-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
24-Jul-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବିରେ ନିଯୁକ୍ତି ପାଇଁଛନ୍ତି। ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ (ଇସିଆଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି ।ତେବେ ଏହା ପୂର୍ବରୁ ସିିିଇଓ ଥିବା ନିକୁଞ୍ଜ ବିହାରୀ ଧଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିବା ପରେ, ରାଜ୍ୟର ନୂଆ ସିଇଓ କିଏ ହେବ, ତାକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା। ଆଉ ଶେଷରେ ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ମିଳିଛି ଏହି ଗୁରୁ ଦାୟିତ୍ୱ ।