବା ମହାନଦୀ ରେ 'ରିଭରଫ୍ରଣ୍ଟ୍ ଡେଭଲପମେଣ୍ଟ ପ୍ରୋଜେକ୍ଟ' ପ୍ରସ୍ତାବ ଉପରେ ବିଚାର କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାବରମତୀ, କାଶୀ ଓ ବାରାଣାସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସରୋବର ବନ୍ଧକୁ 'ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ' ଅଧୀନରେ ବିକଶିତ କରାଯାଇପାରିବ ବୋଲି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାକୁ ସ୍ୱାଗତ କରିଛନ୍ତି ସମ୍ବଲପୁରବାସୀ ।
ସୂଚନା ଅନୁସାରେ, ସମ୍ବଲପୁର ସହର ରିଙ୍ଗ ରୋଡ଼ କଡ଼ ମହାନଦୀର ଅଯୋଧ୍ୟା ସରୋବରର ହେବ ନବୀକରଣ । ଏଠାରେ ଥିବା ଆନିକଟକୁ ସଜାଡ଼ିବା ସହ ପର୍ଯ୍ୟଟନର ବିକାଶ କରାଯିବ । ସାବରମତୀ, କାଶୀ ଓ ବାରାଣାସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସରୋବର ବନ୍ଧକୁ 'ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ' ଅଧୀନରେ ବିକଶିତ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦକ୍ଷ ନେତୃତ୍ୱରେ ଭାରତ ସରକାର କ୍ରମାଗତ ଭାବରେ 'ବିକାଶ ବି, ବିରସାତ୍ ବି' ଅଧୀନରେ ପରମ୍ପରା ଏବଂ ଆଧୁନିକତା ମଧ୍ୟରେ ଥିବା ସମାନତା ଗୁଡ଼ିକ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଅନେକ ନଦୀ ଓ ଐତିହାସିକ ସ୍ଥଳୀରେ ପୂର୍ଣ୍ଣ ଓଡ଼ିଶା 'ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ' ବିକଶିତ କରିବାର ଅନନ୍ୟ ସୁଯୋଗ ପ୍ରଦାନ କରୁଛି । ସେହିପରି ମହାନଦୀ କୂଳରେ ଅବସ୍ଥିତ ସମ୍ବଲପୁରର ଐତିହାସିକ ମହତ୍ତ୍ୱ ଓ ପ୍ରାକୃତିକ ଆକର୍ଷଣ ରହିଛି । ମହାନଦୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବିଶ୍ୱସ୍ତରୀୟ ରିଭରଫ୍ରଣ୍ଟ ପ୍ରକଳ୍ପରେ ପରିଣତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି ।
ସେ କହିଛନ୍ତି ଯେ ଏହି ପରିପ୍ରେକ୍ଷୀରେ ମହାନଦୀ ପାର୍ଶ୍ୱରେ ଥିବା ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ଅତ୍ୟାଧୁନିକ ଜ୍ଞାନକୌଶଳ ସାହାଯ୍ୟରେ ପୁନରୁଦ୍ଧାର କରାଯାଇ ରିଭରଫ୍ରଣ୍ଟ ଥିବା ୭ କିଲୋମିଟର ଲମ୍ବା ଜଳାଶୟ ସୃଷ୍ଟି କରିବାର ଆବଶ୍ୟକତା ରହିଛି । ଏହି ପୁରୁଣା ବନ୍ଧର ନବୀକରଣ ଦ୍ୱାରା ଜଳଭଣ୍ଡାର କ୍ଷମତା ଯଥେଷ୍ଟ ବୃଦ୍ଧି ପାଇବ । ଏହି ଜଳଭଣ୍ଡାର ହୀରାକୁଦ ଜଳଭଣ୍ଡାରର ବିଦ୍ୟୁତ୍ ଚ୍ୟାନେଲରୁ ବାହାରୁଥିବା ଜଳକୁ ପ୍ରଭାବଶାଳୀ ଭାବରେ ଉପଯୋଗ କରିପାରିବ ଏବଂ ପ୍ରସ୍ତାବିତ ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ପାଇଁ ମହାନଦୀରେ ଆବଶ୍ୟକ ପୋଖରୀ ସୃଷ୍ଟି କରିପାରିବ । ଅଚଳ ସ୍ଲୁଇସ୍ ଗୁଡ଼ିକୁ ପୁନରୁଦ୍ଧାର କରାଯାଇପାରିବ କିମ୍ବା ବନ୍ଧକୁ ସୁରୁଖୁରୁରେ ଚଳାଇବା ପାଇଁ ନୂତନ ଢାଞ୍ଚା ସହିତ ବଦଳାଯାଇପାରିବ । ଏହାବ୍ୟତୀତ ସମ୍ବଲପୁର ସହରରେ ଡ୍ରେନେଜ୍ ସମସ୍ୟାକୁ ହ୍ରାସ କରିବା ପାଇଁ ପ୍ରସ୍ତାବିତ ପୋଖରୀକୁ ସଂଯୋଗ କରୁଥିବା ସମସ୍ତ ନାଳରେ ସ୍ଲୁଇସର ଆବଶ୍ୟକ ବ୍ୟବସ୍ଥା କରାଯାଇପାରେ । ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି ସମ୍ବଲପୁରବାସୀ । ସମ୍ବଲପୁରରେ ମହାନଦୀ କୂଳରେ ଉପରୋକ୍ତ ରିଭରଫ୍ରଣ୍ଟ ଉନ୍ନୟନ ପ୍ରକଳ୍ପ ଏକ ରୋମାଞ୍ଚକର ଦୃଶ୍ୟ ସୃଷ୍ଟି କରିବ ବୋଲି ମତ ରଖିଛନ୍ତି । ଏଥିସହ ଏଠାରେ ପାର୍କ, ୱାକ୍ ୱେ, ଜିମ୍, ଆମ୍ଫିଥିଏଟର, ଆରତୀ ଘାଟ ଏବଂ ନଦୀ କୂଳରେ ଗାଧୋଇବା ଭଳି ସୁବିଧା ସୁଯୋଗ ସୃଷ୍ଟି କରିଯାଇପାରିବ । ଏହା କେବଳ ଏହି ଅଞ୍ଚଳର ସାଂସ୍କୃତିକ ଢାଞ୍ଚାକୁ ସମୃଦ୍ଧ କରିବ ନାହିଁ ବରଂ ଏହାର ଆଧ୍ୟାତ୍ମିକ ଏବଂ ମନୋରଞ୍ଜନ ଆକର୍ଷଣକୁ ବଢାଇବାରେ ଯୋଗଦାନ ରଖିବ । ମହାନଦୀ ସାଂସ୍କୃତିକ, ମନୋରଞ୍ଜନ ଓ ଅର୍ଥନୈତିକ କାର୍ଯ୍ୟର କେନ୍ଦ୍ରବିନ୍ଦୁ ପାଲଟିପାରିବ । ଏହା ଦ୍ୱାରା ସ୍ଥାନୀୟ ଲୋକମାନେ ଉପକୃତ ହେବା ସହ ଏହି ସ୍ଥାନ ଦୂରଦୂରାନ୍ତରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରିବ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like