-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ରାଜନୀତି

ବିଧାନସଭାରେ ଉଠିଲା ବଲାଙ୍ଗୀରରେ କୃଷିବିଶ୍ୱବିଦ୍ୟାଳୟ ପ୍ରସଙ୍ଗ

24-Jul-2024



ବଲାଙ୍ଗୀର: ବଲାଙ୍ଗୀରରେ ଓଡିଶାର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ନେଇ ବହୁବର୍ଷ ହେଲା ଦାବିହୋଇ ଆସୁଛି । ଆଜି ଏହି ପ୍ରସଙ୍ଗରେ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ ବିଧାନସଭାରେ ଏନେଇ ପ୍ରଶ୍ନ ଉପସ୍ଥାପନ କରିଛନ୍ତି । ବଲାଙ୍ଗୀରରେ କୃଷିବିଶ୍ୱବିଦ୍ୟାଳୟ ସ୍ଥାପନ ନେଇ ସରକାର କଣ ପଦକ୍ଷେପ ନେଉଛନ୍ତି ବୋଲି ରାଜ୍ୟସରକାରଙ୍କୁ ପ୍ରଶ୍ନ କରିଛନ୍ତି । ଏହାର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକସଶକ୍ତିକରଣ ବିଭାଗର ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି ଯେ,ରାଜ୍ୟରେ କୃଷିବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ନିମନ୍ତେ ଭାରତ ସରକାରଙ୍କ ଶିକ୍ଷାନୀତି,ୟୁଜିସିର ନୀତିନୀୟମ ଏବଂ ଶିକ୍ଷାର ପରିମାପକର ନିର୍ଦ୍ଦେଶାବଳୀ(ଡିନସ କମିଟି ରିପୋର୍ଟ) ଅନୁସରଣ କରାଯାଏ । ବଲାଙ୍ଗୀର ଜିଲ୍ଲାରେ ଓଡିଶା କୃଷି ଓ ବୈଷୟୀକ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା କୃଷିବିଜ୍ଞାନ କେନ୍ଦ୍ର(କେଭିକେ) ମାଧ୍ୟମରେ ଜିଲ୍ଲାର ଚାଷିମାନଙ୍କ ଜମିରେ କ୍ଷେତ୍ର ପରୀକ୍ଷଣ ଓ କ୍ଷେତ୍ରପ୍ରଦର୍ଶନ କରାଯାଇ ଚାଷିଙ୍କୁ ତାଲିମ ଦିଆଯାଉଛି ଏବଂ ଗୋଟିଏ ଅଗ୍ରୋପଲିଟେକନିକ ସେଣ୍ଟର ମଧ୍ୟ କାର୍ଯ୍ୟ କରୁଅଛି ବୋଲଗ୍ମନ୍ତ୍ରୀ ଉତ୍ତର ରଖିଛନ୍ତି । ସେହିପରି ବିଧାୟକ କଳିକେଶଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଖାଦ୍ୟ ଯୋଗାଣ ଓ ଖାଉଟିକଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତରରଖି କହିଛନ୍ତି ଯେ,ବଲାଙ୍ଗୀର ଜିଲ୍ଲାର ୧୪ଗୋଟି ବ୍ଲକ ଓ ୫ଟି ସହରାଞ୍ଚଳରେ ମୋଟ ୪,୨୦,୦୫୯ ପରିବାରର ୧୩,୬୯,୩୯୫ ଜଣ ସଦସ୍ୟଙ୍କୁ ଜାତୀୟଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟିକାର୍ଡ ପ୍ରଦାନ କରାଯାଇଛି । ଏହି ତାଲିକାରୁ ବଞ୍ଚିତ ଥିବା ପରିବାରଙ୍କୁ ସାମିଲ କରିବାକୁ ଜିଲ୍ଲାରେ ୩୭୮ଟି ରେସନକାର୍ଡ ପରିଚାଳନା(ଆରସିଏମଏସ) କେନ୍ଦ୍ର କାର୍ଯ୍ୟକ୍ଷମ କରାଯାଇଛି  ଯେଉଁଠି ଆବେଦନକାରୀମାନେ ଆବେଦନ କରିପାରିବେ । ଏହା ବ୍ୟତିତ ଖାଦ୍ୟ ଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ୱେବସାଇଟରେ ମଧ୍ୟ ଆବେଦନ କରାଯାଇ ପରିବ । ଆବେଦନ ଦାଖଲ କଲାପରେ ଏହାକୁ ୧୨ଟି ସ୍ୱତଃ ଯୋଗଦେବା ମାନଦଣ୍ଡ ଓ ୧୦ଗୋଟି ବାଦଦେବା ମାନଦଣ୍ଡ ଆଧାରରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ବିଭାଗୀୟ ଅଧିକାରୀ ଦ୍ୱାରା ଏହାର ଯାଞ୍ଚ କରାଯିବ । ତେବେ ଏବେ ହିତାଧିକାରୀ ତଥ୍ୟାବଳିକୁ ସ୍ୱଚ୍ଛ କରିବାକୁ ଆଧାର ଭିତ୍ତିକ (ଇ କେୱାଇସି) ଯାଞ୍ଚ ଚାଲିଥିବାରୁ ଏହି ପ୍ରକ୍ରୀୟା ସରିଲାପରେ ନୂଆ ହିତାଧିକାରୀଙ୍କୁ ରେସନକାର୍ଡ ଯୋଗାଇବା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ଉତ୍ତରରଖିଛନ୍ତି । ଠିକ ସେହିପରି ବଲାଙ୍ଗୀର ଓ ବଲାଙ୍ଗୀର ସଦରବ୍ଲକଅଞ୍ଚଳ ପ୍ରାଣୀଧନର ବୀମା ପ୍ରସଙ୍ଗ ମଧ୍ୟ ଉଠାଇଥିଲେ । ସେଥିରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉତ୍ତର ରଖିକହିଛନ୍ତି ଯେ,ବଲାଙ୍ଗୀର ପୌରପାଳିକାରେ ଗାଈଗୋରୁସଂଖ୍ୟା ୧୯୪୨ଟି ଓ ୩,୮୪୦ ଛେଳି,ମେଣ୍ଢା ଓ ଘୁଷୁରୀ ରହିଥିବା ବେଳେ ସେଥିରୁ ମାତ୍ର ୩୫ଟି ଗାଈଗୋରୁ ବୀମାଭୁକ୍ତ ହୋଇଛନ୍ତି । ସେହିପରି ବଲାଙ୍ଗୀର ସଦର ବ୍ଲକରେ ୧୮,୫୩୩ଟି ଗାଈଗୋରୁ ଓ ୩୩,୩୨୮ଟି ଛେଳି,ମେଣ୍ଢା ଓ ଘୁଷୁରୀ ଅଛନ୍ତି । ସେଥିରୁ ୨୧୮ଟି ଗାଈଗୋରୁ ଓ ୧୨୨ଟି ଛେଳିମେଣ୍ଢା ବୀମାଭୁକ୍ତ ହୋଇଛନ୍ତି ବୋଲି ଉତ୍ତର ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like