-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମୋବାଇଲ ଦେଖିବା ହେଲା କାଳ:ଚକ୍ଷୁ ଯନ୍ତ୍ରଣାରେ ଛଟପଟ ୬ ବର୍ଷର ଝିଅ

24-Jul-2024



ଝରିଗାଁ (ମିହିର ଶଙ୍କର ପାତ୍ର)
 କମ୍‌ ବୟସରେ ମୋବାଇଲ ଦେଖିବା ଜଣେ ୬ବର୍ଷର ଶିଶୁକନ୍ୟାଙ୍କ ପାଇଁ କାଳ ପାଲଟିଛି। ଦିନକୁ ପ୍ରାୟ ୪ ଘଣ୍ଟା ମୋବାଇଲ ଦେଖୁଥିବାରୁ ଶିଶୁକନ୍ୟା ଜଣକ ଚକ୍ଷୁ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏଭଳି ଏକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ସଦର ମହକୁମାରେ।ସୂଚନା ଅନୁଯାୟୀ, ଝରିଗାଁ ବ୍ଲକ ସଦର ମହକୁମା ତାଲିଆମ୍ବା ସାହିର ନୀଳକଣ୍ଠ ଗୌଡ଼ଙ୍କ ୬ ବର୍ଷର ଝିଅ ଚିତ୍ରଲେଖା ଗୌଡ଼ ମୋବାଇଲ ଦେଖିବା ପାଇଁ ପରିବାର ଲୋକଙ୍କୁ ଅଝଟ କରୁଥିଲେ। ସଚେତନତା ଅଭାବ ସହ ଝିଅର ଅଝଟ ଯୋଗୁଁ ପରିବାର ଲୋକ ମୋବାଇଲ ଦେବା ପାଇଁ ବାଧ୍ୟ ହେଉଥିଲେ। ଚିତ୍ରଲେଖା ଗତ କିଛି ଦିନ ହେଲା ସକାଳୁ ଦୁଇ ଘଣ୍ଟା ଏବଂ ସନ୍ଧ୍ୟାରେ ପ୍ରାୟ ଦୁଇ ଘଣ୍ଟା ମୋବାଇଲ ଦେଖୁଥିଲା ବୋଲି ତାଙ୍କ ଜେଜେବାପା ନନ୍ଦ ଗୌଡ଼ କହିଛନ୍ତି। ଏପରିକି ଆଖିଠାରୁ ଅତି ନିକଟରେ ମୋବାଇଲ ରଖି ଦେଖୁଥିବା କହିଥିଲେ। ପ୍ରାୟ ୩ରୁ ୪ ଦିନ ମୋବାଇଲ ଅତି ନିକଟରୁ ଦେଖିବା ଦ୍ୱାରା ଆଖିଗୁଡ଼ିକରେ ଚାପ ପଡ଼ିଥିଲା। ପ୍ରଥମେ ଦୁଇଟି ଆଖି ଫୁଲି ଯାଇଥିଲା। ପରେ ଆଖିର ଡୋଳା ଏବଂ ପତା ଲାଲ ହେବା ସହ ଅସହାୟ ଯନ୍ତ୍ରଣା ହୋଇଥିଲା। ଆଖି ଯନ୍ତ୍ରଣା ହେଉଥିବା ନେଇ ଚିତ୍ରଲେଖା ପରିବାର ଲୋକଙ୍କୁ କହିବା ପରେ ଗତ ରବିବାର ଦିନ ଚିକିତ୍ସା ନିମନ୍ତେ ଉମରକୋଟ ନିଆଯାଇଥିଲା। ବର୍ତ୍ତମାନ ଚିତ୍ରଲେଖାଙ୍କ ଆଖି ଯନ୍ତ୍ରଣା କମ୍‌ ହେଉଥିବା ବେଳେ ଆଖିରେ ପଡ଼ିଥିବା ଲାଲ କମୁନି। ଏବେ ବି ଚିକିତ୍ସା ଜାରି ରହିବା ସହ ଔଷଧ ସେବନ ଚାଲିଛି। ମୋବାଇଲ ଦେଖିବା ଦ୍ୱାରା ଚିତ୍ରଲେଖାଙ୍କ ଆଖି ଯନ୍ତ୍ରଣା ହୋଇଥିବା ନେଇ ଜେଜେବାପା ନନ୍ଦ ଗୌଡ଼ କହିବା ପରେ ମୋବାଇଲ ଦେଖିବା ଯୋଗୁଁ ଚକ୍ଷୁ ଯନ୍ତ୍ରଣା ହେବା ନେଇ ଚର୍ଚ୍ଚା ହେଉଛି। ସେହିପରି ଛୋଟ ପିଲାମାନଙ୍କୁ ମୋବାଇଲଠାରୁ ଦୂରରେ ରଖିବା ପାଇଁ ଅଭିଭାବକମାନଙ୍କୁ ନନ୍ଦ ଗୌଡ଼ ନିବେଦନ କରିଛନ୍ତି। ପିଲାମାନେ ମୋବାଇଲ ଦେଖିବା ପାଇଁ ଜିଦ୍‌ କଲେ ମଧ୍ୟ ସେମାନଙ୍କୁ ମୋବାଇଲ ନଦେଇ ସେମାନଙ୍କ ଚକ୍ଷୁ ପ୍ରତି ଧ୍ୟାନ ଦେବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like