-+91-9937148622 |
prerana_bgr@rediffmail.com |
Sunday 3rd May 2026 |
R.N.I. Regd No. ODIODI/2010/46693
Breaking News
22-Jul-2024
ପାରଳାଖେମଣ୍ଡି(ପ୍ରେମରାଜ ମିଶ୍ର): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ପୋତ୍ତାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଓ ଦିଲ୍ଲୀପ କୁମାର ବେହେରା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୋତ୍ତାର ଗ୍ରାମ ପଞ୍ଚାୟତ ସମେତ ଲୋବା, ଡମ୍ବାଳ ଓ ଅମେଡ଼ା ପଞ୍ଚାୟତର ସମୁଦାୟ ମୋଟ- ୧୨୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮୫ ଗୋଟି ଓ ୧୦ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ଜଣକୁ ଜିଲ୍ଲା ରେଡ କ୍ରସ୍ ପାଣ୍ଠିରୁ ୧୨ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା ସମସ୍ୟା ବୋଲି
ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜ୍ୟୋତି ପାଣି,ଉପଅଧ୍ୟକ୍ଷ,ପଞ୍ଚାୟତ ସମିତି ରାୟଗଡ଼ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଧୀର ସିଂ, ତହସିଲଦାର ସଦାଶିବ ବତ୍ରା ଓ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଅମ୍ବିକା ନାୟକ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।