-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଜୟଶ୍ରୀ ଧଳଙ୍କର ଆଲବମ ଉନ୍ମୋଚିତ

14-Aug-2024




ନୂଆଦିଲ୍ଲୀ(ବିଶ୍ୱରଞ୍ଜନ ବିଶ୍ଵାଳ): ବିଶିଷ୍ଟ ଗାୟିକା ଡ଼ଃ ଜୟଶ୍ରୀ ଧଳଙ୍କର ନୂତନ ସଂଗୀତ ଆଲବମ “ଜାଗରେ,ସବୁଜ ଓଡ଼ିଶା ପାଇଁ ଲାଗରେ" ର ଶୁଭ ଉନ୍ମୋଚନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ନିକଟରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର "ମାଆ ପାଇଁ ଗଛଟିଏ" ରୋପଣ କରିବାକୁ ଆହ୍ୱାନ ଦ୍ୱାରା ଅନୁପ୍ରାଣୀତ ହୋଇ ଜୟଶ୍ରୀ ଏହି ଗୀତଟିକୁ ଗାନ କରିଥିବା ଜଣାଯାଇଛି।ଏହାର ସଂଗୀତ ରଚନା ଗଛ ମଣିଷ ଭାବେ ଖ୍ୟାତି ପ୍ରାପ୍ତ ଦିଲ୍ଲୀପ ଶ୍ରୀ ଚନ୍ଦନ କରିଥିବା ବେଳେ ସ୍ୱର ସଂଯୋଜନା ସୁନାମଧନ୍ୟ ସଙ୍ଗୀତଜ୍ଞ ଶାନ୍ତନୁ ନାୟକ କରିଛନ୍ତି।ପରିବେଶ ସୁରକ୍ଷା ଏବଂ ବୃକ୍ଷ ରୋପଣ ସମ୍ପର୍କରେ ସାରା ଭାରତରେ ସଂଗୀତ ଜରିଆରେ ସଚେତନତା ସୃଷ୍ଟି କରିବା ପାଇଁ ଡ଼ଃ ଧଳ ଙ୍କର ଉକ୍ତ ଅନନ୍ୟ ଓ ଅସାମାନ୍ୟ ଅଭିଯାନ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କର ପୌରହିତ୍ୟିରେ କଥିତ ଉନ୍ମୋଚନ ମାଧ୍ୟମରେ ଜାତୀୟ ରାଜଧାନୀ  ନୂଆଦିଲ୍ଲୀଠାରୁ ପ୍ରାରମ୍ଭ ହୋଇଥିବା
ର ସୂଚନା ମିଳିଛି।ଏହି ଅବସରରେ ଅଭିଯାନର ଅନ୍ୟତମ ସାରଥୀ ସିଲଭର ଗାନ୍ଧୀ ଭାବେ ପ୍ରସିଦ୍ଧ ମୋହନ ମହାପାତ୍ର ଉପସ୍ଥିତ ଥିଲେ।ଶ୍ରୀ ପ୍ରଧାନ ଉଭୟ ଡ଼ଃ ଧଳ ଓ ସିଲଭର ଗାନ୍ଧୀଙ୍କୁ ସେମାନଙ୍କର ମହତ ପ୍ରୟାସର ସଫଳତା ପାଇଁ ଶୁଭ କାମନା ଜଣାଇବା ସାଙ୍ଗକୁ ଉଭୟଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। 
ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କର କୁଷକ ରୋଡ଼ ସ୍ଥିତ  ବାସ ଭବନଠାରେ ଆୟୋଜିତ ଏହି ଲୋକାର୍ପଣ ଉତ୍ସବରେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ଯାଜପୁରର ସାଂସଦ ଡଃ ରବୀନ୍ଦ୍ର ନାରାୟଣ ବେହେରା,ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନ, ସମାଜସେବୀ ସୁଚିସ୍ମିତା ପୃଷ୍ଟି ଏବଂ ଯୁବ ଶିଳ୍ପଦ୍ୟୋଗୀ ଶୁଭେନ୍ଦୁ ଦାସ ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ। 

ଉନ୍ମୋଚିତ ସଂଗୀତ ଏବଂ ଏହାର ଅନ୍ତର୍ନିହିତ ବାର୍ତ୍ତାକୁ ଲୋକାଭିମୁଖୀ କରିବା ଲକ୍ଷ୍ୟରେ ଡ଼ଃ ଧଳ ଓ ସିଲଭର ଗାନ୍ଧୀ ସେମାନଙ୍କର ସାଥୀ କାର୍ଯ୍ୟକର୍ତ୍ତା ଏବଂ ପ୍ରଶସଂକମାନଙ୍କ ସହିତ ଦିଲ୍ଲୀ ମହା ନଗରୀର କୋଣ ଅନୁକୋଣରେ ପଦଯାତ୍ରା କରି ପହଂଚୁଥିବାର  ଦେଖା ଯାଇଥିଲା।ଦକ୍ଷିଣ ଦିଲ୍ଲୀର ହାଉଜଖାସ ଏବଂ ଅନ୍ୟାନ୍ୟ ସ୍ଥାନରେ ପଦଯାତ୍ରୀ ଦଳକୁ ଶତାଧିକ ଜନସାଧାରଣ ଭବ୍ୟ ସ୍ୱାଗତ ଜଣାଇବା ସହିତ ସେମାନଙ୍କର ସାଧୁ ଉଦ୍ୟମକୁ ଭୁରି ଭୁରି ପ୍ରଶଂସା କରୁଥିବା ଲକ୍ଷ୍ୟ ଯାଇଥିଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଡ଼ଃ ଜୟଶ୍ରୀ ଧଳ ତାଙ୍କର ସଫଳ ସଂଗୀତ ସାଧନା ଓ ଉପଲବ୍ଧ ସିଦ୍ଧି ସାଙ୍ଗକୁ ଉଚ୍ଚକୋଟୀର ସମାଜସେବା ଏବଂ ଉତ୍ସର୍ଗୀକୃତ ଜନହିତକାରୀ କାର୍ଯ୍ୟ ପାଇଁ ସାଧାରଣରେ ବେଶ ପ୍ରସିଦ୍ଧି ଲାଭ କରିଛନ୍ତି। ବିଶେଷକରି ମହାନଗରରେ ଭ୍ରାମ୍ୟମାଣ ଅଳିଆ ଉଠା ଗାଡି ରେ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ନିଜର ସଂଗୀତ ପରିବେଷଣ ମାଧ୍ୟମରେ ସଚେତନତାର ବାର୍ତ୍ତା ପ୍ରଦାନ କରି ଡ଼ଃ ଧଳ ଖୁବ ଚର୍ଚ୍ଚିତ ହୋଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like