-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

ମହାବିଦ୍ୟାଳୟରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

01-Aug-2024



ବୀରମହାରାଜପୁର (ଵିନୋଦ ପାଣ୍ଡେ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ରେ  ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।‌ ଅଧ୍ୟାପକ କୁଞ୍ଜବନ ମେହେର ଚାକିରି ରୁ ଅବସର ଅବସର ଗ୍ରହଣ କରିଛନ୍ତି। ୨୦୦୪ ମସିହାରେ ଉକ୍ତ ମହାବିଦ୍ୟାଳୟର ରାଜନୀତି ବିଭାଗର ଅଧ୍ୟାପକରୂପେ ଚାକିରୀ ଜୀବନ ଆରମ୍ଭ କରି ଦୀର୍ଘ ୩୦ବର୍ଷ ସେ ଏଠାରେ ଅଧ୍ୟାପନା କରିଆସୁଥିଲେ। ଏହି ଉପଲକ୍ଷେ କଲେଜର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀ ସଭାପତିତ୍ବ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ ପରିଚାଳନା ପରିଷଦର ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରୀ  ମୁଖ୍ୟଅତିଥି , ଇଂରାଜୀ ବିଭାଗର ପ୍ରଧ୍ୟାପିକା ଗୀତାଞ୍ଜଳୀ ପୂଝାରୀ ସମ୍ମାନୀତ ଅତିଥିଭାବାରେ ଯୋଗଦେଇ ଅଧ୍ୟାପକ ଶ୍ରୀ ମେହେରଙ୍କ କାର୍ଯ୍ୟଶୈଳୀକୁ ଭୂୟସୀ ପ୍ରଶଂସା କରିଥିଲେ। କଲେଜର ଅଧ୍ୟାପକ, ଅଧ୍ୟାପିକା ତଥା କର୍ମଚାରୀ ମାନଙ୍କ ମଧ୍ୟରୁ ଶିବକୁମାର ପୁରୋହିତ, ସୀମାରାଣୀ ବେହେରା, ବିଜୟ କୁମାର ପ୍ରଧାନ, ଡ. ଶିଶିର ବଣିଆ, ଯଜ୍ଞେଶ୍ବର ବିଶି, ବିଜୟ କୁମାର ପୁରୋହିତ, ସୁନୀଲ କୁମାର ତ୍ରିପାଠୀ, ନରେନ୍ଦ୍ର ଝା, ସ୍ମୃତିରଞ୍ଜନ ଭରାସାଗର, ବଳରାମ ଶତପଥୀ, ଗୌରାଙ୍ଗ ଜଗଦଲା ପ୍ରମୁଖ ତାଙ୍କ କର୍ମମୟ ଜୀବନର ସ୍ମୃତିଚାରଣ କରିଥିଲେ। ପ୍ରତିଉତ୍ତରରେ ଅଧ୍ୟାପକ ଶ୍ରୀ ମେହେର ସମସ୍ତଙ୍କୁ କୃତଜ୍ଞତା ପ୍ରଦାନ କରିବା ସହିତ ଆଜୀବନ ବୀରମହାରାଜପୁର ମହାବିଦ୍ୟାଳୟ ପାଇଁ ଉତ୍ସର୍ଗିକୃତ ହୋଇ ରହିବେ ବୋଲି କହିଥିଲେ। ଅଧ୍ୟାପିକା ହରପ୍ରିୟା ମହାପାତ୍ର ସଭା ସଂଯୋଜନା କରିଥିବାବେଳେ ଡ. ବନ୍ଦିତା ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ବାରା ତାଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ, ମାନପତ୍ର ଓ ଉପହାର ପ୍ରଦାନ କରାଯାଇଥିଲା। ଉଲେଖଯୋଗ୍ୟଯେ ସେ ୧୯୮୧ ମସିହାରେ ପ୍ରତିଷ୍ଠିତ ହୋଇଥିବା ବୀରମହାରାଜପୁର ମହାବିଦ୍ୟାଳୟର ପ୍ରଥମ ବ୍ୟାଚର ଛାତ୍ର ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like