-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ଯୁବ ରେଡକ୍ରସ ର ନବରଙ୍ଗପୁର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

29-Jul-2024



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର,)
ରେଡକ୍ରସ ଓଡ଼ିଶା ରାଜ୍ୟ ଶାଖା, ଭୁବନେଶ୍ୱର ଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ ସମାବେଶ ଆୟୋଜିତ ହୋଇ ଯାଇଛି। ଜିଲ୍ଲା ର ୪୭ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ୧୩ ଗୋଟି ସ୍ନାତକ ମହାବିଦ୍ୟାଳୟ ରୁ ପ୍ରାୟ ପଞ୍ଚାଅଶି ଜଣ ଅଧ୍ୟକ୍ଷ ଓ କାଉନସିଲର ମାନେ ଯୋଗ ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ବର ଚନ୍ଦ୍ର ନାୟକ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ଯୁବ ରେଡକ୍ରସ୍ ନିଶ୍ଚିତ ସମାଜ ସେବା ଆଡ଼କୁ ନେବା ସହ ଜିଲ୍ଲା ରକ୍ତ ଭଣ୍ଡାର ର ସୂଚନା ସଂଗ୍ରହ କରି ବିଭିନ୍ନ ମହାବିଦ୍ୟାଳୟ ରେ ରକ୍ତ ଦାନ ଶିବିର କରିବା ପାଇଁ ପରାମର୍ଶ ଦେଇଥିଲେ।ରେଡକ୍ରସ୍ ର ଆଜୀବନ ସଦସ୍ୟ ତଥା ସମାଜସେବୀ ଶ୍ରୀ ଜଗନ୍ନାଥ ମହାପାତ୍ର ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ  କଲେଜ ସ୍ତରରେ ସମାଜ ସେବାରେ ରେଡ଼କ୍ରସ ର ଭୂମିକା ଉପରେ ଦିଗଦର୍ଶନ ଦେବା ସହ ସମାଜ ସେବା ପାଇଁ ସମସ୍ତ ପ୍ରକାର ସହଯୋଗ ସବୁବେଳେ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ପାଠପଢ଼ା ସହ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ କ୍ଷେତ୍ରରେ ବିକାଶ କରିବା ପାଇଁ ଆହ୍ୱାନ କରି ରେଡ଼କ୍ରସ  ଏକ ଉଚିତ୍ ମାଧ୍ୟମ ବୋଲି ପ୍ରକାଶ କରିଥିଲେ। ଜିଲ୍ଲା ଆପାତ କାଳୀନ ଅଧିକାରି ଗୀତାଞ୍ଜଳି ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜିଲ୍ଲା ରେଡ଼କ୍ରସ ସର୍ବଦା ସହଯୋଗ ର ହାତ ବଢ଼ାଇବ ବୋଲି କହିଥିଲେ। ଅତିଥି ମାନେ ସମଗ୍ର ଜିଲ୍ଲା ପାଇଁ "ପ୍ରତି ଅନୁଷ୍ଠାନ ରେ ଗୋଟିଏ ବରଗଛ ଅଭିଯାନ" ପ୍ରକଳ୍ପର ଉଦଘାଟନ କରିବା ସହିତ ସାଙ୍କେତିକ ଭାବରେ ଦୁଇଟି ବରଗଛ ଲଗାଇଥିଲେ। ପର୍ଯ୍ୟାୟ କ୍ରମେ ଓଡ଼ିଶା ତଥା ଭାରତରେ ପ୍ରକଳ୍ପର ପ୍ରସାର ସହ ଜିଲ୍ଲା ରେଡକ୍ରସ ର କାର୍ଯ୍ୟ କୁ ଜାତୀୟ ସ୍ତର ରେ ପହଞ୍ଚାଇବା ପାଇଁ କାର୍ଯ୍ଯ କରାଯାଉଛି ବୋଲି ରେଡ଼କ୍ରସ ଜିଲ୍ଲା ଆବାହକ ଦିଲ୍ଲୀପ କୁମାର ହୋତା ପ୍ରକାଶ କରିଥିଲେ। କଲେଜ ସ୍ତରରେ ରେଡକ୍ରସ କୁ ସକ୍ରିୟ କରିବା ସହ ଆଗାମୀ ଦିନରେ ଯୁବ ରେଡକ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ରେଡ଼କ୍ରସ ଜିଲ୍ଲା ସଂଯୋଜକ ଅଖିଳ କୁମାର ଭଟ୍ଟ ସୂଚନା ଦେଇଥିଲେ । ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ରୁ ଆସିଥିବା ଅଧ୍ୟକ୍ଷ ଓ କାଉନସିଲର ମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ।ସମଗ୍ର କାର୍ଯକ୍ରମ କୁ ବିଭିନ୍ନ ବିଭାଗ କୁ ସଂଯୋଜନା କରିଥିଲେ ଅଧ୍ୟାପକ ଶ୍ରୀ ଶମ୍ଭୁ ପ୍ରାସାଦ ହୋତ୍ତା । ବିଭିନ୍ନ ବିଭାଗର ପ୍ରମୁଖ ଦାୟିତ୍ବରେ ଥିଲେ ଯୁବ କାଉନସିଲର ଅଧ୍ୟାପିକା ରଜନୀ ମିଞ୍ଜ, ନିର୍ମଳା ହିକିକା ଓ ଅଶ୍ଵିନୀ ବେହେରା। ଶ୍ରୀ ଆଶୋକ ପାତ୍ର ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ । କାଉନସିଲର ଅଧ୍ୟାପିକା ରଜନୀ ମିଞ୍ଜ ଧନ୍ୟବାଦ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସିକୃତୀ ଦେଇଥିବାରୁ ରାଜ୍ୟ ରେଡ଼କ୍ରସ କୁ କୃତଜ୍ଞତା ଜଣାଇଥିଲେ।ଶ୍ରୀ ପ୍ରଶାନ୍ତ ମିଶ୍ର,ସାଇ, ସୀତାରାମ, ବନମାଳୀ, ରାଜନ୍ ତ୍ରିପାଠୀ, ଗୋବିନ୍ଦ  ପ୍ରମୁଖ ସହଯୋଗ କରିଥିଲେ।ସର୍ବୋପରି ପ୍ରାୟ ନବେ ସଭ୍ୟ ସଭ୍ୟା ଙ୍କୁ ନେଇ ଅନୁଷ୍ଠିତ ଉତ୍ସବ ରେ ଅନେକ ଗୁଡ଼ିଏ ପ୍ରସ୍ତାବକୁ ବିଚାରକୁ ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like