-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ଜିଲ୍ଲା

୭ମ ବେତନ କମିଶନରୁ ବଞ୍ଚିତ ୨୫୩ଜଣ ହାଇସ୍କୁଲ ଶିକ୍ଷକ/କର୍ମଚାରୀଙ୍କୁ ସାମିଲ କରିବାକୁ ଦାବି

10-Aug-2024



ବଲାଙ୍ଗୀର(ପ୍ରେରଣା ଖବର)-ସରକାର ସରକାରୀ କର୍ମଚାରୀ ମାନଙ୍କର ସମାନକାମକୁ ସମାନ ଦରମା ଘୋଷଣା କରୁଛନ୍ତି କିନ୍ତୁ ଦରମା ଦେବାର ସମାନ ଦରମା ହାର ଲାଗୁ କରୁନାହାଁନ୍ତି । ମୁଖ୍ୟତଃ ହାଇସ୍କୁଲଗୁଡିକରେ ଦୀର୍ଘବର୍ଷ ହେଲା କାମ କରୁଥିବା ଶିକ୍ଷକ/ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ସମାନହାରରେ ୭ମ ବେତନ କମିଶନ ହାରରେ ଦରମା ଦେବାରେ ପାତରଅନ୍ତର କରୁଥିବା ଅଭିଯୋଗ ହୋଇଛି । ରାଜ୍ୟରେ ୭ମ ବେତନ କମିଶନ ହାରରୁ ବଞ୍ଚିତ ହୋଇଥିବା ୨୫୩ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ତୁରନ୍ତ ୭ମ ବେତନ କମିଶନ ହାରରେ ଦରମା ଦେବାକୁ ଦାବି କରାଯାଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଶିକ୍ଷକମାନେ ଚିଠିଲେଖି ଦାବି କରିଥିବା ଜଣା ଯାଇଛି । ଦାବିପତ୍ରରେ ଉଲ୍ଲେଖ କରାଯାଇଛି ଯେ, ଓଡିଶା ସରକାର ୨୦୧୭ ଜିଆଇଏ ନୀୟମ ଅନୁଯାୟୀ ୨୨୬ ଓ ୩୯୯ ବର୍ଗର ଅନୁଦାନପ୍ରାପ୍ତ ବିଦ୍ୟାଳୟରୁ ୩୧.୧୨.୨୦୨୩ ପର୍ଯ୍ୟନ୍ତ କାମ କରୁଥିବା ଶିକ୍ଷକ/ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ୭ମ ବେତନ କମିଶନ ହାରରେ ଦରମା ଦେବାକୁ ନିଦ୍ଦେଶନାମା ଜାରି କରାଯାଇଥିଲା। ରାଜ୍ୟସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପତ୍ରସଂଖ୍ୟା-୫୨୬୫ ତା.୧୧.୩.୨୦୨୪ ଅନୁଯାୟୀ ସମସ୍ତ ଅନୁଦାନପ୍ରାପ୍ତ ସ୍କୁଲଗୁଡିକର ଶିକ୍ଷକ/କର୍ମଚାରୀମାନେ ୧୦୦% ଜିଆଇଏ ପାଇବେ ଓ ୭ମ ବେତନ କମିଶନ ହାରରେ ଦରମା ପାଇବେ । କିନ୍ତୁ ନୂତନ ଅନୁଦାନ ପ୍ରାପ୍ତ ହାଇସ୍କୁଲ ଗୁଡିକରେ୨୨୬ ଓ ୩୯୯ ବର୍ଗର ପ୍ରାୟ ୨୫୩ ଜଣ ଶିକ୍ଷକ ଓ କର୍ମଚାରୀ ୪୦% ,୬୦%, ୭୫% ଓ ୧୦୦% ଜିଆଇଏ ୬ଷ୍ଠ ବେତନକମିଶନର ପୂର୍ବହାରରେ ଦରମା ପାଉଛନ୍ତି । ସରକାର ତାଙ୍କର ନିର୍ଦ୍ଦେଶନାମାରେ ୩୧.୧୨. ୨୦୨୩ ପର୍ଯ୍ୟନ୍ତ ୧୦୦% ଜିଆଇଏ ପାଉଥିବା ଶିକ୍ଷକ/ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ୭ମ ବେତନ କମିଶନ ଲାଗୁକଲେ । ଏବେ ସ୍ଥିତି ଯାହା ରହିଛି ସେଥିରେ ସମସ୍ତେ ୧୦୦% ଜିଆଇଏ ପାଇଲା ବେଳକୁ ସେଥିରୁ ଅଧିକାଂଶ ଅବସରଗ୍ରହଣ କରିସାରିଥିବେ । ରାଜ୍ୟରେ ଥିବା ଅନୁଦାନପ୍ରାପ୍ତ ହାଇସ୍କୁଲ ଗୁଡିକର ପ୍ରାୟ ୨୫୩ଜଣ ୧୦୦% ଜିଆଇଏ ପାଉନଥିବାରୁ ଏହି ୭ମ ବେତନକମିଶନ ଦରମାରୁ ବଞ୍ଚିତ ରହିଛନ୍ତି । ଏନେ ଶିକ୍ଷକ/ଶିକ୍ଷୟିତ୍ରୀମାନେ ଅନେକଥର ରାଜ୍ୟ ଶିକ୍ଷାବିଭାଗର ମନ୍ତ୍ରୀ ତଥା ବିଭାଗୀୟ ସଚିବଙ୍କୁ ଭେଟି ଆଲୋଚନା କରିବା ସହିତ ଦାବିପତ୍ର ପ୍ରଦାନ କରିଛନ୍ତି । କିନ୍ତୁ କେହି ଏହି ଦାବିପ୍ରତି କର୍ଣ୍ଣପାତ କରୁନଥିବାରୁ ଶେଷରେ କେନ୍ଦ୍ରର ଶିକ୍ଷାମନ୍ତ୍ରୀଙ୍କୁ ଚିଠିଲେଖି ଶିକ୍ଷକ/ଶିକ୍ଷୟିତ୍ରୀମାନେ ଦାବିପତ୍ର ଦେଇଥିବା ଜଣାଯାଇଛି । ସରକାର ଏ ନେଇ ପଦକ୍ଷେପ ନେଇ ସମସ୍ତଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିବାକୁ ଦାବି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like