-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି

25-Jul-2024



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଳା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି l
ଚଳିତ ବର୍ଷ ସୁବର୍ଣ୍ଣପୁର ରାମେଶ୍ଵର ମନ୍ଦିର ନିକଟସ୍ଥ ଷ୍ଟାଡିୟମ୍  ଠାରେ ନିମନ୍ତ୍ରିତ ଅତିଥି ଏବଂ ଛାତ୍ରଛାତ୍ରୀ  ଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳନ  କରାଯିବ l  ଉକ୍ତଦିନ ପ୍ରାତଃ ସମୟରେ ସହରରେ ରାମଧୁନ ପ୍ରଚାର କରାଯିବା  ସହିତ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ପ୍ରଭାତ ଫେରୀ ସକାଳ ଘ୦୬. ୦୦ ଣ୍ଟା ମଧ୍ୟରେ କରାଯିବ l ୦୭ ଟା ସମୟରେ ସହର ର ବିଭିନ୍ନ ଛକରେ ଓ କାର୍ଯ୍ୟାଳୟ ରେ ଅବସ୍ଥାପିତ ମହାପୁରୁଷ ତଥା ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ବରିଷ୍ଠ ଅଧିକାରୀ ତଥା ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପୁଷ୍ପମାଲ୍ୟାର୍ପଣ କରାଯିବ l ସକାଳ ଘଂ ୦୭. ୩୦ ମି  ରୁ ଘଂ ୦୮  ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ l  ସ୍ୱାଧୀନତା ଦିବସର ମୁଖ୍ୟ ଅତିଥିଙ୍କ ଦ୍ୱାରା ଘଂ ୦୯. ୧୫  ମିନିଟ ସମୟରେ  ଷ୍ଟାଡିୟମ  ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରାଯିବ l ଚଳିତବର୍ଷ  ପ୍ୟାରେଡ଼ରେ ପୋଲିସ ବ୍ୟାଣ୍ଡ, ସଶସ୍ତ୍ର ବାହିନୀ ଓ ଗୃହରକ୍ଷୀ ଦଳ ସହ ଛାତ୍ରଛାତ୍ରୀଙ୍କ ୪୦ ଟି ଦଳ ଅଂଶ ଗ୍ରହଣ କରିବେ l ପ୍ୟାରେଡ଼ ପଡିଆରେ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ସୀମିତ ଦଳ ସୁନ୍ଦର ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ l 
ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ବୋର୍ଡ ପରୀକ୍ଷାରେ ପ୍ରଥମ ସ୍ଥାନ  ଅଧିକାର କରିଥିବା ଛାତ୍ରଛାତ୍ରୀ  ମାନଙ୍କୁ ସମ୍ମାନିତ କରାଯିବ l  ସେହିପରି ବିଭିନ୍ନ ବ୍ୟକ୍ତିବିଶେଷ  ତଥା ସଂସ୍ଥା  ଯେଉଁମାନେ ଜିଲ୍ଲା ପାଇଁ  ଗୌରବ ଆଣିଛନ୍ତି, ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ପୁରସ୍କୃତ କରାଯିବ l ସେମାନଂକୁ ସମ୍ପୃକ୍ତ ବିଭାଗୀୟ ଜିଲ୍ଲା ଅଧିକାରୀ ମନୋନୀତ କରିବେ I ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର  ରାଜ୍ୟ ଏବଂ ଜାତୀୟ ସ୍ତରରେ କୃତି ପାଇଁ ଛାତ୍ରଛାତ୍ରୀ ଏବଂ କ୍ରୀଡାବିତ୍ ମାନଙ୍କୁ ମଧ୍ଯ ପୁରସ୍କାର ଦିଆଯିବ lସନ୍ଧ୍ୟା ୦୭ ଘଣ୍ଟା ସମୟରେ ନୂତନ ଟାଉନ ହଲ ଠାରେ ପୁରସ୍କାର ବିତରଣ ଓ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଜିଲ୍ଲା ସ୍ତରୀୟ ଉତ୍ସବ ପରି ଜିଲ୍ଲାର ଉପଖଣ୍ଡ ସ୍ତରରେ, ବ୍ଲକ ସ୍ତରରେ ତଥା ପଞ୍ଚାୟତ ସ୍ତରରେ ମଧ୍ୟ ସମାରୋହ ଅନୁଷ୍ଠିତ ହେବ l ଉତ୍ସବ ପରିପ୍ରେକ୍ଷୀ ରେ ଜିଲ୍ଳା ଶିକ୍ଷା ଅଧିକାରୀ ତଥା ଅଧ୍ୟକ୍ଷ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ  ଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟ , ଉଚ୍ଚବିଦ୍ୟାଳୟ  ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଦେଶାତ୍ମବୋଧକ ସଙ୍ଗୀତ ଆବୃତ୍ତି,ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଦୁର୍ଗାଦତ୍ତ ଦାସ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ , ପି ଡି ଡୁଡା ଶ୍ରୀ ବିଶ୍ୱନାଥ ବାରିକ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,  ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଇଂ ମନୋରଞ୍ଜନ ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ପୋଲିସ ଆର ଆଇ ସରୋଜ କୁମାର ବେହେରା,ସମେତ  ଜିଲ୍ଲାସ୍ତରୀୟ ଅଧିକାରୀ  ତଥା ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, ସହରର ବିଶିଷ୍ଟ ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷ, ବରିଷ୍ଠ ନାଗରିକ,ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟକ୍ଷ /ଅଧ୍ୟକ୍ଷା,ବିଭିନ୍ନ ସାଂସ୍କୃତିକ  ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା , ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ସ୍ୱାଗତ ସମ୍ଭାଷଣ କରିବା ସହ ବିବରଣୀ ପାଠ କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ, ଅନୁଷ୍ଠାନ ଙ୍କୁ ଆନ୍ତରିକତା ସହିତ ଏହି ଜାତୀୟ ଦିବସ ପାଳନ ପାଇଁ ସହଯୋଗ କରିବା ପାଇଁ ଅନୁରୋଧ  କରିଥିଲେ l ଶେଷରେ ବିଭାଗୀୟ ଗ୍ରନ୍ଥାଗାରୀକ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ବୈଠକରେ ବିଭାଗୀୟ କର୍ମକର୍ତ୍ତା ମାନଭଞ୍ଜନ ପଟ୍ଟନାୟକ, ବିନୋଦ କିଶୋର ଦାନୀ, ଚମରା ବିଶି ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like