-+91-9937148622 |
prerana_bgr@rediffmail.com |
Friday 15th May 2026 |
R.N.I. Regd No. ODIODI/2010/46693
Breaking News
05-Aug-2024
ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲେଟ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ, ପଦ୍ମପୁର ଉପଜିଲ୍ଲପାଳ ଆଲୋକ କୁମାର ପଟେଲ ଏବଂ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡ଼ଙ୍ଗୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟଯେ, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୧୦୯ ଗୋଟି ଅଭିଯୋଗ ମଧ୍ୟରୁ ୭୧ ଗୋଟି ବ୍ୟକ୍ତିଗତ, ୦୩ ଗୋଟି ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠି, ୦୧ ଗୋଟି ରେଡ଼କ୍ରସ ଏବଂ ୩୪ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।