-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
10-Aug-2024
ଭୁବନେଶ୍ଵରୁ(ବିଶ୍ୱରଞ୍ଜନ ବିଶ୍ଵାଳ): ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶନିବାର ବିଭିନ୍ନ ଡିଲର ମାନଙ୍କୁ ଆଳୁ ପ୍ରଦାନ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ (ଖାରବେଳ ଭବନ ନିକଟ) ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ପ୍ରଦାନ କରା ଯାଇଛି। ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସର୍ବସାଧାରଣ ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ବିକ୍ରୟ କରିବେ।ସୂଚନା ଯୋଗ୍ୟ, ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ।
ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି। ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି। ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ।
ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ଶ୍ରୀ ପାତ୍ର କହିଛନ୍ତି। ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।