-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟରେ ୨୫ତମ କାରଗିଲ ବିଜୟ ଦିବସ ପାଳିତ

26-Jul-2024



ବଲାଙ୍ଗୀରୂ (ପ୍ରେରଣା ଖବର): ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟରେ ୨୫ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ସଂଘର ସମ୍ପାଦକ ପ୍ରତାପ ଚନ୍ଦ୍ର ରଥଙ୍କ ପରିଚାଳନାରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ପୌର ପରିଷଦର ପୌରଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମ୍ମାନିତ ଅତିଥି ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ, ମଣ୍ଟେଶ୍ୱରୀ ସ୍କୁଲର ନିର୍ଦ୍ଦେଶକ ରବି ଉଦ୍‌ଗାତା, ନାଗରିକ କମିଟିର ପୂର୍ବତନ ସମ୍ପାଦକ ମନୋରଞ୍ଜନ ସାହୁ, ପ୍ରାଥମିକ ଶିକ୍ଷକ ସଂଘର ସମ୍ପାଦକ ପ୍ରଦୀପ ଖମାରୀ ଦୀପ ପ୍ରଜ୍ୱଳନ କରି ଶହୀଦମାନଙ୍କର ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ ମଣ୍ଟେଶ୍ୱରୀ ସ୍କୁୁଲର ଛାତ୍ରୀ ଜାଗୃତି ଶତପଥୀ ଓ ଛାତ୍ର ଆୟୁଷ ଯୋଶୀ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥିଲେ । ଶହୀଦ ମାନଙ୍କ ସ୍ମୃତିଚାରଣ କରିବା ସଙ୍ଗେସଙ୍ଗେ ୧ ମିନିଟ ନୀରବ ପ୍ରାର୍ଥନା ସହ ରାଷ୍ଟ୍ରୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା । ଶହୀଦ କିଶୋର ମଲ୍ଲିିକ, ହେମନ୍ତ ନାଏକ, ସୁମନ୍ତ ପଧାନ, ଥବୀର ବୁଡେ଼କଙ୍କ ପରିବାରବର୍ଗ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ଦୀର୍ଘ ୨୫ ବର୍ଷ ଧରି କାରଗିଲ ଶହୀଦ ମାନଙ୍କୁ ଭାରତ ବର୍ଷରେ ତାଙ୍କର ସ୍ମୃତିଚାରଣ କରି ମାଲ୍ୟାର୍ପଣ ତଥା ଦୀପ ପ୍ରଜ୍ୱଳନ କରାଯାଉଛି, କିନ୍ତୁ ଶହୀଦ ମାନଙ୍କ ବିଧବା ପତ୍ନୀଙ୍କ ଲୁହ ଆଜି ପର୍ଯ୍ୟନ୍ତ ଶୁଖି ନାହିଁ । ତଥାପି ମଧ୍ୟ ସେମାନେ ବୀରାଙ୍ଗନା ଭାବରେ ସବୁ ଦୁଃଖକଷ୍ଟ ସହି ସ୍ୱାମୀଙ୍କ ବୀରତ୍ୱକୁ ମନେ ପକାଇ ଗର୍ବିତ ହେଉଛନ୍ତି । ଅନେକ କ୍ଷେତ୍ରରେ କେନ୍ଦ୍ର ସରକାର ତଥା ରାଜ୍ୟ ସରକାରଙ୍କ ପାଖରୁ ମିଳୁଥିବା ମୌଳିକ ସୁବିଧାରୁ ମଧ୍ୟ ସେମାନେ ବଞ୍ଚିତ ହୋଇ ଆସୁଥିବା କୁହାଯାଉଛି । ସଂଘର ସମ୍ପାଦକ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, ଏ ବିଷୟରେ ନୂତନ ସରକାରଙ୍କୁ

ଅବଗତ କରାଯିବ । ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ସ୍ମୃତିଚାରଣ କରିବା ସଙ୍ଗେସଙ୍ଗେ ସଂଘର ଉନ୍ନତି ସକାଶେ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମାତୃଛାୟା ଅନୁଷ୍ଠାନର ସଦସ୍ୟା, ସବୁଜ ଶକ୍ତି ଅନୁଷ୍ଠାନର ସଦସ୍ୟ ସଦସ୍ୟା, ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ପାଣିଗ୍ରାହୀ ଶହୀଦ ମାନଙ୍କ ସ୍ମୃତିଚରାଣ କରିବା ସଙ୍ଗେସଙ୍ଗେ ଆସନ୍ତାକାଲି ୨୭.୦୭,୨୦୨୪ରେ ସାଇଟ କଲେଜ ପ୍ରାଙ୍ଗଣରେ ଶହୀଦ ପରିବାର ଏବଂ କାରଗିଲ ଯୁଦ୍ଧରେ ସକ୍ରିୟ ଅଶଂଗ୍ରହଣ କରିଥିବା ପୂର୍ବତନ ସୈନିକ ମାନଙ୍କୁ ନିମନ୍ତ୍ରଣ ଦେବା ସଙ୍ଗେସଙ୍ଗେ ସମ୍ମାନିତ କରାଯିବ ବୋଲି ଘୋଷାଣା କରିଥିଲେ । ସଂଘର ବରିଷ୍ଠ ସଭ୍ୟ ସୁରେନ୍ଦ୍ର ପଣ୍ଡା, ନବକୃଷ୍ଣ ପଟେଲ, ସାନନ୍ଦ ଭୋଇ, ମହେନ୍ଦ୍ର ପଣ୍ଡା, ସୀତାନରଥ ତ୍ରିପାଠୀ, ନରେନ୍ଦ୍ର ଦାସ, ସୁଶୀଳ ପଟେଲ, ବିନୋଦ ମହାନ୍ତ, ନୀଳାଚଳ ପଟେଲ, ସଞ୍ଜିବ ପ୍ରଧାନ, ଶଙ୍କର ଯୁଏଡ଼, କୃଷ୍ଣଚନ୍ଦ୍ର ପରମଗୁରୁ, ଶୋଭନ ପାଢ଼ୀ, ସୀତାନାଥ ତ୍ରିପାଠୀ, ସର୍ବେରାମ ପଟେଲ, କୃଷ୍ଣଚନ୍ଦ୍ର ପଟେଲ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ବତନ ସୈନିକ ନୟନ ଅଗସ୍ତି ସହଯୋଗ କରିଥିବା ବେଳେ ସଂଘର ସଭାପତି ବିଭୁତି ଭୂଷଣ ପାଣିଗ୍ରାହୀ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like