-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

24-Jul-2024



ବଲାଙ୍ଗିର(ପ୍ରେରଣା ଖବର): ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ପ୍ରଫୁଲ୍ଲ କୁଜୂର ଏବଂ ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଦୀପ ସାହୁଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସ୍ବାଧୀନତା  ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ। ବୈଠକର ନିଷ୍ପତ୍ତି ପ୍ରକାରେ ୧୫ ଅଗଷ୍ଟ ଦିନ ପ୍ରାତଃ ୪ ଘଟିକା ସମୟରେ ରାମଧୁନ,ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି, ସକାଳ ୭ ରୁ ୮ ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ, ସକାଳ ୭.୩୦ ରୁ ୮ ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ୯.୧୫ ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଦିବସର ମୁଖ୍ୟ ଅତିଥି  ଆନୁଷ୍ଠାନିକ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିବେ। ସମ୍ମିଳିତ ପ୍ୟାରେଡ ରେ ହୋମଗାର୍ଡ,ଏନସିସି, ସ୍କାଉଟ, ଗାଇଡ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶଗ୍ରହଣ କରିବେ। ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ, ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା ପ୍ରତିଯୋଗିତା ଆଗାମୀ ୩ ତାରିଖ ଠାରୁ ୮ ତାରିଖ ମଧ୍ୟରେ 

ଅନୁଷ୍ଠିତ ହେବ । ଏତଦବ୍ୟତୀତ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ । ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ ସହ ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀଙ୍କୁ ବସ୍ତ୍ର ବଣ୍ଟନ କରାଯିବ । ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like