-+91-9937148622 |
prerana_bgr@rediffmail.com |
Saturday 2nd May 2026 |
R.N.I. Regd No. ODIODI/2010/46693
Breaking News
22-Jul-2024
ବୀରମହାରାଜପୁର (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମଲ ଯୋଗଦେଇ ଜନସାଧାରଣ ଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ସେଥିମଧ୍ୟରୁ ବିଭିନ୍ନ ଆପତ୍ତି ଓ ସମସ୍ୟା ଉପରେ ୩୭ ଗୋଟି ଦରଖାସ୍ତ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ୨୮ ଗୋଟି ରହିଥିବା ବେଳେ ୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା ସମେତ ଜିଲ୍ଲା ସ୍ତରରୁ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ପଲ୍ଲବୀ ରାଣୀ ରାଜ, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଉପଖଣ୍ଡ କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ଥିଲେ।